67 | GEN 3:11 | ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?” |
86 | GEN 4:6 | ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ ? ଆଉ କାହିଁକି ଦୁଃଖିତ ହେଉଅଛ ? |
87 | GEN 4:7 | ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।” |
90 | GEN 4:10 | ସେ କହିଲେ, “ତୁମ୍ଭେ କଅଣ କରିଅଛ ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି। |
317 | GEN 12:18 | ଏହେତୁ ଫାରୋ ଅବ୍ରାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭ ସହିତ ଏ କି ବ୍ୟବହାର କଲ ? |
318 | GEN 12:19 | ସେହି ସ୍ତ୍ରୀ ତୁମ୍ଭର ଭାର୍ଯ୍ୟା, ଏକଥା ଆମ୍ଭକୁ କାହିଁକି କହିଲ ନାହିଁ ? ତାଙ୍କୁ କାହିଁକି ଆପଣାର ଭଗିନୀ ବୋଲି କହିଲ ? ତହିଁରେ ଅାମ୍ଭେ ତାଙ୍କୁ ବିବାହ କରିବାକୁ ନେଲୁ; ଏବେ ତୁମ୍ଭ ଭାର୍ଯ୍ୟାଙ୍କୁ ଦେଖ, ତାଙ୍କୁ ଘେନି ଚାଲିଯାଅ।” |
328 | GEN 13:9 | ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋ’ଠାରୁ ପୃଥକ୍ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଡାହାଣକୁ ଯାଏ; ନୋହିଲେ ତୁମ୍ଭେ ଡାହାଣକୁ ଯାଅ, ମୁଁ ବାମକୁ ଯିବି। |
363 | GEN 15:2 | ତହିଁରେ ଅବ୍ରାମ ଉତ୍ତର କଲେ, “ହେ ପ୍ରଭୁ ସଦାପ୍ରଭୁ, ତୁମ୍ଭେ ମୋତେ କ’ଣ ଦେବ ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି, ଦମ୍ମେଶକୀୟ ଇଲୀୟେଜର ମୋ’ ଗୃହର ଧନାଧିକାରୀ ଅଟେ।” |
390 | GEN 16:8 | “ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ ? ପୁଣି, କେଉଁଠାକୁ ଯିବ ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।” |
415 | GEN 17:17 | ସେତେବେଳେ ଅବ୍ରହାମ ମୁହଁ ମାଡ଼ି ପଡ଼ି ହସିଲେ, ପୁଣି, ମନେ ମନେ କହିଲେ, “ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ ?” |
437 | GEN 18:12 | ଏନିମନ୍ତେ ସାରା ହସି ମନେ ମନେ କହିଲେ, “ମୋହର ଏହି ଶୀର୍ଣ୍ଣାବସ୍ଥାରେ କି ଏରୂପ ଆନନ୍ଦ ହେବ ? ବିଶେଷତଃ ମୋହର ପ୍ରଭୁ ମଧ୍ୟ ବୃଦ୍ଧ।” |
438 | GEN 18:13 | ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କୁ କହିଲେ, ଆପଣାର ବୃଦ୍ଧାବସ୍ଥାରେ କି ନିଶ୍ଚୟ ସନ୍ତାନ ଜନ୍ମିବ, ଏହା ଭାବି ସାରା କାହିଁକି ହସିଲା ? |
439 | GEN 18:14 | ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି ? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ। |
442 | GEN 18:17 | ତହୁଁ ସଦାପ୍ରଭୁ କହିଲେ, “ଆମ୍ଭେ ଯାହା କରିବାକୁ ଉଦ୍ୟତ ଅଟୁ, ତାହା କି ଅବ୍ରହାମଠାରୁ ଲୁଚାଇବା ? |
448 | GEN 18:23 | ଏଥିଉତ୍ତାରେ ଅବ୍ରହାମ ନିକଟକୁ ଯାଇ କହିଲେ, “ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ ? |
449 | GEN 18:24 | ହୋଇପାରେ, ନଗର ମଧ୍ୟରେ ପଚାଶ ଜଣ ଧାର୍ମିକ ଥିବେ; ତହିଁ ମଧ୍ୟବର୍ତ୍ତୀ ପଚାଶ ଜଣ ଧାର୍ମିକଙ୍କ ସକାଶେ କି ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ ? |
463 | GEN 19:5 | ପୁଣି, ଲୋଟକୁ ଡାକି କହିଲେ, “ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି ? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ। ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା।” |
470 | GEN 19:12 | ଏଥିଉତ୍ତାରେ ସେହି ବ୍ୟକ୍ତିମାନେ ଲୋଟକୁ କହିଲେ, “ଏସ୍ଥାନରେ ତୁମ୍ଭର ଆଉ କିଏ କିଏ ଅଛନ୍ତି ? ଜୁଆଁଇ ଓ ତୁମ୍ଭର ପୁତ୍ରକନ୍ୟାଦି ଯେତେ ଲୋକ ଏ ନଗରରେ ଅଛନ୍ତି, ସେ ସମସ୍ତଙ୍କୁ ଏସ୍ଥାନରୁ ନେଇଯାଅ; |
500 | GEN 20:4 | ମାତ୍ର ଅବିମେଲକ ତାହାର ସହବାସ କରି ନ ଥିବାରୁ କହିଲେ, “ହେ ପ୍ରଭୁ, ଯେଉଁ ଦେଶୀୟ ଲୋକେ ନିର୍ଦ୍ଦୋଷ, ସେମାନଙ୍କୁ ହିଁ କି ଆପଣ ବଧ କରିବେ ? |
501 | GEN 20:5 | ସେହି ବ୍ୟକ୍ତି କି ନିଜେ ମୋତେ କହି ନ ଥିଲା ଯେ, ସେ ମୋହର ଭଗିନୀ ? ପୁଣି, ସେହି ସ୍ତ୍ରୀ ନିଜେ କହିଲା କି ସେ ମୋହର ଭ୍ରାତା; ଏଣୁ ମନର ସରଳତା ଓ ହସ୍ତର ନିର୍ଦ୍ଦୋଷତାରେ ମୁଁ ଏହି କାର୍ଯ୍ୟ କରିଅଛି।” |
505 | GEN 20:9 | ତହିଁରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି ବ୍ୟବହାର କଲ ? ତୁମ୍ଭେ ଯେ ଆମ୍ଭକୁ ଓ ଆମ୍ଭର ରାଜ୍ୟକୁ ମହା ପାପଗ୍ରସ୍ତ କଲ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଏପରି କି ଦୋଷ କରିଅଛୁ ? ତୁମ୍ଭେ ଆମ୍ଭ ପ୍ରତି ଅକର୍ତ୍ତବ୍ୟ କର୍ମ କଲ।” |
521 | GEN 21:7 | ସେ ଆହୁରି କହିଲେ, “ସାରା ସନ୍ତାନମାନଙ୍କୁ ସ୍ତନପାନ କରାଇବ, ଏକଥା ଅବ୍ରହାମଙ୍କୁ କିଏ କହିପାରନ୍ତା ? ଯେହେତୁ ମୁଁ ଏବେ ତାଙ୍କର ବୃଦ୍ଧାବସ୍ଥାରେ ପୁତ୍ର ପ୍ରସବ କଲି।” |
531 | GEN 21:17 | ସେତେବେଳେ ପରମେଶ୍ୱର ବାଳକର ରବ ଶୁଣିଲେ; ପୁଣି, ପରମେଶ୍ୱରଙ୍କ ଦୂତ ଆକାଶରୁ ଡାକି ହାଗାରଙ୍କୁ କହିଲେ, “ଆଗୋ ହାଗାର, ତୁମ୍ଭର କଅଣ ହେଲା ? ଭୟ କର ନାହିଁ; କାରଣ, ଯେଉଁ ସ୍ଥାନରେ ବାଳକ ଅଛି, ସେହି ସ୍ଥାନରେ ପରମେଶ୍ୱର ତାହାର ରବ ଶୁଣିଅଛନ୍ତି। |
587 | GEN 23:15 | “ପ୍ରଭୁ, ମୋ’ କଥା ଶୁଣନ୍ତୁ; ଭୂମି ଖଣ୍ଡକର ମୂଲ୍ୟ ତ ଚାରିଶହ ଶେକଲ ରୂପା, ଆପଣଙ୍କ ଓ ଆମ୍ଭ ମଧ୍ୟରେ ତାହା କେତେ ମାତ୍ର ? ଏଥିପାଇଁ ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।” |
623 | GEN 24:31 | “ହେ ସଦାପ୍ରଭୁଙ୍କ ଆଶୀର୍ବାଦପାତ୍ର, ଭିତରକୁ ଆସ, ତୁମ୍ଭେ କାହିଁକି ବାହାରେ ଛିଡ଼ା ହେଉଅଛ ? ମୁଁ ତ ଘର ଓ ଓଟମାନଙ୍କ ପାଇଁ ସ୍ଥାନ ପ୍ରସ୍ତୁତ କରିଅଛି।” |
681 | GEN 25:22 | ଏଥିଉତ୍ତାରେ ତାହାର ଗର୍ଭ ମଧ୍ୟରେ ଶିଶୁମାନେ ଛନ୍ଦାଛନ୍ଦି ହେବାରୁ, ମୋହର ଏପରି କାହିଁକି ହେଲା ? ଏପରି କି ହୋଇଥାଏ ? ଏହା ଭାବି ସେ ସଦାପ୍ରଭୁଙ୍କ ନିକଟକୁ ପଚାରିବା ପାଇଁ ଗଲା। |
703 | GEN 26:10 | ତହିଁରେ ଅବିମେଲକ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ ଏ କି ବ୍ୟବହାର କଲ ? କୌଣସି ଲୋକ ତୁମ୍ଭ ଭାର୍ଯ୍ୟା ସଙ୍ଗେ ଅନାୟାସରେ ଶୟନ କରି ପାରନ୍ତା, ତାହାହେଲେ ତୁମ୍ଭେ ଆମ୍ଭମାନଙ୍କୁ ଦୋଷଗ୍ରସ୍ତ କରନ୍ତ।” |
761 | GEN 27:33 | ସେତେବେଳେ ଇସ୍ହାକ ଅତିଶୟ କମ୍ପିତ ହୋଇ କହିଲେ, “ତେବେ ଯେ ମୋ’ ନିକଟକୁ ମୃଗୟା ମାଂସ ଆଣିଥିଲା, ସେ କିଏ ? ତୁମ୍ଭ ଆସିବା ପୂର୍ବେ ମୁଁ ତାହା ଭୋଜନ କରି ତାକୁ ଆଶୀର୍ବାଦ କଲି, ଆହୁରି ସେ ଆଶୀର୍ବାଦ ପ୍ରାପ୍ତ ହେବ।” |
764 | GEN 27:36 | ତହିଁରେ ଏଷୌ କହିଲା, “ତାହାର ଯଥାର୍ଥ ନାମ କି ଯାକୁବ ନୁହେଁ ? ଯେହେତୁ ସେ ଦୁଇଥର ମୋତେ ପ୍ରବଞ୍ଚନା କରିଅଛି, ସେ ପୂର୍ବରେ ମୋର ଜ୍ୟେଷ୍ଠାଧିକାର ହରଣ କରିଥିଲା, ପୁଣି, ଦେଖ, ଏବେ ମୋର (ପ୍ରାପ୍ତବ୍ୟ) ଆଶୀର୍ବାଦ ମଧ୍ୟ ହରଣ କରିଅଛି।” ସେ ପୁନର୍ବାର କହିଲା, “ଆପଣ କି ମୋ’ ନିମନ୍ତେ ଗୋଟିଏ ଆଶୀର୍ବାଦ ରଖି ନାହାନ୍ତି ?” |
766 | GEN 27:38 | ତହିଁରେ ଏଷୌ ପୁନର୍ବାର ଆପଣା ପିତାଙ୍କୁ କହିଲା, “ପିତଃ, ଆପଣଙ୍କର କି କେବଳ ଗୋଟିଏ ଆଶୀର୍ବାଦ ଥିଲା ? ହେ ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।” ଏହା କହି ଏଷୌ ଉଚ୍ଚସ୍ୱରରେ କାନ୍ଦିବାକୁ ଲାଗିଲା। |
801 | GEN 29:5 | ତେବେ ଯାକୁବ ପଚାରିଲା, “ତୁମ୍ଭେମାନେ ନାହୋରର ପୌତ୍ର ଲାବନଙ୍କୁ ଚିହ୍ନ କି ? ସେମାନେ କହିଲେ, ଆମ୍ଭେମାନେ ତାକୁ ଚିହ୍ନୁ।” |
811 | GEN 29:15 | ଏଥିଉତ୍ତାରେ ଲାବନ ଯାକୁବଙ୍କୁ କହିଲା, “ତୁମ୍ଭେ ମୋହର କୁଟୁମ୍ବ ବୋଲି କି ବିନା ବେତନରେ ମୋହର ଦାସ୍ୟକର୍ମ କରିବ ? ଏଣୁ କି ବେତନ ନେବ ? ତାହା କୁହ।” |
821 | GEN 29:25 | ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା ! ତହୁଁ ଯାକୁବ ଲାବନଙ୍କୁ କହିଲା, “ତୁମ୍ଭେ ମୋ’ ସହିତ ଏ କି ବ୍ୟବହାର କରିଅଛ ? ମୁଁ କ’ଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କାହିଁକି ମୋତେ ପ୍ରବଞ୍ଚନା କରିଅଛ ?” |
833 | GEN 30:2 | ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ଜ୍ୱଳିତ ହେଲା; ପୁଣି, ସେ କହିଲା, “ମୁଁ କ’ଣ ପରମେଶ୍ୱରଙ୍କର ପ୍ରତିନିଧି ? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇ ନାହାନ୍ତି।” |
846 | GEN 30:15 | ତହିଁରେ ସେ କହିଲା, “ତୁମ୍ଭେ ମୋ’ ସ୍ୱାମୀକୁ ହରଣ କରିଅଛ, ଏ କି ଅଳ୍ପ ବିଷୟ ? ତୁମ୍ଭେ ମୋ’ ପୁତ୍ରର ଦୂଦାଫଳ ମଧ୍ୟ କି ହରଣ କରିବ ?” ତେବେ ରାହେଲ କହିଲା, “ତୁମ୍ଭର ପୁତ୍ରର ଦୂଦାଫଳ ପରିବର୍ତ୍ତରେ ସେ ଆଜି ରାତ୍ର ତୁମ୍ଭ ସଙ୍ଗେ ଶୟନ କରିବେ।” |
888 | GEN 31:14 | ତହିଁରେ ରାହେଲ ଓ ଲେୟା ଉତ୍ତର କଲେ, “ପିତାଙ୍କ ଗୃହରେ ଆମ୍ଭମାନଙ୍କର କି ଆଉ କିଛି ବାଣ୍ଟ ଓ ଅଧିକାର ଅଛି ? |
889 | GEN 31:15 | ଆମ୍ଭେମାନେ କି ତାଙ୍କ ନିକଟରେ ବିଦେଶିନୀ ରୂପେ ଗଣ୍ୟ ନୋହୁଁ ? ଯେହେତୁ ସେ ଆମ୍ଭମାନଙ୍କୁ ବିକ୍ରି କରି ଆମ୍ଭମାନଙ୍କର ମୂଲ୍ୟ ସମ୍ପୂର୍ଣ୍ଣ ରୂପେ ଭୋଗ କରିଅଛନ୍ତି। |
900 | GEN 31:26 | ପୁଣି, ଲାବନ ଯାକୁବକୁ କହିଲା, “ତୁମ୍ଭେ କାହିଁକି ଏହିପରି କର୍ମ କଲ ? ମୋତେ ପ୍ରବଞ୍ଚନା କଲ, ପୁଣି, ମୋ’ କନ୍ୟାମାନଙ୍କୁ ଖଡ୍ଗଧୃତ ବନ୍ଦୀ ଲୋକଙ୍କ ପରି ଘେନି ଆସିଲ। |
901 | GEN 31:27 | ତୁମ୍ଭେ ମୋତେ ପ୍ରବଞ୍ଚନା କରି କାହିଁକି ଗୋପନରେ ପଳାଇ ଆସିଲ ? କାହିଁକି ମୋତେ ସମ୍ବାଦ ଦେଲ ନାହିଁ ? ଦେଇଥିଲେ, ମୁଁ ତୁମ୍ଭକୁ ଆହ୍ଲାଦ ଓ ଗାୟନ, ପୁଣି, ତବଲା ଓ ବୀଣାବାଦ୍ୟ ସହିତ ବିଦାୟ କରିଥାଆନ୍ତି। |
910 | GEN 31:36 | ତହୁଁ ଯାକୁବ କ୍ରୋଧ ହୋଇ ଲାବନକୁ ଭର୍ତ୍ସନା କଲା; ପୁଣି, ଯାକୁବ ଲାବନକୁ ଉତ୍ତର କରି କହିଲା, “ମୋହର କି ଦୋଷ ଓ କି ପାପ ହେଲା ଯେ, ତୁମ୍ଭେ ପ୍ରଜ୍ଜ୍ୱଳିତ ହୋଇ ମୋ’ ପଛେ ପଛେ ଦୌଡ଼ି ଆସିଲ ? |
911 | GEN 31:37 | ତୁମ୍ଭେ ତ ମୋର ସବୁ ଦ୍ରବ୍ୟ ଖୋଜିଲ, ଆଉ ତୁମ୍ଭ ଗୃହର କୌଣସି ଦ୍ରବ୍ୟ ପାଇଲ କି ? ତାହା ମୋହର ଓ ତୁମ୍ଭର ଏହି କୁଟୁମ୍ବମାନଙ୍କ ସାକ୍ଷାତରେ ରଖିଦିଅ, ଏମାନେ ଆମ୍ଭ ଦୁହିଁଙ୍କର ବିଚାର କରନ୍ତୁ। |
917 | GEN 31:43 | ତହିଁରେ ଲାବନ ଯାକୁବକୁ ଉତ୍ତର କଲା, “ଏହି କନ୍ୟାମାନେ ମୋହର କନ୍ୟା ଓ ଏହି ବାଳକମାନେ ମୋହର ବାଳକ ଓ ଏହି ପଶୁପଲ ମୋହର ପଶୁପଲ, ପୁଣି, ଯାହା ଯାହା ଦେଖୁଅଛ, ସେହି ସବୁ ମୋହର; ଏହେତୁ ମୋହର ଏହି କନ୍ୟାମାନଙ୍କୁ ଓ ଏମାନଙ୍କ ପ୍ରସୂତ ସନ୍ତାନମାନଙ୍କୁ ମୁଁ କଅଣ କରିବି ? |
946 | GEN 32:18 | ପୁଣି, ସେ ସର୍ବାଗ୍ରଗାମୀ ଦାସକୁ ଏହି ଆଜ୍ଞା ଦେଲା, “ମୋହର ଭ୍ରାତା ଏଷୌ ସହିତ ସାକ୍ଷାତ ହେଲେ, ସେ ଯଦି ପଚାରିବେ, ତୁମ୍ଭେ କାହାର ଦାସ ? କେଉଁଠାକୁ ଯାଉଅଛ ? ପୁଣି, ତୁମ୍ଭର ଅଗ୍ରସ୍ଥିତ ଏହି ସମସ୍ତ କାହାର ? |
976 | GEN 33:15 | ଏଷୌ କହିଲା, “ତେବେ ମୋ’ ସଙ୍ଗୀ କେତେକ ଲୋକଙ୍କୁ ତୁମ୍ଭ ନିକଟରେ ରଖି ଯାଉଅଛି।” ଯାକୁବ କହିଲା, “କି ପ୍ରୟୋଜନ ? ମୋ’ ପ୍ରତି କେବଳ ପ୍ରଭୁଙ୍କର ଅନୁଗ୍ରହ ଦୃଷ୍ଟି ଥାଉ।” |
1004 | GEN 34:23 | ସେମାନଙ୍କ ଧନ, ସମ୍ପତ୍ତି ଓ ପଶୁଗଣ କି ଆମ୍ଭମାନଙ୍କର ହେବ ନାହିଁ ? କେବଳ ଆମ୍ଭେମାନେ ସେମାନଙ୍କ କଥା ଅଙ୍ଗୀକାର କରୁ, ତାହା କଲେ, ସେମାନେ ଆମ୍ଭମାନଙ୍କ ସଙ୍ଗେ ବାସ କରିବେ।” |
1092 | GEN 37:8 | ଏଥିରେ ତାହାର ଭାଇମାନେ ତାକୁ କହିଲେ, “ତୁ କି ସତେ ଆମ୍ଭମାନଙ୍କର ରାଜା ହେବୁ ? ତୁ କି ସତେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବୁ ?” ତହୁଁ ସେମାନେ ତାହାର ସବୁ ସ୍ୱପ୍ନ ଓ କଥା ସକାଶୁ ତାକୁ ଆହୁରି ଅଧିକ ଘୃଣା କଲେ। |
1094 | GEN 37:10 | ମାତ୍ର ସେ ଆପଣା ପିତା ଓ ଭାଇମାନଙ୍କ ସାକ୍ଷାତରେ ତାହା କହନ୍ତେ, ତାହାର ପିତା ତାହାକୁ ଧମକାଇ କହିଲେ, “ତୁ ଏ କି ପ୍ରକାର ସ୍ୱପ୍ୱ ଦେଖିଲୁ ? ମୁଁ ଓ ତୋ’ ମାତା ଓ ତୋ’ ଭ୍ରାତୃଗଣ, ଆମ୍ଭେମାନେ କି ଭୂମିଷ୍ଠ ହୋଇ ତୋତେ ପ୍ରଣାମ କରିବାକୁ ଆସିବୁ ?” |
1110 | GEN 37:26 | ସେତେବେଳେ ଯିହୁଦା ଭାଇମାନଙ୍କୁ କହିଲା, “ଆମ୍ଭମାନଙ୍କ ଭାଇକୁ ବଧ କରି ତାହାର ରକ୍ତ ଗୋପନ କଲେ, ଆମ୍ଭମାନଙ୍କର ଲାଭ କଅଣ ? |
1141 | GEN 38:21 | ଏଣୁ ସେ ସେଠାର ଲୋକମାନଙ୍କୁ ପଚାରିଲା, ଐନମ ପଥପାର୍ଶ୍ୱରେ ଯେଉଁ ମାହାରୀ ଥିଲା, ସେ କାହିଁ ? ସେମାନେ କହିଲେ, “ଏଠାରେ କୌଣସି ମାହାରୀ ରହେ ନାହିଁ।” |
1143 | GEN 38:23 | ତେବେ ଯିହୁଦା କହିଲା, “ତାହାଠାରେ ଯାହା ଅଛି, ସେ ତାହା ରଖୁ, ଆମ୍ଭେମାନେ କାହିଁକି ଲଜ୍ଜାସ୍ପଦ ହେବା ? ଦେଖ, ମୁଁ ଏହି ଛେଳିଛୁଆ ପଠାଇଲି, ମାତ୍ର ତୁମ୍ଭେ ତା’ର ଦେଖା ପାଇଲ ନାହିଁ।” |
1145 | GEN 38:25 | ଏଥିଉତ୍ତାରେ ସେ ବାହାରକୁ ଅଣାଯା’ନ୍ତେ, ଆପଣା ଶ୍ୱଶୁର ନିକଟକୁ କହି ପଠାଇଲା, ଏହି ସମସ୍ତ ବସ୍ତୁ ଯାହାର, ସେହି ପୁରୁଷ ଦ୍ୱାରା ଆମ୍ଭର ଗର୍ଭ ହୋଇଅଛି। ଆହୁରି କହିଲା, “ଏହି ମୋହର ଓ ସୂତ୍ର ଆଉ ଯଷ୍ଟି କାହାର ? ତାହା ଚିହ୍ନି ଦେଖ।” |
1181 | GEN 40:8 | ସେମାନେ କହିଲେ, “ଆମ୍ଭେମାନେ ସ୍ୱପ୍ନ ଦେଖିଅଛୁ, ମାତ୍ର ତହିଁର ଅର୍ଥ କରିବାକୁ କେହି ନାହିଁ।” ତେବେ ଯୋଷେଫ ସେମାନଙ୍କୁ କହିଲେ, “ଅର୍ଥର ଜ୍ଞାନ କି ପରମେଶ୍ୱରଙ୍କର ଅଧୀନ ନୁହେଁ ? ବିନୟ କରୁଅଛି, ତୁମ୍ଭମାନଙ୍କ ସ୍ୱପ୍ନ ମୋତେ କୁହ।” |
1234 | GEN 41:38 | ତହିଁରେ ଫାରୋ ଆପଣା ଦାସମାନଙ୍କୁ କହିଲେ, “ଆମ୍ଭେମାନେ କି ଏହାଙ୍କ ପରି ପୁରୁଷ ଆଉ ପାଇ ପାରିବା ? ଏହାଙ୍କଠାରେ ପରମେଶ୍ୱରଙ୍କ ଆତ୍ମା ଅଛନ୍ତି।” |
1275 | GEN 42:22 | ସେତେବେଳେ ରୁବେନ୍ ସେମାନଙ୍କୁ କହିଲା, “ତୁମ୍ଭେମାନେ ସେହି ବାଳକ ବିଷୟରେ ପାପ କର ନାହିଁ, ଏହି କଥା କି ମୁଁ ତୁମ୍ଭମାନଙ୍କୁ କହି ନାହିଁ ? ତଥାପି ତୁମ୍ଭେମାନେ ଶୁଣିଲ ନାହିଁ; ଏନିମନ୍ତେ ଦେଖ, ଏବେ ତାହାର ରକ୍ତର ପରିଶୋଧ ନିଆ ଯାଉଅଛି।” |
1298 | GEN 43:7 | ସେମାନେ କହିଲେ, “ସେ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ଜ୍ଞାତିମାନଙ୍କ ବିଷୟ ସୂକ୍ଷ୍ମ ରୂପେ ପଚାରି କହିଲା, ତୁମ୍ଭମାନଙ୍କ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି ? ତୁମ୍ଭମାନଙ୍କର କି ଆଉ ଭାଇ ଅଛି ? ଏଣୁ ଆମ୍ଭେମାନେ ସେହି କଥା ପ୍ରମାଣେ ଉତ୍ତର ଦେଇଥିଲୁ; ସେ ଯେ ତୁମ୍ଭମାନଙ୍କ ଭାଇଙ୍କୁ ଏଠାକୁ ଆଣ ବୋଲି କହିବ, ଏହା ଆମ୍ଭେମାନେ କିପ୍ରକାରେ ଜାଣି ପାରନ୍ତୁ ?” |
1318 | GEN 43:27 | ତହୁଁ ଯୋଷେଫ ସେମାନଙ୍କର ମଙ୍ଗଳ ବାର୍ତ୍ତା ପଚାରି କହିଲେ, “ତୁମ୍ଭମାନଙ୍କର ପିତା କି କୁଶଳରେ ଅଛନ୍ତି ? ତୁମ୍ଭେମାନେ ଯେଉଁ ବୃଦ୍ଧ ଲୋକଙ୍କର କଥା କହୁଥିଲ, ସେ କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି ?” |
1329 | GEN 44:4 | ପୁଣି, ନଗରରୁ ବାହାରି ବହୁତ ଦୂର ନ ଯାଉଣୁ, ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ କହିଲେ, “ତୁମ୍ଭେ ଉଠି ସେହି ମନୁଷ୍ୟମାନଙ୍କ ପଛେ ପଛେ ଦୌଡ଼ି ଯାଇ ସେମାନଙ୍କ ସଙ୍ଗ ଧରି କୁହ, ତୁମ୍ଭେମାନେ ଉପକାର ବଦଳେ କାହିଁକି ଅପକାର କଲ ? |
1330 | GEN 44:5 | ଆମ୍ଭ ପ୍ରଭୁ ଯହିଁରେ ପାନ କରନ୍ତି ଓ ଯଦ୍ଦ୍ୱାରା ଗଣକତା କରନ୍ତି, ସେହି ତାଟିଆ କି ଏ ନୁହେଁ ? ଏପରି କର୍ମ ଦ୍ୱାରା ତୁମ୍ଭେମାନେ ଦୋଷ କରିଅଛ।” |
1333 | GEN 44:8 | ଦେଖନ୍ତୁ, ଆପଣା ଆପଣା ପଟ ମୁଖରୁ ଆର ଥର ଯେଉଁ ଟଙ୍କା ପାଇଥିଲୁ; ତାହା ଆମ୍ଭେମାନେ କିଣାନ ଦେଶରୁ ପୁନର୍ବାର ଆପଣଙ୍କ ନିକଟକୁ ଆଣିଲୁ; ତେବେ କିପରି ଆପଣଙ୍କ ପ୍ରଭୁଙ୍କ ଗୃହରୁ ରୂପା କି ସୁନା ଚୋରି କରିବୁ ? |
1340 | GEN 44:15 | ତେବେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏ କିପରି କାର୍ଯ୍ୟ କଲ ? ଆମ୍ଭ ପରି ଲୋକ ଯେ ଅବଶ୍ୟ ଗଣକତା କରି ପାରିବ, ଏହା କି ତୁମ୍ଭେମାନେ ଜାଣ ନାହିଁ ?” |
1341 | GEN 44:16 | ତହିଁରେ ଯିହୁଦା କହିଲା, “ଆମ୍ଭେମାନେ ପ୍ରଭୁଙ୍କ ଛାମୁରେ ଆଉ କି ଉତ୍ତର ଦେବୁ ? ଆଉ କି କଥା କହିବୁ ? ଅବା କିପରି ଆପଣାମାନଙ୍କୁ ନିର୍ଦ୍ଦୋଷ କରିବୁ ? ପରମେଶ୍ୱର ଆପଣଙ୍କ ଦାସମାନଙ୍କର ଅପରାଧ ପ୍ରକାଶ କରିଅଛନ୍ତି; ଦେଖନ୍ତୁ, ଆମ୍ଭେମାନେ ଓ ଯାହାଠାରୁ ତାଟିଆ ମିଳିଅଛି ସେ, ପୁଣି ଆମ୍ଭେ ସମସ୍ତେ ଆପଣଙ୍କ (ପ୍ରଭୁଙ୍କର) ଦାସ ହେବୁ।” |
1359 | GEN 44:34 | କାରଣ ଏହି ଯୁବା ମୋ’ ସଙ୍ଗରେ ନ ଥିଲେ, ମୁଁ କି ପ୍ରକାରେ ପିତାଙ୍କ ନିକଟକୁ ଯାଇ ପାରିବି ? ପୁଣି, ପିତାଙ୍କୁ ଯେଉଁ ବିପଦ ଘଟିବ, ତାହା କି ପ୍ରକାରେ ଅବା ଦେଖି ପାରିବି ? |
1420 | GEN 46:33 | ତହିଁରେ ଫାରୋ ତୁମ୍ଭମାନଙ୍କୁ ଡକାଇ ତୁମ୍ଭମାନଙ୍କର କେଉଁ ବ୍ୟବସାୟ ? ଏ କଥା ଯେତେବେଳେ ପଚାରିବେ, |
1440 | GEN 47:19 | ଏଥିପାଇଁ ଆମ୍ଭେମାନେ ଓ ଆମ୍ଭମାନଙ୍କର ଭୂମି ଦୁହେଁ କାହିଁକି ଆପଣଙ୍କ ଦୃଷ୍ଟିଗୋଚରରେ ମରିବୁ ? ଆପଣ ଭକ୍ଷ୍ୟ ଦେଇ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଭୂମି କିଣି ନେଉନ୍ତୁ, ତହିଁରେ ଆମ୍ଭେମାନେ ଓ ଆମ୍ଭମାନଙ୍କ ଭୂମି ଫାରୋଙ୍କର ଦାସ ହେବୁ; ତା’ପରେ ଆମ୍ଭମାନଙ୍କୁ ବିହନ ଦେଉନ୍ତୁ, ତହିଁରେ ବଞ୍ଚିବୁ; ନୋହିଲେ ଆମ୍ଭେମାନେ ମରିଯିବୁ, ପୁଣି, ଭୂମି ମଧ୍ୟ ବିନଷ୍ଟ ହେବ।” |
1483 | GEN 49:9 | ଯିହୁଦା ସିଂହଶାବକ; ହେ ପୁତ୍ର, ତୁମ୍ଭେ ମୃଗ ବିଦାରଣରୁ ଉଠି ଆସିଲ; ସେ ନଇଁ ପଡ଼ିଲା, ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା, କିଏ ତାହାକୁ ଉଠାଇବ ? |
1551 | EXO 1:18 | ତେଣୁ ମିସରର ରାଜା ଧାତ୍ରୀମାନଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଏପରି କାର୍ଯ୍ୟ କାହିଁକି କରୁଅଛ ? ପୁତ୍ରସନ୍ତାନମାନଙ୍କୁ କାହିଁକି ଜୀବିତ ରଖୁଅଛ ?” |
1569 | EXO 2:14 | ତହିଁରେ ସେ କହିଲା, “କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ରାଜା ଓ ବିଚାରକର୍ତ୍ତା କରି ନିଯୁକ୍ତ କରିଅଛି ?” ତୁମ୍ଭେ ଯେପରି ସେହି ମିସ୍ରୀୟ ଲୋକକୁ ବଧ କଲ, ସେହିପରି କି ମୋତେ ବଧ କରିବାକୁ ଚାହୁଁଛ ? ତହିଁରେ ମୋଶା ଭୟଭୀତ ହୋଇ କହିଲେ, “ଏ କଥା ଅବଶ୍ୟ ପ୍ରକାଶିତ ହୋଇଅଛି।” |
1575 | EXO 2:20 | ତେବେ ସେ ଆପଣା କନ୍ୟାମାନଙ୍କୁ କହିଲା, “ସେ କେଉଁଠାରେ ? ତୁମ୍ଭେମାନେ ତାକୁ କାହିଁକି ଛାଡ଼ି ଆସିଲ ? ତାକୁ ଡାକ; ସେ ଆମ୍ଭମାନଙ୍କ ସହିତ ଭୋଜନ କରିବ।” |
1593 | EXO 3:13 | ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କୁ କହିଲେ, “ଦେଖ, ମୁଁ ଯେତେବେଳେ ଇସ୍ରାଏଲର ସନ୍ତାନମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି, କି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ୱର ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି; ପୁଣି, ସେମାନେ ପଚାରିବେ, ତାହାଙ୍କର ନାମ କଅଣ ? ସେତେବେଳେ ମୁଁ କି ଉତ୍ତର ଦେବି ?” |
1613 | EXO 4:11 | ତହିଁରେ ସଦାପ୍ରଭୁ ତାହାଙ୍କୁ କହିଲେ, “ମନୁଷ୍ୟର ମୁଖ କିଏ ନିର୍ମାଣ କରିଅଛନ୍ତି ? ପୁଣି, ମନୁଷ୍ୟକୁ ମୂକ ବା ବଧିର ଅବା ଦୃଷ୍ଟିବିଶିଷ୍ଟ କିଅବା ଦୃଷ୍ଟିହୀନ କିଏ କରନ୍ତି ? ଆମ୍ଭେ ସଦାପ୍ରଭୁ କି ତାହା ନ କରୁ ? |
1616 | EXO 4:14 | ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତେଣୁ ସେ କହିଲେ, “ଲେବୀୟ ହାରୋଣ କି ତୁମ୍ଭର ଭାଇ ନୁହେଁ ? ଆମ୍ଭେ ଜାଣୁ, ସେ ସୁବକ୍ତା। ଆଉ ଦେଖ, ସେ ତୁମ୍ଭ ସଙ୍ଗରେ ସାକ୍ଷାତ କରିବାକୁ ଆସୁଅଛି; ପୁଣି, ତୁମ୍ଭକୁ ଦେଖି ହୃଷ୍ଟଚିତ୍ତ ହେବ। |
1635 | EXO 5:2 | ତହିଁରେ ଫାରୋ କହିଲେ, “ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଯିବାକୁ ଦେବୁ ? ଆମ୍ଭେ ସଦାପ୍ରଭୁଙ୍କୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଯିବାକୁ ଦେବୁ ନାହିଁ।” |
1637 | EXO 5:4 | ତହୁଁ ମିସରର ରାଜା ସେମାନଙ୍କୁ କହିଲେ, “ହେ ମୋଶା ଓ ହାରୋଣ, ତୁମ୍ଭେମାନେ ଲୋକମାନଙ୍କୁ କାହିଁକି କାର୍ଯ୍ୟରୁ ନିବୃତ୍ତ କରୁଅଛ ? ତୁମ୍ଭେମାନେ ଆପଣା ଆପଣା ଭାରବହନ କର୍ମରେ ଯାଅ।” |
1655 | EXO 5:22 | ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, “ହେ ପ୍ରଭୁ, ତୁମ୍ଭେ କାହିଁକି ଏହି ଲୋକମାନଙ୍କର ଅମଙ୍ଗଳ କରିଅଛ ? ତୁମ୍ଭେ କାହିଁକି ମୋତେ ପଠାଇଲ ? |
1737 | EXO 8:22 | ତହିଁରେ ମୋଶା କହିଲେ, “ତାହା କରିବା ଉପଯୁକ୍ତ ନୁହେଁ; କାରଣ ତାହା କଲେ, ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମିସ୍ରୀୟମାନଙ୍କର ଘୃଣାଜନକ ବଳିଦାନ କରିବାକୁ ହେବ; ଦେଖ, ମିସ୍ରୀୟମାନଙ୍କ ଚକ୍ଷୁଗୋଚରରେ ସେମାନଙ୍କର ଘୃଣାଜନକ ବଳିଦାନ କଲେ, ସେମାନେ କି ଆମ୍ଭମାନଙ୍କୁ ପଥର ପକାଇ ମାରିବେ ନାହିଁ ? |
1760 | EXO 9:17 | ତଥାପି ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେଇ ସେମାନଙ୍କ ଉପରେ ଦର୍ପ କରୁଅଛ ? |
1781 | EXO 10:3 | ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, “ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ। |
1785 | EXO 10:7 | ଏଥିଉତ୍ତାରେ ଫାରୋଙ୍କର ଦାସଗଣ ତାଙ୍କୁ କହିଲେ, “ଏ ମନୁଷ୍ୟ କେତେ କାଳ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ ?” ଏହି ଲୋକମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା କରିବା ପାଇଁ ଏମାନଙ୍କୁ ଯିବାକୁ ଦେଉନ୍ତୁ; ମିସର ଦେଶ ଯେ ନଷ୍ଟ ହେଲାଣି, ଏହା କି ଆପଣ ଏବେ ହେଁ ବୁଝନ୍ତି ନାହିଁ ? |
1843 | EXO 12:26 | ପୁଣି, ତୁମ୍ଭମାନଙ୍କ ଏହି ସେବାର ଅଭିପ୍ରାୟ କଅଣ ? |
1882 | EXO 13:14 | ଆଉ ଭବିଷ୍ୟତ କାଳରେ ତୁମ୍ଭର ପୁତ୍ର ଯଦି ପଚାରିବ, ଏହା କଅଣ ? ତେବେ ତୁମ୍ଭେ କହିବ, ସଦାପ୍ରଭୁ ଯେତେବେଳେ ଆମ୍ଭମାନଙ୍କୁ ଆପଣା ବାହୁ ବଳ ଦ୍ୱାରା ଦାସଗୃହ ସ୍ୱରୂପ ମିସରଠାରୁ ବାହାର କଲେ, |
1895 | EXO 14:5 | ଏଥିଉତ୍ତାରେ ଲୋକମାନେ ପଳାଇ ଅଛନ୍ତି, ଏହି ସମ୍ବାଦ ମିସ୍ରୀୟ ରାଜାଙ୍କୁ ଜଣାଯାଆନ୍ତେ, ଲୋକମାନଙ୍କ ବିଷୟରେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଅନ୍ତଃକରଣ ପରିବର୍ତ୍ତିତ ହେଲା; ତହୁଁ ସେମାନେ କହିଲେ, “ଆମ୍ଭେମାନେ ଏ କି କର୍ମ କରିଅଛୁ ? କାହିଁକି ଇସ୍ରାଏଲକୁ ଆପଣାମାନଙ୍କ ଦାସତ୍ୱରୁ ଛାଡ଼ି ଦେଇଅଛୁ ?” |
1901 | EXO 14:11 | ପୁଣି, ମୋଶାଙ୍କୁ କହିଲେ, “ମିସରରେ କବର ନ ଥିଲା ବୋଲି କି ପ୍ରାନ୍ତରରେ ତୁମ୍ଭେ ଆମ୍ଭମାନଙ୍କୁ ମାରିବାକୁ ଆଣିଲ ? ଆମ୍ଭମାନଙ୍କ ସଙ୍ଗରେ ଏରୂପ ବ୍ୟବହାର କରି ଆମ୍ଭମାନଙ୍କୁ ମିସରରୁ କାହିଁକି ବାହାର କରି ଆଣିଲ ? |
1905 | EXO 14:15 | ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭଙ୍କୁ କାହିଁକି ଡାକୁଅଛ ? ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ସେମାନେ ଅଗ୍ରସର ହେଉନ୍ତୁ। |
1932 | EXO 15:11 | ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ ? |
1956 | EXO 16:8 | ଆହୁରି ମୋଶା କହିଲେ, “ସଦାପ୍ରଭୁ ସନ୍ଧ୍ୟା କାଳରେ ଭୋଜନ ନିମନ୍ତେ ତୁମ୍ଭମାନଙ୍କୁ ମାଂସ ଦେବେ ଓ ପ୍ରାତଃ କାଳରେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଦେବେ; କାରଣ ସଦାପ୍ରଭୁଙ୍କ ବିରୁଦ୍ଧରେ କରିଥିବା ତୁମ୍ଭମାନଙ୍କର ବଚସା ସେ ଶୁଣନ୍ତି। ଆମ୍ଭେମାନେ କିଏ ? ତୁମ୍ଭମାନଙ୍କର ବଚସା ଆମ୍ଭମାନଙ୍କ ବିରୁଦ୍ଧରେ ନୁହେଁ ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ହୁଏ।” |
1976 | EXO 16:28 | ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେମାନେ ଆମ୍ଭର ଆଜ୍ଞା ଓ ବ୍ୟବସ୍ଥା ପାଳନ କରିବାକୁ କେତେ କାଳ ଅସମ୍ମତ ଥିବ ? |
1986 | EXO 17:2 | ଏଥିପାଇଁ ଲୋକମାନେ ମୋଶାଙ୍କ ସଙ୍ଗରେ ବିବାଦ କରି କହିଲେ, “ଆମ୍ଭମାନଙ୍କୁ ଜଳ ଦିଅ, ଆମ୍ଭେମାନେ ପାନ କରିବୁ।” ତହିଁରେ ମୋଶା କହିଲେ, “ତୁମ୍ଭେମାନେ ମୋ’ ସଙ୍ଗରେ କାହିଁକି ବିବାଦ କର ? କାହିଁକି ସଦାପ୍ରଭୁଙ୍କୁ ପରୀକ୍ଷା କର ?” |
1988 | EXO 17:4 | ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ଏହି ଲୋକମାନଙ୍କ ନିମନ୍ତେ କ’ଣ କରିବି ? ସେମାନେ ମୋତେ ପଥର ପକାଇ ମାରିବାକୁ ପ୍ରାୟ ଉଦ୍ୟତ।” |
2014 | EXO 18:14 | ସେତେବେଳେ ମୋଶା ଲୋକମାନଙ୍କ ବିଷୟରେ ଯାହା ଯାହା କଲେ, ତାଙ୍କର ଶ୍ୱଶୁର ତାହା ଦେଖି କହିଲେ, “ତୁମ୍ଭେ ଲୋକମାନଙ୍କ ପ୍ରତି ଏ କିରୂପ ବ୍ୟବହାର କରୁଅଛ ? ତୁମ୍ଭେ କାହିଁକି ଏକାକୀ ବସ ଓ ସମସ୍ତ ଲୋକ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତୁମ୍ଭ ଚାରିଆଡ଼େ କାହିଁକି ଠିଆ ହୋଇ ରହନ୍ତି ?” |
2023 | EXO 18:23 | ଯଦି ତୁମ୍ଭେ ଏହିପରି କରିବ, ପୁଣି, ପରମେଶ୍ୱର ଏପରି କରିବା ପାଇଁ ଆଜ୍ଞା ଦେବେ, ତେବେ ତୁମ୍ଭେ ସହ୍ୟ କରିପାରିବ ? ଆଉ ଏହି ସବୁ ଲୋକମାନେ କୁଶଳରେ ସ୍ୱସ୍ଥାନକୁ ଯିବେ।” |
2141 | EXO 22:26 | କାରଣ ତାହା ତାହାର ଏକମାତ୍ର ଆଚ୍ଛାଦନ ଓ ଚର୍ମ୍ମ ଆଚ୍ଛାଦକ ବସ୍ତ୍ର; ସେ କାହିଁରେ ଶୟନ କରିବ ? ପୁଣି, ସେ ଯଦି ଆମ୍ଭ ନିକଟରେ ଡାକ ପକାଇବ, ତେବେ ଆମ୍ଭେ ତାହା ଶୁଣିବା, କାରଣ ଆମ୍ଭେ କୃପାବାନ ଅଟୁ। |
2450 | EXO 32:11 | ତହିଁରେ ମୋଶା ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ନିବେଦନ କରି କହିଲେ, “ହେ ସଦାପ୍ରଭୁ, ତୁମ୍ଭେ ଆପଣାର ଯେଉଁ ଲୋକମାନଙ୍କୁ ଆପଣା ମହାପରାକ୍ରମ ଓ ବାହୁ ବଳରେ ମିସର ଦେଶରୁ ବାହାର ଆଣିଅଛ, ସେମାନଙ୍କ ପ୍ରତିକୂଳରେ ତୁମ୍ଭର କ୍ରୋଧ କାହିଁକି ପ୍ରଜ୍ୱଳିତ ହେବ ? |
2451 | EXO 32:12 | ସେ ପର୍ବତମୟ ଅଞ୍ଚଳରେ ସେମାନଙ୍କୁ ନଷ୍ଟ କରି ପୃଥିବୀରୁ ଲୋପ କରିବା ପାଇଁ, ଅନିଷ୍ଟ ନିମନ୍ତେ ବାହାର କରି ଆଣିଲେ, ଏପରି କଥା ମିସ୍ରୀୟମାନେ କାହିଁକି ଗଳ୍ପ କରିବେ ? ତୁମ୍ଭେ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେର ଓ ଆପଣା ଲୋକମାନଙ୍କ ପ୍ରତିକୂଳରେ ଏପରି ଅନିଷ୍ଟ ବିଷୟରୁ ନିବୃତ୍ତ ହୁଅ। |
2465 | EXO 32:26 | ଏଥିରେ ମୋଶା ଛାଉଣି ଦ୍ୱାରରେ ଠିଆ ହୋଇ କହିଲେ, “ସଦାପ୍ରଭୁଙ୍କ ପକ୍ଷରେ କିଏ ଅଛି ? ସେ ମୋ’ ନିକଟକୁ ଆସୁ,” ତହିଁରେ ଲେବୀର ସନ୍ତାନଗଣ ତାଙ୍କ ନିକଟରେ ଏକତ୍ର ହେଲେ। |
2490 | EXO 33:16 | କାରଣ ମୁଁ ଓ ତୁମ୍ଭର ଏହି ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ଏହା ଏବେ କିପରି ଜଣାଯିବ ? ଯେପରି ମୁଁ ଓ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକଠାରୁ ବିଶେଷ ଲୋକ ହେବା, ଆମ୍ଭମାନଙ୍କ ସହିତ ତୁମ୍ଭର ଗମନ ଦ୍ୱାରା କି ଏହା ଜଣାଯାଏ ନାହିଁ। |
2995 | LEV 10:17 | “ତୁମ୍ଭେମାନେ କାହିଁକି ପବିତ୍ର ସ୍ଥାନରେ ସେହି ପାପାର୍ଥକ ବଳି ଭୋଜନ କଲ ନାହିଁ ? ତାହା ତ ମହାପବିତ୍ର, ପୁଣି ମଣ୍ଡଳୀର ଅପରାଧ ବୋହି ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସେ ତାହା ତୁମ୍ଭମାନଙ୍କୁ ଦେଇଅଛନ୍ତି। |
3490 | LEV 25:20 | ଆଉ ତୁମ୍ଭେମାନେ ଯଦି କହିବ, ଦେଖ, ଆମ୍ଭେମାନେ ତ ବୁଣିବୁ ନାହିଁ, କି ଉତ୍ପନ୍ନ ଫଳ ସଂଗ୍ରହ କରିବୁ ନାହିଁ, ତେବେ ଆମ୍ଭେମାନେ ସପ୍ତମ ବର୍ଷରେ କଅଣ ଖାଇବୁ ? |
4029 | NUM 11:4 | ଏଥିଉତ୍ତାରେ ସେମାନଙ୍କ ମଧ୍ୟବର୍ତ୍ତୀ ମିଶ୍ରିତ ଲୋକମାନଙ୍କର ଜନତା ଲୋଭାକ୍ରାନ୍ତ ହେବାକୁ ଲାଗିଲେ; ପୁଣି, ଇସ୍ରାଏଲ ସନ୍ତାନଗଣ ମଧ୍ୟ ପୁନର୍ବାର ରୋଦନ କରି କହିଲେ, “କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ ? |
4036 | NUM 11:11 | ତହୁଁ ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅନିଷ୍ଟ ବ୍ୟବହାର କରିଅଛ ? ଓ କାହିଁକି ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇନାହିଁ, ଯେ ତୁମ୍ଭେ ମୋ’ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ ? |
4037 | NUM 11:12 | ମୁଁ କ’ଣ ଏହି ସମସ୍ତ ଲୋକଙ୍କୁ ଗର୍ଭରେ ଧାରଣ କରିଅଛି ? ମୁଁ କ’ଣ ସେମାନଙ୍କୁ ଜନ୍ମ କରିଅଛି ଯେ, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲ, ସେହି ଦେଶ ପର୍ଯ୍ୟନ୍ତ ଦୁଗ୍ଧପୋଷ୍ୟ ଶିଶୁ-ପାଳନକାରୀ ପିତା ତୁଲ୍ୟ ସେମାନଙ୍କୁ କୋଳରେ ବହି ଘେନି ଯିବା ପାଇଁ ମୋତେ କହୁଅଛ ? |