57 | GEN 3:1 | ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?” |
65 | GEN 3:9 | ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ ?” |
67 | GEN 3:11 | ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?” |
69 | GEN 3:13 | ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।” |
89 | GEN 4:9 | ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କ’ଣ ମୋ’ ଭାଇର ରକ୍ଷକ ?” |
369 | GEN 15:8 | ତହୁଁ ଅବ୍ରାମ କହିଲେ, “ହେ ପ୍ରଭୁ, ସଦାପ୍ରଭୁ, ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି ?” |
390 | GEN 16:8 | “ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ ? ପୁଣି, କେଉଁଠାକୁ ଯିବ ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।” |
415 | GEN 17:17 | ସେତେବେଳେ ଅବ୍ରହାମ ମୁହଁ ମାଡ଼ି ପଡ଼ି ହସିଲେ, ପୁଣି, ମନେ ମନେ କହିଲେ, “ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ ?” |
434 | GEN 18:9 | ତହିଁ ଉତ୍ତାରୁ ସେମାନେ ତାଙ୍କୁ ପଚାରିଲେ, “ତୁମ୍ଭର ଭାର୍ଯ୍ୟା ସାରା କେଉଁଠାରେ ?” ସେ କହିଲେ, “ଦେଖନ୍ତୁ, ସେ ତମ୍ବୁରେ ଅଛନ୍ତି।” |
450 | GEN 18:25 | ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟ ବିଚାର କରିବେ ନାହିଁ ?” |
453 | GEN 18:28 | ହୋଇପାରେ, ପଚାଶ ଜଣ ଧାର୍ମିକ ମଧ୍ୟରୁ ପାଞ୍ଚ ଜଣ ଊଣା ଥିବେ; ସେହି ପାଞ୍ଚ ଜଣ ଊଣା ହେବା ସକାଶୁ କି ଆପଣ ସମସ୍ତ ନଗର ବିନଷ୍ଟ କରିବେ ?” ସଦାପ୍ରଭୁ କହିଲେ, “ଆମ୍ଭେ ପଞ୍ଚଚାଳିଶ ଜଣ ପାଇଲେ, ତାହା ବିନଷ୍ଟ କରିବା ନାହିଁ।” |
478 | GEN 19:20 | ଦେଖନ୍ତୁ, ପଳାଇ ଯିବାକୁ ସେହି ନଗର ନିକଟବର୍ତ୍ତୀ, ତାହା କ୍ଷୁଦ୍ର; ସେହି ସ୍ଥାନକୁ ପଳାଇବାକୁ ଆଜ୍ଞା କରନ୍ତୁ, ତହିଁରେ ମୋହର ପ୍ରାଣ ବଞ୍ଚିବ; ତାହା କି କ୍ଷୁଦ୍ର ନୁହେଁ ?” |
506 | GEN 20:10 | ଅବିମେଲକ ଅବ୍ରହାମଙ୍କୁ ଆହୁରି କହିଲେ, “ତୁମ୍ଭେ କ’ଣ ଦେଖି ଏରୂପ କର୍ମ କଲ ?” |
543 | GEN 21:29 | ତହିଁରେ ଅବିମେଲକ ଅବ୍ରହାମଙ୍କୁ ପଚାରିଲେ, “ତୁମ୍ଭେ କି ଅଭିପ୍ରାୟରେ ଏହି ସାତଗୋଟି ମେଷବତ୍ସା ପୃଥକ କରି ରଖିଲ ?” |
555 | GEN 22:7 | ଆଉ ଇସ୍ହାକ ଆପଣା ପିତା ଅବ୍ରହାମଙ୍କୁ ଡାକି କହିଲା, “ହେ ମୋହର ପିତଃ।” ତହିଁରେ ସେ ଉତ୍ତର କଲେ, “ପୁତ୍ର, ଦେଖ, ମୁଁ ଏଠାରେ।” ସେତେବେଳେ ସେ ପଚାରିଲା, “ଏହି ଦେଖ, ଅଗ୍ନି ଓ କାଷ୍ଠ, ମାତ୍ର ହୋମ ନିମନ୍ତେ ମେଣ୍ଢା ଛୁଆ କାହିଁ ?” |
597 | GEN 24:5 | ସେତେବେଳେ ସେହି ଦାସ ତାଙ୍କୁ କହିଲା, “ଯଦି କୌଣସି କନ୍ୟା ମୋ’ ସହିତ ଏ ଦେଶକୁ ଆସିବା ପାଇଁ ସମ୍ମତ ନୋହିବ, ତେବେ ଯେଉଁ ଦେଶରୁ ତୁମ୍ଭେ ଆସିଅଛ, ସେହି ଦେଶକୁ କି ତୁମ୍ଭ ପୁତ୍ରଙ୍କୁ ନେଇଯିବି ?” |
615 | GEN 24:23 | “ନିବେଦନ କରୁଅଛି, ତୁମ୍ଭେ କାହାର କନ୍ୟା, ମୋତେ କୁହ। ତୁମ୍ଭ ପିତାଙ୍କ ଗୃହରେ ଆମ୍ଭମାନଙ୍କର ରାତ୍ରି କ୍ଷେପଣ କରିବାକୁ କି ସ୍ଥାନ ଅଛି ?” |
639 | GEN 24:47 | ଏଥିଉତ୍ତାରେ ମୁଁ ତାହାକୁ ପଚାରିଲି, “ତୁମ୍ଭେ କାହାର କନ୍ୟା ?” ତହିଁରେ ସେ କହିଲା, “ନାହୋରର ଔରସରେ ମିଲ୍କାର ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା।” ତହୁଁ ମୁଁ ତାହାର ନାସିକାରେ ନଥ ଓ ହସ୍ତରେ ବଳା ପିନ୍ଧାଇଲି। |
650 | GEN 24:58 | ଏଥିଉତ୍ତାରେ ସେମାନେ ରିବିକାକୁ ଡାକି କହିଲେ, “ତୁମ୍ଭେ କି ଏହି ମନୁଷ୍ୟ ସଙ୍ଗରେ ଯିବ ?” ତହୁଁ ସେ କହିଲା, “ଯିବି।” |
657 | GEN 24:65 | ପୁଣି, ସେ ସେହି ଦାସକୁ ପଚାରିଲା, “ଆମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଯେ କ୍ଷେତ୍ର ମଧ୍ୟରେ ଆସୁଅଛି, ସେହି ପୁରୁଷ କିଏ ?” ତହିଁରେ ଦାସ ଉତ୍ତର କଲା, “ସେ ମୋହର ପ୍ରଭୁ,” ଏଣୁ ରିବିକା ଘୋଡ଼ଣୀ ନେଇ ଆପଣାକୁ ଆଚ୍ଛାଦନ କଲା। |
691 | GEN 25:32 | ଏଷୌ ଉତ୍ତର କଲା, “ଦେଖ, ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ ?” |
702 | GEN 26:9 | ତେଣୁ ଅବିମେଲକ ଇସ୍ହାକଙ୍କୁ ଡକାଇ କହିଲେ, “ସେ ସ୍ତ୍ରୀ ଅବଶ୍ୟ ତୁମ୍ଭର ଭାର୍ଯ୍ୟା; ତେବେ ତୁମ୍ଭେ ତାହାକୁ ଆପଣା ଭଗିନୀ ବୋଲି କିପରି କହିଲ ?” ସେତେବେଳେ ଇସ୍ହାକ ଉତ୍ତର କଲେ, “ମୁଁ ଭାବିଲି, କେଜାଣି ତାହା ଲାଗି ମୋହର ମୃତ୍ୟୁୁ ହେବ।” |
720 | GEN 26:27 | ତହିଁରେ ଇସ୍ହାକ ସେମାନଙ୍କୁ କହିଲେ, “ତୁମ୍ଭେମାନେ ତ ମୋତେ ଘୃଣା କରୁଅଛ, ପୁଣି, ଆପଣାମାନଙ୍କ ମଧ୍ୟରୁ ମୋତେ ଦୂର କରି ଦେଇଥିଲ, ଏବେ ମୋ’ ନିକଟକୁ କାହିଁକି ଆସିଅଛ ?” |
746 | GEN 27:18 | ତହୁଁ ଯାକୁବ ଆପଣା ପିତା ନିକଟକୁ ଯାଇ କହିଲା, “ପିତଃ,” ସେ ଉତ୍ତର କଲେ, “ଦେଖ, ମୁଁ ଏଠାରେ ପୁତ୍ର, ତୁମ୍ଭେ କିଏ ?” |
748 | GEN 27:20 | ତହିଁରେ ଇସ୍ହାକ ଆପଣା ପୁତ୍ରକୁ କହିଲେ, “ପୁତ୍ର, ତୁମ୍ଭେ ଏତେ ଶୀଘ୍ର ତାହା କିପରି ପାଇଲ ?” ସେ କହିଲା, “ଆପଣଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତାହା ଭେଟାଇ ଦେଲେ।” |
752 | GEN 27:24 | ଏଥିଉତ୍ତାରେ ସେ କହିଲେ, “ତୁମ୍ଭେ କି ନିତାନ୍ତ ମୋହର ପୁତ୍ର ଏଷୌ ?” ସେ କହିଲା, “ହଁ, ମୁଁ ସେହି।” |
760 | GEN 27:32 | ତହିଁରେ ତାହାର ପିତା ଇସ୍ହାକ କହିଲେ, “ତୁମ୍ଭେ କିଏ ?” ସେ କହିଲା, “ମୁଁ ଆପଣଙ୍କ ପୁତ୍ର, ଆପଣଙ୍କ ପ୍ରଥମଜାତ ଏଷୌ।” |
764 | GEN 27:36 | ତହିଁରେ ଏଷୌ କହିଲା, “ତାହାର ଯଥାର୍ଥ ନାମ କି ଯାକୁବ ନୁହେଁ ? ଯେହେତୁ ସେ ଦୁଇଥର ମୋତେ ପ୍ରବଞ୍ଚନା କରିଅଛି, ସେ ପୂର୍ବରେ ମୋର ଜ୍ୟେଷ୍ଠାଧିକାର ହରଣ କରିଥିଲା, ପୁଣି, ଦେଖ, ଏବେ ମୋର (ପ୍ରାପ୍ତବ୍ୟ) ଆଶୀର୍ବାଦ ମଧ୍ୟ ହରଣ କରିଅଛି।” ସେ ପୁନର୍ବାର କହିଲା, “ଆପଣ କି ମୋ’ ନିମନ୍ତେ ଗୋଟିଏ ଆଶୀର୍ବାଦ ରଖି ନାହାନ୍ତି ?” |
765 | GEN 27:37 | ତହୁଁ ଇସ୍ହାକ ଏଷୌକୁ କହିଲେ, “ଦେଖ, ମୁଁ ତାହାକୁ ତୁମ୍ଭର କର୍ତ୍ତା କଲି, ପୁଣି, ତାହାର ଜ୍ଞାତି ସମସ୍ତଙ୍କୁ ତାହାର ଅଧୀନ କଲି, ଆଉ ଶସ୍ୟ ଓ ଦ୍ରାକ୍ଷାରସ ଦ୍ୱାରା ତାହାକୁ ସବଳ କଲି; ଏହେତୁ ପୁତ୍ର, ଏବେ ତୁମ୍ଭ ନିମନ୍ତେ ଆଉ କଅଣ କରିପାରେ ?” |
773 | GEN 27:45 | ଏଥିଉତ୍ତାରେ ତୁମ୍ଭ ପ୍ରତି ତୁମ୍ଭ ଭ୍ରାତାର କ୍ରୋଧ ନିବୃତ୍ତ ହେଲେ ଓ ତୁମ୍ଭେ ତାହା ପ୍ରତି ଯାହା କରିଅଛ, ତାହା ସେ ପାସୋରି ଗଲେ, ମୁଁ ଲୋକ ପଠାଇ ସେଠାରୁ ତୁମ୍ଭକୁ ଅଣାଇବି; ଗୋଟିଏ ଦିନରେ ତୁମ୍ଭ ଦୁଇ ଜଣଙ୍କୁ କାହିଁକି ହରାଇବି ?” |
774 | GEN 27:46 | ଏଥିଉତ୍ତାରେ ରିବିକା ଇସ୍ହାକଙ୍କୁ କହିଲା, “ଏହି ହିତ୍ତୀୟ କନ୍ୟାମାନଙ୍କ ସକାଶୁ ମୁଁ ଆପଣା ପ୍ରାଣରେ ବିରକ୍ତ ହେଉଅଛି; ଯଦି ଯାକୁବ ଏମାନଙ୍କ ତୁଲ୍ୟ କୌଣସି ହିତ୍ତୀୟ କନ୍ୟାକୁ, ଅର୍ଥାତ୍, ଏହି ଦେଶର କନ୍ୟାମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ ବିବାହ କରେ, ତେବେ ମୋହର ପ୍ରାଣଧାରଣରେ କି ସୁଖ ?” |
800 | GEN 29:4 | ଯାକୁବ ସେମାନଙ୍କୁ ପଚାରିଲା, “ହେ ଭାଇମାନେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ ?” ସେମାନେ କହିଲେ, “ଆମ୍ଭେମାନେ ହାରଣ ନଗରର ଲୋକ।” |
802 | GEN 29:6 | ଯାକୁବ ପଚାରିଲା, “ସେ କୁଶଳରେ ଅଛନ୍ତି ତ ?” ସେମାନେ କହିଲେ, “କୁଶଳରେ ଅଛି; ଏହି ଦେଖ, ତାହାର କନ୍ୟା ରାହେଲ ମେଷପଲ ଘେନି ଆସୁଅଛି।” |
821 | GEN 29:25 | ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା ! ତହୁଁ ଯାକୁବ ଲାବନଙ୍କୁ କହିଲା, “ତୁମ୍ଭେ ମୋ’ ସହିତ ଏ କି ବ୍ୟବହାର କରିଅଛ ? ମୁଁ କ’ଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କାହିଁକି ମୋତେ ପ୍ରବଞ୍ଚନା କରିଅଛ ?” |
846 | GEN 30:15 | ତହିଁରେ ସେ କହିଲା, “ତୁମ୍ଭେ ମୋ’ ସ୍ୱାମୀକୁ ହରଣ କରିଅଛ, ଏ କି ଅଳ୍ପ ବିଷୟ ? ତୁମ୍ଭେ ମୋ’ ପୁତ୍ରର ଦୂଦାଫଳ ମଧ୍ୟ କି ହରଣ କରିବ ?” ତେବେ ରାହେଲ କହିଲା, “ତୁମ୍ଭର ପୁତ୍ରର ଦୂଦାଫଳ ପରିବର୍ତ୍ତରେ ସେ ଆଜି ରାତ୍ର ତୁମ୍ଭ ସଙ୍ଗେ ଶୟନ କରିବେ।” |
861 | GEN 30:30 | କାରଣ, ମୋହର ଆସିବା ପୂର୍ବରେ ତୁମ୍ଭର ଅଳ୍ପ ସମ୍ପତ୍ତି ଥିଲା, ମାତ୍ର ଏବେ ବୃଦ୍ଧି ପାଇ ପ୍ରଚୁର ହୋଇଅଛି; ପୁଣି, ମୁଁ ଯେକୌଣସି ଜାଗାକୁ ତୁମ୍ଭର ମେଷପଲକୁ ଚରାଇବାକୁ ନେଲି ସଦାପ୍ରଭୁ ତୁମ୍ଭର ମଙ୍ଗଳ କରିଅଛନ୍ତି; ମାତ୍ର ମୁଁ ଆପଣା ପରିବାର ନିମନ୍ତେ କେବେ ସଞ୍ଚୟ କରିବି ?” |
862 | GEN 30:31 | ତହିଁରେ ଲାବନ କହିଲା, “ମୁଁ ତୁମ୍ଭକୁ କଅଣ ଦେବି ?” ଯାକୁବ କହିଲା, “ତୁମ୍ଭକୁ କିଛି ଦେବାକୁ ପଡ଼ିବ ନାହିଁ; ଯଦି ତୁମ୍ଭେ ମୋ’ ପାଇଁ ଗୋଟିଏ କର୍ମ କରିବ, ତେବେ ମୁଁ ତୁମ୍ଭର ପଶୁମାନଙ୍କୁ ପୁନର୍ବାର ଚରାଇ ପ୍ରତିପାଳନ କରିବି। |
904 | GEN 31:30 | ଆଉ ପିତୃଗୃହକୁ ଝୁରିବାରୁ ଯଦି ତୁମ୍ଭର ଯିବାର ଆବଶ୍ୟକ ହେଲା, ତେବେ ମୋହର ଦେବତାମାନଙ୍କୁ କାହିଁକି ଚୋରି କଲ ?” |
956 | GEN 32:28 | ପୁନର୍ବାର ସେହି ମନୁଷ୍ୟ କହିଲେ, “ତୁମ୍ଭର ନାମ କଅଣ ?” ସେ କହିଲା, “ଯାକୁବ।” |
958 | GEN 32:30 | ସେତେବେଳେ ଯାକୁବ ପଚାରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭର ନାମ କୁହ।” ସେ କହିଲେ, “ତୁମ୍ଭେ କାହିଁକି ଆମ୍ଭର ନାମ ପଚାରୁ ଅଛ ?” ତହୁଁ ସେ ସେଠାରେ ଯାକୁବକୁ ଆଶୀର୍ବାଦ କଲେ। |
966 | GEN 33:5 | ଏଉତ୍ତାରେ ସେ ଅନାଇ ସ୍ତ୍ରୀଗଣକୁ ଓ ବାଳକଗଣକୁ ଦେଖି ପଚାରିଲା,” ତୁମ୍ଭ ସଙ୍ଗେ ଏମାନେ କିଏ ?” ତହିଁରେ ସେ କହିଲା, “ପରମେଶ୍ୱର କୃପା କରି ଆପଣଙ୍କ ଦାସକୁ ଏହି ସମସ୍ତ ସନ୍ତାନ ଦେଇଅଛନ୍ତି।” |
969 | GEN 33:8 | ତହିଁରେ ଏଷୌ ପଚାରିଲା, “ମୁଁ ଆଗେ ଯେଉଁ ସବୁ (ପଶ୍ୱାଦି) ଦଳ ସହିତ ଭେଟିଲି; ତାହା କି ନିମନ୍ତେ ?” ଯାକୁବ କହିଲା, “ମୋ’ ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ।” |
1012 | GEN 34:31 | ସେମାନେ ଉତ୍ତର କଲେ, “ବେଶ୍ୟା ପରି ଆମ୍ଭମାନଙ୍କ ଭଉଣୀ ସଙ୍ଗେ ବ୍ୟବହାର କରିବା କି ତାହାର କର୍ତ୍ତବ୍ୟ ?” |
1092 | GEN 37:8 | ଏଥିରେ ତାହାର ଭାଇମାନେ ତାକୁ କହିଲେ, “ତୁ କି ସତେ ଆମ୍ଭମାନଙ୍କର ରାଜା ହେବୁ ? ତୁ କି ସତେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବୁ ?” ତହୁଁ ସେମାନେ ତାହାର ସବୁ ସ୍ୱପ୍ନ ଓ କଥା ସକାଶୁ ତାକୁ ଆହୁରି ଅଧିକ ଘୃଣା କଲେ। |
1094 | GEN 37:10 | ମାତ୍ର ସେ ଆପଣା ପିତା ଓ ଭାଇମାନଙ୍କ ସାକ୍ଷାତରେ ତାହା କହନ୍ତେ, ତାହାର ପିତା ତାହାକୁ ଧମକାଇ କହିଲେ, “ତୁ ଏ କି ପ୍ରକାର ସ୍ୱପ୍ୱ ଦେଖିଲୁ ? ମୁଁ ଓ ତୋ’ ମାତା ଓ ତୋ’ ଭ୍ରାତୃଗଣ, ଆମ୍ଭେମାନେ କି ଭୂମିଷ୍ଠ ହୋଇ ତୋତେ ପ୍ରଣାମ କରିବାକୁ ଆସିବୁ ?” |
1097 | GEN 37:13 | ଇସ୍ରାଏଲ ଯୋଷେଫକୁ କହିଲେ, “ତୁମ୍ଭର ଭ୍ରାତୃଗଣ କି ଶିଖିମରେ ପଶୁପଲ ଚରାଉ ନାହାନ୍ତି ?” ଆସ, ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଇବି; ତହିଁରେ ସେ କହିଲା, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।” |
1099 | GEN 37:15 | ସେତେବେଳେ ଜଣେ ମନୁଷ୍ୟ ଯୋଷେଫକୁ କ୍ଷେତରେ ଏଣେତେଣେ ଭ୍ରମଣ କରିବାର ଦେଖି ପଚାରିଲା, “ତୁମ୍ଭେ କଅଣ ଖୋଜୁଅଛ ?” |
1114 | GEN 37:30 | ପୁଣି, ଭାଇମାନଙ୍କ ନିକଟକୁ ଫେରିଆସି କହିଲା, “ବାଳକଟି ନାହିଁ; ଆଉ ମୁଁ କେଉଁଠାକୁ ଯିବି ?” |
1136 | GEN 38:16 | ଏନିମନ୍ତେ ସେ ପଥପାଶ୍ୱର୍ରେ ତାହା ନିକଟକୁ ଯାଇ ପୁତ୍ରବଧୂକୁ ଚିହ୍ନି ନ ପାରି କହିଲା, “ନିବେଦନ କରୁଅଛି, ତୁମ୍ଭ କତିକି ମୋତେ ଯିବାକୁ ଦିଅ।” ତହୁଁ ତାମର କହିଲା, “ତୁମ୍ଭେ ମୋ’ କତିକି ଆସିବା ପାଇଁ କଅଣ ଦେବ ?” |
1137 | GEN 38:17 | ସେ କହିଲା, “ପଲରୁ ଗୋଟିଏ ଛେଳିଛୁଆ ପଠାଇ ଦେବି।” ତାମର କହିଲା, “ତାହା ପଠାଇବା ଯାଏ ମୋତେ କି କୌଣସି ବନ୍ଧକ ଦେବ ?” |
1138 | GEN 38:18 | ଯିହୁଦା କହିଲା, “କଅଣ ବନ୍ଧକ ଦେବା ?” ତାମର କହିଲା, “ତୁମ୍ଭର ଏହି ମୋହର ଓ ସୂତ୍ର, ଆଉ ହସ୍ତଯଷ୍ଟି।” ତହୁଁ ଯିହୁଦା ତାକୁ ସେହି ସବୁ ଦେଇ ତାହା କତିକି ଗମନ କଲା, ତହିଁରେ ସେ ତାହା ଦ୍ୱାରା ଗର୍ଭବତୀ ହେଲା। |
1159 | GEN 39:9 | ଏହି ଗୃହରେ ମୋ’ଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋ’ ପ୍ରତି ଆଉ କିଛି ମନା ନାହିଁ। ଏହେତୁ ମୁଁ କିପରି ଏଡ଼େ ବଡ଼ ଦୁଷ୍ଟତା ଓ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିପାରେ ?” |
1180 | GEN 40:7 | ତହୁଁ ଫାରୋଙ୍କର ଯେଉଁ ଭୃତ୍ୟମାନେ ତାଙ୍କ ସହିତ ତାଙ୍କ ପ୍ରଭୁର କାରାଗାରରେ ବନ୍ଦ ଥିଲେ, ସେମାନଙ୍କୁ ସେ ପଚାରିଲେ, “ଆଜି ତୁମ୍ଭମାନଙ୍କ ମୁଖ ବିଷଣ୍ଣ କାହିଁକି ?” |
1254 | GEN 42:1 | ଆଉ ମିସର ଦେଶରେ ଶସ୍ୟ ଅଛି, ଏହି କଥା ଶୁଣି ଯାକୁବ ଆପଣା ପୁତ୍ରମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ପରସ୍ପର ପ୍ରତି ଅନାଇ ରହୁଅଛ ?” |
1260 | GEN 42:7 | ସେତେବେଳେ ଯୋଷେଫ ଆପଣା ଭାଇମାନଙ୍କୁ ଦେଖି ଚିହ୍ନିଲେ, ମାତ୍ର ସେମାନଙ୍କ ଆଗରେ ଅପରିଚିତ ଲୋକ ପରି ବ୍ୟବହାର କରି କଟୁ କଥାରେ କହିଲେ, “ତୁମ୍ଭେମାନେ କେଉଁଠାରୁ ଆସିଅଛ ?” ସେମାନେ କହିଲେ, “କିଣାନ ଦେଶରୁ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛୁ।” |
1281 | GEN 42:28 | ତହିଁରେ ସେ ଭାଇମାନଙ୍କୁ କହିଲା, “ମୋହର ଟଙ୍କା ଫେରି ଆସିଅଛି; ଏହି ଦେଖ, ତାହା ମୋ’ ପଟରେ ଅଛି।” ଏଣୁ ସେମାନଙ୍କର ହଂସା ଉଡ଼ିଗଲା, ଆଉ ସେମାନେ କମ୍ପିତ ହୋଇ ପରସ୍ପର ପ୍ରତି ଅନାଇ କହିଲେ, “ପରମେଶ୍ୱର ଆମ୍ଭମାନଙ୍କର ପ୍ରତି ଏ କି କର୍ମ କରିଅଛନ୍ତି ?” |
1297 | GEN 43:6 | ତହିଁରେ ଇସ୍ରାଏଲ କହିଲେ, “ତୁମ୍ଭମାନଙ୍କର ଆଉ ଏକ ଭାଇ ଅଛି, ଏହା ସେହି ମନୁଷ୍ୟକୁ କହି ମୋ’ ପ୍ରତି ଏପରି କୁବ୍ୟବହାର କାହିଁକି କଲ ?” |
1298 | GEN 43:7 | ସେମାନେ କହିଲେ, “ସେ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ଜ୍ଞାତିମାନଙ୍କ ବିଷୟ ସୂକ୍ଷ୍ମ ରୂପେ ପଚାରି କହିଲା, ତୁମ୍ଭମାନଙ୍କ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି ? ତୁମ୍ଭମାନଙ୍କର କି ଆଉ ଭାଇ ଅଛି ? ଏଣୁ ଆମ୍ଭେମାନେ ସେହି କଥା ପ୍ରମାଣେ ଉତ୍ତର ଦେଇଥିଲୁ; ସେ ଯେ ତୁମ୍ଭମାନଙ୍କ ଭାଇଙ୍କୁ ଏଠାକୁ ଆଣ ବୋଲି କହିବ, ଏହା ଆମ୍ଭେମାନେ କିପ୍ରକାରେ ଜାଣି ପାରନ୍ତୁ ?” |
1318 | GEN 43:27 | ତହୁଁ ଯୋଷେଫ ସେମାନଙ୍କର ମଙ୍ଗଳ ବାର୍ତ୍ତା ପଚାରି କହିଲେ, “ତୁମ୍ଭମାନଙ୍କର ପିତା କି କୁଶଳରେ ଅଛନ୍ତି ? ତୁମ୍ଭେମାନେ ଯେଉଁ ବୃଦ୍ଧ ଲୋକଙ୍କର କଥା କହୁଥିଲ, ସେ କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି ?” |
1320 | GEN 43:29 | ସେତେବେଳେ ଯୋଷେଫ ଅନାଇ ଆପଣା ସହୋଦର ବିନ୍ୟାମୀନ୍କୁ ଦେଖି କହିଲେ, ତୁମ୍ଭେମାନେ ଯେଉଁ ସାନ ଭାଇର କଥା କହିଥିଲ, “ସେ କି ଏହି ?” ଆଉ ସେ କହିଲେ, “ହେ ଆମ୍ଭର ପୁତ୍ର, ପରମେଶ୍ୱର ତୁମ୍ଭଙ୍କୁ ଅନୁଗ୍ରହ କରନ୍ତୁ।” |
1332 | GEN 44:7 | ତହିଁରେ ସେମାନେ କହିଲେ, “ଆମ୍ଭର ପ୍ରଭୁ କାହିଁକି ଏପରି କଥା କହନ୍ତି ?” ଆପଣଙ୍କ ଦାସମାନଙ୍କର ଏପରି କର୍ମ କରିବା ଦୂରେ ଥାଉ। |
1340 | GEN 44:15 | ତେବେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏ କିପରି କାର୍ଯ୍ୟ କଲ ? ଆମ୍ଭ ପରି ଲୋକ ଯେ ଅବଶ୍ୟ ଗଣକତା କରି ପାରିବ, ଏହା କି ତୁମ୍ଭେମାନେ ଜାଣ ନାହିଁ ?” |
1344 | GEN 44:19 | ପ୍ରଭୁ ଆପଣା ଦାସମାନଙ୍କୁ ପଚାରିଥିଲେ, “ତୁମ୍ଭମାନଙ୍କର ପିତା କିଅବା ଭାଇ ଅଛନ୍ତି କି ?” |
1362 | GEN 45:3 | ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ମୁଁ ଯୋଷେଫ; ମୋ’ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି ?” ଏଥିରେ ତାଙ୍କର ଭାଇମାନେ ତାଙ୍କ ସାକ୍ଷାତରେ ଭୟଭୀତ ହେବାରୁ କିଛି ଉତ୍ତର ଦେଇ ପାରିଲେ ନାହିଁ। |
1424 | GEN 47:3 | ତହିଁରେ ଫାରୋ ଯୋଷେଫଙ୍କ ଭାଇମାନଙ୍କୁ ପଚାରିଲେ, “ତୁମ୍ଭମାନଙ୍କର କେଉଁ ବ୍ୟବସାୟ ?” ସେମାନେ ଫାରୋଙ୍କୁ କହିଲେ, “ଆପଣଙ୍କର ଏହି ଦାସମାନେ ପୂର୍ବପୁରୁଷାନୁକ୍ରମେ ପଶୁପାଳକ।” |
1429 | GEN 47:8 | ସେତେବେଳେ ଫାରୋ ଯାକୁବଙ୍କୁ ପଚାରିଲେ, “ଆପଣଙ୍କ ପରମାୟୁର ଦିନ କେତେ ?” |
1436 | GEN 47:15 | ଏଥିଉତ୍ତାରେ ମିସର ଦେଶରେ ଓ କିଣାନ ଦେଶରେ ରୂପାର ଅଭାବ ହୁଅନ୍ତେ, ମିସ୍ରୀୟ ଲୋକ ସମସ୍ତେ ଯୋଷେଫଙ୍କ ନିକଟକୁ ଆସି କହିଲେ, “ଆମ୍ଭମାନଙ୍କୁ ଖାଦ୍ୟସାମଗ୍ରୀ ଦେଉନ୍ତୁ, ଆମ୍ଭମାନଙ୍କର ରୂପା ଶେଷ ହେଉଅଛି ବୋଲି କାହିଁକି ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ମରିବୁ ?” |
1460 | GEN 48:8 | ଏଥିଉତ୍ତାରେ ଇସ୍ରାଏଲ ଯୋଷେଫଙ୍କର ପୁତ୍ରମାନଙ୍କୁ ଦେଖି ପଚାରିଲେ, “ଏମାନେ କିଏ ?” |
1526 | GEN 50:19 | ତହିଁରେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ କିଛି ଭୟ କର ନାହିଁ, ମୁଁ କ’ଣ ପରମେଶ୍ୱରଙ୍କର ପ୍ରତିନିଧି ?” |
1551 | EXO 1:18 | ତେଣୁ ମିସରର ରାଜା ଧାତ୍ରୀମାନଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଏପରି କାର୍ଯ୍ୟ କାହିଁକି କରୁଅଛ ? ପୁତ୍ରସନ୍ତାନମାନଙ୍କୁ କାହିଁକି ଜୀବିତ ରଖୁଅଛ ?” |
1562 | EXO 2:7 | ସେତେବେଳେ ତାହାର ଭଗିନୀ ଫାରୋଙ୍କର କନ୍ୟାକୁ କହିଲା, “ମୁଁ ଯାଇ ଆପଣଙ୍କ ନିମନ୍ତେ ଏହି ବାଳକକୁ ସ୍ତନ୍ୟପାନ କରାଇବା ପାଇଁ କି ଏବ୍ରୀୟା ସ୍ତ୍ରୀଗଣ ମଧ୍ୟରୁ ଜଣେ ଧାତ୍ରୀକୁ ଡାକି ଆଣିବି ?” |
1568 | EXO 2:13 | ଆଉ ଦ୍ୱିତୀୟ ଦିନ ସେ ବାହାରକୁ ଯାଇ ଦୁଇ ଜଣ ଏବ୍ରୀଙ୍କୁ ବିବାଦ କରୁଥିବାର ଦେଖି ଦୋଷୀ ଲୋକଙ୍କୁ କହିଲେ, “ତୁମ୍ଭେ ଆପଣା ଭାଇଙ୍କୁ କାହିଁକି ପ୍ରହାର କରୁଅଛ ?” |
1569 | EXO 2:14 | ତହିଁରେ ସେ କହିଲା, “କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ରାଜା ଓ ବିଚାରକର୍ତ୍ତା କରି ନିଯୁକ୍ତ କରିଅଛି ?” ତୁମ୍ଭେ ଯେପରି ସେହି ମିସ୍ରୀୟ ଲୋକକୁ ବଧ କଲ, ସେହିପରି କି ମୋତେ ବଧ କରିବାକୁ ଚାହୁଁଛ ? ତହିଁରେ ମୋଶା ଭୟଭୀତ ହୋଇ କହିଲେ, “ଏ କଥା ଅବଶ୍ୟ ପ୍ରକାଶିତ ହୋଇଅଛି।” |
1573 | EXO 2:18 | ଏଥିଉତ୍ତାରେ ସେମାନେ ଆପଣା ପିତା ରୁୟେଲ ନିକଟକୁ ଯାଆନ୍ତେ, ସେ ସେମାନଙ୍କୁ ପଚାରିଲା, “ଆଜି ତୁମ୍ଭେମାନେ ଏତେ ଶୀଘ୍ର କିପରି ଆସିଲ ?” |
1591 | EXO 3:11 | ତହିଁରେ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ କିଏ ଯେ, ଫାରୋଙ୍କ ନିକଟକୁ ଯାଇ ମିସର ଦେଶରୁ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବି ?” |
1593 | EXO 3:13 | ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କୁ କହିଲେ, “ଦେଖ, ମୁଁ ଯେତେବେଳେ ଇସ୍ରାଏଲର ସନ୍ତାନମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି, କି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ୱର ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି; ପୁଣି, ସେମାନେ ପଚାରିବେ, ତାହାଙ୍କର ନାମ କଅଣ ? ସେତେବେଳେ ମୁଁ କି ଉତ୍ତର ଦେବି ?” |
1603 | EXO 4:1 | ଏଥିରେ ମୋଶା ଉତ୍ତର କଲେ, “ଦେଖନ୍ତୁ, ସେମାନେ ମୋତେ ବିଶ୍ୱାସ କରିବେ ନାହିଁ ଓ ମୋ’ ରବରେ ମନୋଯୋଗ କରିବେ ନାହିଁ; ମାତ୍ର ସେମାନେ କହିବେ, ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦେଇ ନାହାନ୍ତି ?” |
1604 | EXO 4:2 | ତେବେ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭ ହସ୍ତରେ କ’ଣ ଅଛି ?” ସେ କହିଲେ, “ଯଷ୍ଟି।” |
1647 | EXO 5:14 | ଫାରୋଙ୍କର କାର୍ଯ୍ୟଶାସକମାନେ ଇସ୍ରାଏଲବଂଶୀୟ ଯେଉଁ କାର୍ଯ୍ୟାଧ୍ୟକ୍ଷମାନଙ୍କୁ ରଖିଥିଲେ; ସେମାନଙ୍କୁ ପ୍ରହାର କରି କହିଲେ, “ତୁମ୍ଭେମାନେ ପୂର୍ବ ପରି ଇଟା ବନାଇବାର ନିରୂପିତ କର୍ମ କାହିଁକି ଆଜିକାଲି ସମ୍ପୂର୍ଣ୍ଣ କରୁ ନାହଁ ?” |
1648 | EXO 5:15 | ତହିଁରେ ଇସ୍ରାଏଲବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଆସି ଫାରୋଙ୍କ ନିକଟରେ କ୍ରନ୍ଦନ କରି କହିଲେ, “ଆପଣ କାହିଁକି ଆପଣା ଦାସମାନଙ୍କ ସହିତ ଏପରି ବ୍ୟବହାର କରୁଅଛନ୍ତି ?” |
1668 | EXO 6:12 | ତହିଁରେ ମୋଶା ସଦାପ୍ରଭୁଙ୍କ ଛାମୁରେ କହିଲେ, “ଦେଖନ୍ତୁ, ଇସ୍ରାଏଲ ସନ୍ତାନଗଣ ମୋ’ କଥାରେ ମନୋଯୋଗ କରି ନାହାନ୍ତି; ତେବେ ଉତ୍ତମ ବକ୍ତା ଯେ ମୁଁ ନୁହେଁ, ମୋ’ କଥା ଫାରୋ କି ପ୍ରକାରେ ଶୁଣିବେ ?” |
1785 | EXO 10:7 | ଏଥିଉତ୍ତାରେ ଫାରୋଙ୍କର ଦାସଗଣ ତାଙ୍କୁ କହିଲେ, “ଏ ମନୁଷ୍ୟ କେତେ କାଳ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ ?” ଏହି ଲୋକମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା କରିବା ପାଇଁ ଏମାନଙ୍କୁ ଯିବାକୁ ଦେଉନ୍ତୁ; ମିସର ଦେଶ ଯେ ନଷ୍ଟ ହେଲାଣି, ଏହା କି ଆପଣ ଏବେ ହେଁ ବୁଝନ୍ତି ନାହିଁ ? |
1786 | EXO 10:8 | ତେବେ ମୋଶା ଓ ହାରୋଣ ପୁନର୍ବାର ଫାରୋଙ୍କ ନିକଟକୁ ଅଣା ଯାଆନ୍ତେ, ସେ ସେମାନଙ୍କୁ କହିଲେ, “ଯାଅ, ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କର; ମାତ୍ର କିଏ କିଏ ଯିବ ?” |
1895 | EXO 14:5 | ଏଥିଉତ୍ତାରେ ଲୋକମାନେ ପଳାଇ ଅଛନ୍ତି, ଏହି ସମ୍ବାଦ ମିସ୍ରୀୟ ରାଜାଙ୍କୁ ଜଣାଯାଆନ୍ତେ, ଲୋକମାନଙ୍କ ବିଷୟରେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଅନ୍ତଃକରଣ ପରିବର୍ତ୍ତିତ ହେଲା; ତହୁଁ ସେମାନେ କହିଲେ, “ଆମ୍ଭେମାନେ ଏ କି କର୍ମ କରିଅଛୁ ? କାହିଁକି ଇସ୍ରାଏଲକୁ ଆପଣାମାନଙ୍କ ଦାସତ୍ୱରୁ ଛାଡ଼ି ଦେଇଅଛୁ ?” |
1902 | EXO 14:12 | ଆମ୍ଭମାନଙ୍କୁ ରହିବାକୁ ଦିଅ, ଆମ୍ଭେମାନେ ମିସ୍ରୀୟମାନଙ୍କର ଦାସ୍ୟକର୍ମ କରିବା, କାରଣ ପ୍ରାନ୍ତରରେ ମରିବା ଅପେକ୍ଷା ମିସ୍ରୀୟମାନଙ୍କର ସେବା କରିବା ଆମ୍ଭମାନଙ୍କର ମଙ୍ଗଳ, ଆମ୍ଭେମାନେ କି ମିସରରେ ତୁମ୍ଭଙ୍କୁ ଏହି କଥା କହି ନ ଥିଲୁ ?” |
1945 | EXO 15:24 | ସେତେବେଳେ ଲୋକମାନେ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “ଆମ୍ଭେମାନେ କଅଣ ପିଇବା ?” |
1955 | EXO 16:7 | ପୁଣି, ପ୍ରାତଃ କାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର ?” |
1963 | EXO 16:15 | ଆଉ ଇସ୍ରାଏଲ ସନ୍ତାନଗଣ ତାହା ଦେଖି ପରସ୍ପରକୁ କହିଲେ, “ଏହା କ’ଣ ଅଟେ ?” ଯେହେତୁ ତାହା କ’ଣ ଥିଲା, ସେମାନେ ଜାଣିଲେ ନାହିଁ। ତହିଁରେ ମୋଶା କହିଲେ, “ଏହା ତୁମ୍ଭମାନଙ୍କ ଭୋଜନ ନିମନ୍ତେ ସଦାପ୍ରଭୁଙ୍କ ଦତ୍ତ ଅନ୍ନ।” |
1986 | EXO 17:2 | ଏଥିପାଇଁ ଲୋକମାନେ ମୋଶାଙ୍କ ସଙ୍ଗରେ ବିବାଦ କରି କହିଲେ, “ଆମ୍ଭମାନଙ୍କୁ ଜଳ ଦିଅ, ଆମ୍ଭେମାନେ ପାନ କରିବୁ।” ତହିଁରେ ମୋଶା କହିଲେ, “ତୁମ୍ଭେମାନେ ମୋ’ ସଙ୍ଗରେ କାହିଁକି ବିବାଦ କର ? କାହିଁକି ସଦାପ୍ରଭୁଙ୍କୁ ପରୀକ୍ଷା କର ?” |
1987 | EXO 17:3 | ସେତେବେଳେ ଲୋକମାନେ ସେହି ସ୍ଥାନରେ ଜଳାଭାବ ହେତୁ ତୃଷାକୂଳ ହୋଇ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “କାହିଁକି ତୁମ୍ଭେ ଆମ୍ଭମାନଙ୍କୁ, ଆମ୍ଭମାନଙ୍କ ସନ୍ତାନମାନଙ୍କୁ ଓ ପଶୁଗଣକୁ ପିପାସାରେ ମାରିବା ନିମନ୍ତେ ମିସରଠାରୁ ଆଣିଅଛ ?” |
2014 | EXO 18:14 | ସେତେବେଳେ ମୋଶା ଲୋକମାନଙ୍କ ବିଷୟରେ ଯାହା ଯାହା କଲେ, ତାଙ୍କର ଶ୍ୱଶୁର ତାହା ଦେଖି କହିଲେ, “ତୁମ୍ଭେ ଲୋକମାନଙ୍କ ପ୍ରତି ଏ କିରୂପ ବ୍ୟବହାର କରୁଅଛ ? ତୁମ୍ଭେ କାହିଁକି ଏକାକୀ ବସ ଓ ସମସ୍ତ ଲୋକ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତୁମ୍ଭ ଚାରିଆଡ଼େ କାହିଁକି ଠିଆ ହୋଇ ରହନ୍ତି ?” |
2460 | EXO 32:21 | ତହୁଁ ମୋଶା ହାରୋଣଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭ ପ୍ରତି କ’ଣ କଲେ ଯେ, ତୁମ୍ଭେ ସେମାନଙ୍କ ଉପରେ ଏପରି ମହାପାପ ବର୍ତ୍ତାଇଅଛ ?” |
2997 | LEV 10:19 | ତେବେ ହାରୋଣ ମୋଶାଙ୍କୁ କହିଲେ, “ଦେଖ, ସେମାନେ ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ପାପାର୍ଥକ ବଳି ଓ ଆପଣାମାନଙ୍କର ହୋମାର୍ଥକ ବଳି ଉତ୍ସର୍ଗ କଲେ, ତଥାପି ମୋ’ ପ୍ରତି ଏପରି ଘଟିଲା; ଯେବେ ମୁଁ ଆଜି ପାପାର୍ଥକ ବଳି ଭୋଜନ କରିଥା’ନ୍ତି, ତେବେ ତାହା କି ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ ହୋଇଥା’ନ୍ତା ?” |
3973 | NUM 9:7 | ସେହି ଲୋକମାନେ ତାଙ୍କୁ କହିଲେ, “ଆମ୍ଭେମାନେ ମନୁଷ୍ୟର ଶବ ଦ୍ୱାରା ଅଶୁଚି ହୋଇଅଛୁ; ଏହେତୁ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ କି କାରଣରୁ ଆମ୍ଭେମାନେ ନିବାରିତ ହେଉଅଛୁ ?” |
4068 | NUM 12:8 | ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ମୋଶାଙ୍କ ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ ?” |
4112 | NUM 14:3 | ସଦାପ୍ରଭୁ ଆମ୍ଭମାନଙ୍କୁ ଖଡ୍ଗରେ ନିପାତ କରିବା ପାଇଁ କାହିଁକି ଏ ଦେଶକୁ ଆଣିଅଛନ୍ତି ? ଯଦ୍ଦ୍ଵାରା ଆମ୍ଭମାନଙ୍କର ଭାର୍ଯ୍ୟା ଓ ବାଳକମାନେ ଲୁଟିତ ହେବେ; ମିସରକୁ ଫେରି ଗଲେ କି ଆମ୍ଭମାନଙ୍କ ପାଇଁ ଭଲ ହୁଅନ୍ତା ନାହିଁ ?” |
4217 | NUM 16:22 | ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ ?” |
4258 | NUM 17:28 | ଯେକେହି ନିକଟକୁ ଆସୁଅଛି, ଅର୍ଥାତ୍, ସଦାପ୍ରଭୁଙ୍କ ଆବାସ ନିକଟକୁ ଆସୁଅଛି, ସେ ମରୁଅଛି; ଆମ୍ଭେ ସମସ୍ତେ କି ପ୍ରାଣ ଛାଡ଼ି ଉଚ୍ଛିନ୍ନ ହେବା ?” |
4346 | NUM 21:5 | ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ। |
4413 | NUM 22:37 | ପୁଣି, ବାଲାକ ବିଲୀୟମ୍କୁ କହିଲେ, “ଆମ୍ଭେ କି ତୁମ୍ଭକୁ ଡାକିବା ପାଇଁ ଅତି ଯତ୍ନରେ ଲୋକ ପଠାଇଲୁ ନାହିଁ ? ତୁମ୍ଭେ କାହିଁକି ଆମ୍ଭ ନିକଟକୁ ଆସିଲ ନାହିଁ ? ଆମ୍ଭେ କି ତୁମ୍ଭକୁ ସମ୍ଭ୍ରମ ଦେଇ ସମ୍ଭ୍ରାନ୍ତ କରିବାକୁ ନିତାନ୍ତ ଅସମର୍ଥ ?” |