|
26163 | ଯୀଶୁ ତାଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ଡିମ୍ବିରି ଗଛ ତଳେ ଦେଖିଥିଲି ବୋଲି କହିବାରୁ କି ତୁମ୍ଭେ ବିଶ୍ୱାସ କରୁଅଛ ? ତୁମ୍ଭେ ଏହାଠାରୁ ଆହୁରି ମହତ୍ ମହତ୍ ବିଷୟ ଦେଖିବ । | |
26278 | ଏଥିରେ ପିତା ବୁଝିଲେ ଯେ, ଯୀଶୁ ଯେଉଁ ଦଣ୍ଡରେ ତୁମ୍ଭର ପୁତ୍ର ବଞ୍ଚିଲାଣି ବୋଲି ତାଙ୍କୁ କହିଥିଲେ, ଠିକ୍ ସେହି ସମୟରେ ଏହା ଘଟିଥିଲା । ଆଉ, ସେ ଆପେ ଓ ତାଙ୍କ ସମସ୍ତ ପରିବାର ବିଶ୍ୱାସ କଲେ । |