460 | GEN 19:2 | “ହେ ମୋହର ପ୍ରଭୁମାନେ, ମୁଁ ବିନୟ କରୁଅଛି, ଆଜି ରାତ୍ର ଆପଣମାନଙ୍କ ଏହି ଦାସର ଗୃହରେ ପଦାର୍ପଣ କରି ବାସ କରନ୍ତୁ ଓ ପାଦ ପ୍ରକ୍ଷାଳନ କରନ୍ତୁ; ତହୁଁ ସକାଳୁ ଉଠି ଯାତ୍ରା କରିବେ।” ତହିଁରେ ସେମାନେ କହିଲେ, “ନା; ଆମ୍ଭେମାନେ ଦାଣ୍ଡରେ ସମସ୍ତ ରାତ୍ରି କ୍ଷେପଣ କରିବୁ।” |
499 | GEN 20:3 | ତହୁଁ ରାତ୍ରିକାଳରେ ପରମେଶ୍ୱର ସ୍ୱପ୍ନ ଯୋଗେ ଅବିମେଲକଙ୍କ ନିକଟକୁ ଆସି କହିଲେ, “ଦେଖ; ତୁମ୍ଭେ ମୃତକଳ୍ପ, କାରଣ ସେହି ଯେଉଁ ସ୍ତ୍ରୀକୁ ତୁମ୍ଭେ ନେଇଅଛ, ତାହାର ସ୍ୱାମୀ ଅଛି।” |
598 | GEN 24:6 | ତହିଁରେ ଅବ୍ରହାମ କହିଲେ, “ସାବଧାନ; ମୋ’ ପୁତ୍ରକୁ କେବେ ସେଠାକୁ ନେଇଯିବ ନାହିଁ।” |
1387 | GEN 45:28 | ତହିଁରେ ଇସ୍ରାଏଲ କହିଲେ, “ଯଥେଷ୍ଟ; ମୋହର ପୁତ୍ର ଯୋଷେଫ ଆଜି ପର୍ଯ୍ୟନ୍ତ ବଞ୍ଚିଅଛି; ମୁଁ ଯିବି, ମରଣ ପୂର୍ବେ ତାକୁ ଦେଖିବି।” |
6499 | JOS 24:21 | ତହୁଁ ଲୋକମାନେ ଯିହୋଶୂୟଙ୍କୁ କହିଲେ, “ନାହିଁ; ମାତ୍ର ଆମ୍ଭେମାନେ ସଦାପ୍ରଭୁଙ୍କର ସେବା କରିବା।” |
8097 | 2SA 3:13 | ଏଥିରେ ଦାଉଦ କହିଲେ, “ଭଲ; ମୁଁ ତୁମ୍ଭ ସଙ୍ଗରେ ନିୟମ କରିବି; ମାତ୍ର ମୁଁ ତୁମ୍ଭଠାରୁ ଗୋଟିଏ କଥା ଚାହେଁ, ତାହା ଏହି, ତୁମ୍ଭେ ମୋ’ ମୁଖ ଦେଖିବାକୁ ଆସିବା ବେଳେ ପ୍ରଥମେ ଶାଉଲଙ୍କର କନ୍ୟା ମୀଖଲକୁ ନ ଆଣିଲେ ମୋ’ ମୁଖ ଦେଖି ପାରିବ ନାହିଁ।” |
8791 | 1KI 2:18 | ଏଥିରେ ବତ୍ଶେବା କହିଲେ, “ଭଲ; ମୁଁ ତୁମ୍ଭ ପାଇଁ ରାଜାଙ୍କୁ କହିବି।” |
8841 | 1KI 3:22 | ତହୁଁ ସେ ଅନ୍ୟ ସ୍ତ୍ରୀ କହିଲା, “ନା, ମାତ୍ର ଜୀଅନ୍ତାଟି ମୋହର ପୁଅ ଓ ମଲାଟି ତୁମ୍ଭର ପୁଅ।” ଆଉ, ଏ ସ୍ତ୍ରୀ କହିଲା, “ନା; ମଲାଟି ତୁମ୍ଭର ପୁଅ ଓ ଜୀଅନ୍ତାଟି ମୋହର ପୁଅ।” ଏହିରୂପେ ସେମାନେ ରାଜାଙ୍କ ଛାମୁରେ ଗୁହାରି କଲେ। |
9410 | 1KI 19:20 | ତହିଁରେ ସେ ବଳଦ ଛାଡ଼ି ଏଲୀୟଙ୍କ ପଛେ ଦୌଡ଼ି ତାଙ୍କୁ କହିଲେ, “ବିନୟ କରୁଅଛି, ମୋ’ ପିତା ଓ ମାତାଙ୍କୁ ଚୁମ୍ବନ ଦେବା ପାଇଁ ଅନୁମତି ଦେଉନ୍ତୁ, ତହିଁ ଉତ୍ତାରେ ମୁଁ ଆପଣଙ୍କ ପଛେ ଯିବି।” ତହୁଁ ଏଲୀୟ ତାଙ୍କୁ କହିଲେ, “ଫେରିଯାଅ; କିନ୍ତୁ ଚିନ୍ତାକର ଆମ୍ଭେ ତୁମ୍ଭର କଅଣ କଲୁ।” |
9489 | 1KI 22:6 | ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍ବକ୍ତାମାନଙ୍କର ଊଣାଧିକ ଚାରିଶହ ଲୋକ ଏକତ୍ର କରି ସେମାନଙ୍କୁ ପଚାରିଲେ, “ମୁଁ ରାମୋତ୍-ଗିଲୀୟଦ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବି କି କ୍ଷାନ୍ତ ହେବି ?” ତହୁଁ ସେମାନେ କହିଲେ, “ଯାଉନ୍ତୁ; କାରଣ ପ୍ରଭୁ ମହାରାଜାଙ୍କ ହସ୍ତରେ ତାହା ସମର୍ପଣ କରିବେ।” |
10963 | 1CH 21:24 | ଏଥିରେ ଦାଉଦ ରାଜା ଅରଣନକୁ କହିଲେ, “ନା; ମାତ୍ର ମୁଁ ଅବଶ୍ୟ ପୂର୍ଣ୍ଣ ମୂଲ୍ୟ ଦେଇ ତାହା କିଣିବି; କାରଣ, ଯାହା ତୁମ୍ଭର, ତାହା ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନେବି ନାହିଁ, କିଅବା ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।” |