5605 | DEU 27:18 | “ଯେକେହି ଅନ୍ଧକୁ ବାଟରୁ ବୁଲାଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍।’ |
5606 | DEU 27:19 | “ଯେକେହି ବିଦେଶୀ, ପିତୃହୀନ ଓ ବିଧବାର ବିଚାର ଅନ୍ୟାୟ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍।’ |
5607 | DEU 27:20 | “ଯେକେହି ଆପଣା ପିତୃର ଭାର୍ଯ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ଯେହେତୁ ସେ ଆପଣା ପିତାର ଅଧୀକାରକୁ ଅନାବୃତ କଲା। ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍।’ |
5608 | DEU 27:21 | “ଯେକେହି କୌଣସି ପ୍ରକାର ପଶୁ ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍।’ |
5609 | DEU 27:22 | “ଯେକେହି ଆପଣା ଭଗିନୀ, ଅର୍ଥାତ୍, ଆପଣା ପିତୃଙ୍କ କନ୍ୟା କି ଆପଣା ମାତୃଙ୍କ କନ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍।’ |
5610 | DEU 27:23 | “ଯେକେହି ଆପଣା ଶାଶୁ ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍।’ |
5611 | DEU 27:24 | “ଯେକେହି ଆପଣା ପ୍ରତିବାସୀକୁ ଗୋପନରେ ବଧ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍।’ |
5612 | DEU 27:25 | “ଯେକେହି ନିର୍ଦ୍ଦୋଷ ପ୍ରାଣୀକୁ ବଧ କରିବାକୁ ଲାଞ୍ଚ ନିଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍।’ |
5613 | DEU 27:26 | “ଯେକେହି ଏହି ବ୍ୟବସ୍ଥାର କଥାସବୁ ପାଳିବାକୁ ତହିଁରେ ଆସ୍ଥା ନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍।’ |