20006 | JER 39:14 | ସେମାନେ ଲୋକ ପଠାଇ ପ୍ରହରୀ ପ୍ରାଙ୍ଗଣରୁ ଯିରିମୀୟଙ୍କୁ ଆଣିଲେ, ପୁଣି ଗୃହକୁ ନେଇଯିବା ନିମନ୍ତେ ତାଙ୍କୁ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ। |
20015 | JER 40:5 | ଯିରିମୀୟ ଫେରି ନ ଯାଉଣୁ ନବୂଷରଦନ୍ ତାଙ୍କୁ କହିଲା, “ତେବେ ତୁମ୍ଭେ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟ ନିକଟକୁ ଫେରି ଯାଅ, ବାବିଲର ରାଜା ତାହାକୁ ଯିହୁଦାର ନଗରସମୂହର ଉପରେ ଶାସନକର୍ତ୍ତା ପଦରେ ନିଯୁକ୍ତ କରିଅଛି, ଆଉ ତୁମ୍ଭେ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କର; ଅବା ଯେକୌଣସି ସ୍ଥାନକୁ ଯିବା ପାଇଁ ତୁମ୍ଭକୁ ଉପଯୁକ୍ତ ଦିଶେ, ସେ ସ୍ଥାନକୁ ଯାଅ।” ତହିଁରେ ପ୍ରହରୀବର୍ଗର ସେନାପତି ତାଙ୍କୁ ପାଥେୟ ଓ ପାରିତୋଷିକ ଦେଇ ବିଦାୟ କଲା। |
20016 | JER 40:6 | ତହିଁରେ ଯିରିମୀୟ ମିସ୍ପାକୁ ଅହୀକାମ୍ର ପୁତ୍ର ଗଦଲୀୟ ନିକଟକୁ ଯାଇ ଦେଶସ୍ଥ ଅବଶିଷ୍ଟ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କଲେ। |
20017 | JER 40:7 | ଏଥିଉତ୍ତାରେ ଅହୀକାମ୍ର ପୁତ୍ର ଗଦଲୀୟଙ୍କୁ ବାବିଲର ରାଜା ଦେଶର ଶାସନକର୍ତ୍ତା କରି ନିଯୁକ୍ତ କରିଅଛି ଓ ଯେଉଁମାନେ ବନ୍ଦୀ ହୋଇ ବାବିଲକୁ ନୀତ ହୋଇ ନାହାନ୍ତି, ଏପରି ସକଳ ପୁରୁଷ, ସ୍ତ୍ରୀ, ବାଳକ ଓ ବାଳିକା ଓ ଦେଶସ୍ଥ ଦରିଦ୍ରମାନଙ୍କର ଭାର ତାହା ହସ୍ତରେ ସମର୍ପଣ କରିଅଛି ବୋଲି ପଦାରେ ସ୍ଥିତ ସେନାପତିଗଣ ଓ ସେମାନଙ୍କର ଲୋକମାନେ ଶୁଣିଲେ। |
20019 | JER 40:9 | ପୁଣି, ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟ ସେମାନଙ୍କ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି କହିଲା, “ତୁମ୍ଭେମାନେ କଲ୍ଦୀୟମାନଙ୍କର ଦାସ ହେବା ପାଇଁ ଭୟ କର ନାହିଁ, ବାବିଲ ରାଜାର ଦାସ ହୋଇ ଦେଶରେ ବାସ କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ। |
20021 | JER 40:11 | ଆଉ, ମୋୟାବରେ ଓ ଅମ୍ମୋନ ସନ୍ତାନଗଣ ମଧ୍ୟରେ, ଆଉ ଇଦୋମରେ ଓ ଅନ୍ୟାନ୍ୟ ସକଳ ଦେଶରେ ଯେଉଁ ଯିହୁଦୀୟମାନେ ଥିଲେ, ସେମାନେ ଯେତେବେଳେ ଶୁଣିଲେ ଯେ, ବାବିଲର ରାଜା ଯିହୁଦାର ଏକ ଅଂଶ ଲୋକ ଅବଶିଷ୍ଟ ରଖିଅଛି ଓ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟଙ୍କୁ ସେମାନଙ୍କ ଉପରେ ନିଯୁକ୍ତ କରିଅଛି; |
20024 | JER 40:14 | ଆଉ ତାହାକୁ କହିଲେ, “ଅମ୍ମୋନ ସନ୍ତାନଗଣର ରାଜା ବାଲୀସ ଆପଣଙ୍କ ପ୍ରାଣ ନେବା ପାଇଁ ନଥନୀୟର ପୁତ୍ର ଇଶ୍ମାୟେଲକୁ ପଠାଇଅଛି ବୋଲି କି ଆପଣ ଜାଣନ୍ତି ?” ମାତ୍ର ଅହୀକାମ୍ର ପୁତ୍ର ଗଦଲୀୟ ସେମାନଙ୍କ କଥାରେ ବିଶ୍ୱାସ କଲା ନାହିଁ। |
20026 | JER 40:16 | ମାତ୍ର ଅହୀକାମ୍ର ପୁତ୍ର ଗଦଲୀୟ କାରେହର ପୁତ୍ର ଯୋହାନନ୍କୁ କହିଲା, “ତୁମ୍ଭେ ଏ କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭେ ଇଶ୍ମାୟେଲ ବିଷୟରେ ମିଥ୍ୟା କଥା କହୁଅଛ।” |
20027 | JER 41:1 | ଏଥିଉତ୍ତାରେ ସପ୍ତମ ମାସରେ ରାଜାର ଅମାତ୍ୟମାନଙ୍କ ମଧ୍ୟରେ ଗଣିତ ରାଜବଂଶୀୟ, ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହା ସଙ୍ଗେ ଦଶ ଜଣ ପୁରୁଷ ମିସ୍ପାକୁ ଅହୀକାମ୍ର ପୁତ୍ର ଗଦଲୀୟ ନିକଟକୁ ଆସିଲେ; ଆଉ, ସେମାନେ ମିସ୍ପାରେ ଏକତ୍ର ଭୋଜନ କଲେ। |
20028 | JER 41:2 | ସେତେବେଳେ ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ସେହି ଦଶ ଲୋକ ଉଠି ବାବିଲ ରାଜା ଦ୍ୱାରା ଦେଶର ଶାସନକର୍ତ୍ତାପଦରେ ନିଯୁକ୍ତ, ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟଙ୍କୁ ଖଡ୍ଗାଘାତରେ ବଧ କଲେ। |
20036 | JER 41:10 | ଏଥିଉତ୍ତାରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ, ଅର୍ଥାତ୍, ସମସ୍ତ ରାଜକନ୍ୟାଗଣକୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେସମସ୍ତ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଅହୀକାମ୍ର ପୁତ୍ର ଗଦଲୀୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀ କରି ନେଇ ଗଲା; ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ବନ୍ଦୀ କରି ଅମ୍ମୋନ ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା। |
20042 | JER 41:16 | ତହୁଁ ନଥନୀୟର ପୁତ୍ର ଇଶ୍ମାୟେଲ ଅହୀକାମ୍ର ପୁତ୍ର ଗଦଲୀୟଙ୍କୁ ବଧ କଲା ଉତ୍ତାରେ କାରେହର ପୁତ୍ର ଯୋହାନନ୍ ଆପଣା ସଙ୍ଗୀ ସେନାପତିଗଣ ସହିତ ଯେସମସ୍ତ ଅବଶିଷ୍ଟ ଲୋକଙ୍କୁ ତାହା ହସ୍ତରୁ ଉଦ୍ଧାର କରି ମିସ୍ପାରୁ ଆଣିଥିଲା, ସେମାନଙ୍କୁ, ଅର୍ଥାତ୍, ଗିବୀୟୋନ୍ରୁ ଆଣିଥିବା ଯୋଦ୍ଧା ପୁରୁଷମାନଙ୍କୁ ଓ ସ୍ତ୍ରୀଲୋକ, ବାଳକ ବାଳିକା ଓ ନପୁଂସକମାନଙ୍କୁ ସେ ସଙ୍ଗେ ନେଲା। |
20044 | JER 41:18 | କାରଣ ନଥନୀୟର ପୁତ୍ର ଇଶ୍ମାୟେଲ, ବାବିଲ ରାଜାର ନିଯୁକ୍ତ ଦେଶର ଶାସନକର୍ତ୍ତା ଅହୀକାମ୍ର ପୁତ୍ର ଗଦଲୀୟଙ୍କୁ ବଧ କରିବା ହେତୁରୁ ସେମାନେ କଲ୍ଦୀୟମାନଙ୍କ ବିଷୟରେ ଭୀତ ହୋଇଥିଲେ। |
20072 | JER 43:6 | ସେହି ପୁରୁଷ, ସ୍ତ୍ରୀ, ବାଳକ, ବାଳିକା ଓ ରାଜକନ୍ୟାଗଣକୁ ଓ ଯେ ପ୍ରତ୍ୟେକ ଲୋକକୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟ ନିକଟରେ ଛାଡ଼ି ଯାଇଥିଲା, ସେମାନଙ୍କୁ, ଆଉ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଓ ନେରୀୟର ପୁତ୍ର ବାରୂକକୁ ନେଇ, |