89 | GEN 4:9 | ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କ’ଣ ମୋ’ ଭାଇର ରକ୍ଷକ ?” |
103 | GEN 4:23 | ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋ’ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋ’ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି; |
312 | GEN 12:13 | ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ସକାଶୁ ମୋ’ ପ୍ରାଣ ରକ୍ଷା ପାଇବ।” |
363 | GEN 15:2 | ତହିଁରେ ଅବ୍ରାମ ଉତ୍ତର କଲେ, “ହେ ପ୍ରଭୁ ସଦାପ୍ରଭୁ, ତୁମ୍ଭେ ମୋତେ କ’ଣ ଦେବ ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି, ଦମ୍ମେଶକୀୟ ଇଲୀୟେଜର ମୋ’ ଗୃହର ଧନାଧିକାରୀ ଅଟେ।” |
364 | GEN 15:3 | ପୁଣି, ଅବ୍ରାମ କହିଲେ, “ଦେଖ, ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ, ଏଣୁ ମୋ’ ଗୃହଜାତ କୌଣସି ଲୋକ ମୋହର ଉତ୍ତରାଧିକାରୀ ହେବ।” |
388 | GEN 16:6 | ତହିଁରେ ଅବ୍ରାମ ସାରୀଙ୍କୁ କହିଲେ, “ଦେଖ, ତୁମ୍ଭର ଦାସୀ ତୁମ୍ଭ ହାତରେ ଅଛି; ତୁମ୍ଭକୁ ଯାହା ଭଲ ଦିଶେ, ତାହା ତା’ ପ୍ରତି କର।” ତହିଁରେ ସାରୀ ହାଗାର ପ୍ରତି କଠିନ ବ୍ୟବହାର କରନ୍ତେ, ସେ ତାଙ୍କ ପାଖରୁ ପଳାଇଗଲା। |
466 | GEN 19:8 | ଦେଖ, ପୁରୁଷ-ଅସ୍ପୃଷ୍ଟା ମୋହର ଦୁଇଟି କନ୍ୟା ଅଛନ୍ତି, ସେମାନଙ୍କୁ ତୁମ୍ଭମାନଙ୍କ ନିକଟକୁ ଆଣୁଅଛି, ତୁମ୍ଭମାନଙ୍କ ଦୃଷ୍ଟିରେ ଯାହା ଭଲ, ତାହା ସେମାନଙ୍କ ପ୍ରତି କର, ମାତ୍ର ସେହି ମନୁଷ୍ୟମାନଙ୍କ ପ୍ରତି କିଛି କର ନାହିଁ, କାରଣ ଏଥିନିମନ୍ତେ ସେମାନେ ମୋ’ ଛାତ ତଳେ ଆଶ୍ରୟ ନେଇ ଅଛନ୍ତି।” |
467 | GEN 19:9 | ସେତେବେଳେ ସେମାନେ କହିଲେ, “ଘୁଞ୍ଚି ଯା।” ପୁଣି କହିଲେ, “ଏ ଲୋକଟା ଆମ୍ଭମାନଙ୍କ ମଧ୍ୟରେ ପ୍ରବାସ କରିବାକୁ ଆସି ଆମ୍ଭମାନଙ୍କର ବିଚାରକର୍ତ୍ତା ହେବାକୁ ଚାହେଁ; ଏବେ ସେମାନଙ୍କଠାରୁ ତୋ’ ପ୍ରତି ଆହୁରି କୁବ୍ୟବହାର କରିବା।” ତହୁଁ ସେମାନେ ସେହି ମନୁଷ୍ୟ, ଅର୍ଥାତ୍, ଲୋଟ ପ୍ରତି ବଳ ପ୍ରୟୋଗ କରି କବାଟ ଭାଙ୍ଗିବାକୁ ଗଲେ। |
509 | GEN 20:13 | ଯେତେବେଳେ ପରମେଶ୍ୱର ମୋତେ ପୈତୃକ ଗୃହରୁ ଭ୍ରମଣ କରାଇଲେ, ସେତେବେଳେ ମୁଁ ତାହାକୁ କହିଲି, ତୁମ୍ଭେ ମୋ’ ପ୍ରତି ଏହି ଅନୁଗ୍ରହ କରିବ, ଆମ୍ଭେମାନେ ଯେଉଁ ଯେଉଁ ସ୍ଥାନକୁ ଯିବୁ, ସେହି ସେହି ସ୍ଥାନରେ ତୁମ୍ଭେ ମୋତେ ଭାଇ ବୋଲି ପରିଚୟ ଦେବ।” |
520 | GEN 21:6 | ଆଉ ସାରା କହିଲେ, “ପରମେଶ୍ୱର ମୋତେ ହସାଇଲେ, ଏହା ଶୁଣି ସମସ୍ତେ ମୋ’ ସହିତ ହସିବେ।” |
576 | GEN 23:4 | “ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋ’ ଦୃଷ୍ଟିର ଅଗୋଚରରେ ମୋ’ ମୃତକୁ କବର ଦେବି।” |
580 | GEN 23:8 | ପୁଣି, କଥୋପକଥନ କରି କହିଲେ, “ମୋ’ ଦୃଷ୍ଟିର ବାହାରେ ମୋ’ ମୃତା ଭାର୍ଯ୍ୟାକୁ କବରରେ ରଖିବାକୁ ଯଦି ଆପଣମାନଙ୍କର ସମ୍ମତି ହୁଏ, ତେବେ ମୋ’ କଥା ଶୁଣନ୍ତୁ; ଆପଣମାନେ ମୋ’ ନିମନ୍ତେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବେଦନ କରନ୍ତୁ। |
583 | GEN 23:11 | “ପ୍ରଭୁ, ସେପରି ନ ହେଉ, ମୋ’ କଥା ଶୁଣନ୍ତୁ; ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି; ମୁଁ ସ୍ୱବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି, ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।” |
585 | GEN 23:13 | ପୁଣି, ସେହି ଦେଶୀୟ ଲୋକମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣକୁ କହିଲେ, “ଆପଣ ଯଦି ମୋତେ ତାହା ଦେବେ, ତେବେ ନିବେଦନ କରୁଅଛି, ମୋ’ କଥା ଶୁଣନ୍ତୁ; ମୁଁ ସେହି କ୍ଷେତ୍ରର ମୂଲ୍ୟ ଦେଉଅଛି, ଆପଣ ତାହା ଗ୍ରହଣ କରନ୍ତୁ; ତହିଁ ଉତ୍ତାରେ ମୁଁ ସେହି ସ୍ଥାନରେ ମୋର ଭାର୍ଯ୍ୟାର ମୃତ ଦେହକୁ କବର ଦେବି।” |
587 | GEN 23:15 | “ପ୍ରଭୁ, ମୋ’ କଥା ଶୁଣନ୍ତୁ; ଭୂମି ଖଣ୍ଡକର ମୂଲ୍ୟ ତ ଚାରିଶହ ଶେକଲ ରୂପା, ଆପଣଙ୍କ ଓ ଆମ୍ଭ ମଧ୍ୟରେ ତାହା କେତେ ମାତ୍ର ? ଏଥିପାଇଁ ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।” |
594 | GEN 24:2 | ଏଣୁ ସେ ଆପଣା ଗୃହର ସର୍ବକାର୍ଯ୍ୟାଧ୍ୟକ୍ଷ ବୃଦ୍ଧ ଦାସକୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ମୋ’ ଜଙ୍ଘରେ ହସ୍ତ ଦିଅ; |
595 | GEN 24:3 | ମୁଁ ସ୍ୱର୍ଗ ମର୍ତ୍ତ୍ୟର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱରଙ୍କ ନାମରେ ତୁମ୍ଭକୁ ଶପଥ କରାଇବି ଯେ, ଯେଉଁ କିଣାନୀୟ ଲୋକମାନଙ୍କ ମଧ୍ୟରେ ମୁଁ ବାସ କରୁଅଛି, ତୁମ୍ଭେ ସେମାନଙ୍କ ମଧ୍ୟରୁ ମୋ’ ପୁତ୍ରର ବିବାହାର୍ଥେ କୌଣସି କନ୍ୟା ଗ୍ରହଣ କରିବ ନାହିଁ; |
596 | GEN 24:4 | ମାତ୍ର, ତୁମ୍ଭେ ଆମ୍ଭ ଦେଶୀୟ ଜ୍ଞାତିମାନଙ୍କ ନିକଟକୁ ଯାଇ ମୋ’ ପୁତ୍ର ଇସ୍ହାକ ନିମନ୍ତେ କନ୍ୟା ଆଣିବ।” |
597 | GEN 24:5 | ସେତେବେଳେ ସେହି ଦାସ ତାଙ୍କୁ କହିଲା, “ଯଦି କୌଣସି କନ୍ୟା ମୋ’ ସହିତ ଏ ଦେଶକୁ ଆସିବା ପାଇଁ ସମ୍ମତ ନୋହିବ, ତେବେ ଯେଉଁ ଦେଶରୁ ତୁମ୍ଭେ ଆସିଅଛ, ସେହି ଦେଶକୁ କି ତୁମ୍ଭ ପୁତ୍ରଙ୍କୁ ନେଇଯିବି ?” |
598 | GEN 24:6 | ତହିଁରେ ଅବ୍ରହାମ କହିଲେ, “ସାବଧାନ; ମୋ’ ପୁତ୍ରକୁ କେବେ ସେଠାକୁ ନେଇଯିବ ନାହିଁ।” |
599 | GEN 24:7 | ଯେହେତୁ ଯେଉଁ ସ୍ୱର୍ଗର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱର ମୋତେ ପୈତୃକ ଗୃହ ଓ ଜନ୍ମ ଦେଶ ମଧ୍ୟରୁ ଆଣିଅଛନ୍ତି ଓ ମୋ’ ସଙ୍ଗେ ଆଳାପ କରିଅଛନ୍ତି, ପୁଣି, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଶପଥ କରିଅଛନ୍ତି, ସେ ତୁମ୍ଭ ଅଗ୍ରତେ ଆପଣା ଦୂତ ପଠାଇବେ; ତହିଁରେ ତୁମ୍ଭେ ମୋ’ ପୁତ୍ରର ବିବାହ ନିମନ୍ତେ ସେହିଠାରୁ ଗୋଟିଏ କନ୍ୟା ଆଣିବ। |
600 | GEN 24:8 | ଯଦି ସେହି ଦେଶରୁ କୌଣସି କନ୍ୟା ଆସିବାକୁ ସମ୍ମତ ହେବେ ନାହିଁ, ତେବେ ତୁମ୍ଭେ ମୋହର ଏହି ଶପଥରୁ ମୁକ୍ତ ହେବ; ମାତ୍ର ତୁମ୍ଭେ ମୋ’ ପୁତ୍ରକୁ ସେହି ଦେଶକୁ ନେଇ ଯିବ ନାହିଁ। |
604 | GEN 24:12 | ପୁଣି, “ଏହି ପ୍ରାର୍ଥନା କଲା, ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ବିନୟ କରୁଅଛି, ଆଜି ମୋ’ ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋ’ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର। |
606 | GEN 24:14 | ସେମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ, ତୁମ୍ଭେ ଆପଣା କଳସ ନୁଆଁଇ ମୋତେ ଜଳ ପାନ କରାଅ, ଏହି କଥା କହିଲେ ସେହି କନ୍ୟା ଯଦି କହିବ, ପାନ କର, ମୁଁ ତୁମ୍ଭର ଓଟମାନଙ୍କୁ ହିଁ ପାନ କରାଇବି, ତେବେ ସେ ତୁମ୍ଭ ଦାସ ଇସ୍ହାକ ନିମନ୍ତେ ତୁମ୍ଭର ନିରୂପିତା କନ୍ୟା ହେଉ; ତହିଁରେ ତୁମ୍ଭେ ମୋ’ ପ୍ରଭୁଙ୍କ ପ୍ରତି ଅନୁଗ୍ରହ କରିଅଛ, ଏହା ମୁଁ ଜାଣିବି।” |
619 | GEN 24:27 | “ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହେଉନ୍ତୁ, ଯେହେତୁ ସେ ମୋ’ କର୍ତ୍ତା ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି; ପୁଣି, ସଦାପ୍ରଭୁ ମୋତେ ମୋ’ କର୍ତ୍ତାର ଜ୍ଞାତିମାନଙ୍କ ଗୃହ ପଥରେ କଢ଼ାଇ ଆଣିଅଛନ୍ତି।” |
627 | GEN 24:35 | ସଦାପ୍ରଭୁ ମୋ’ କର୍ତ୍ତାଙ୍କୁ ଅତିଶୟ ଆଶୀର୍ବାଦ କରିଅଛନ୍ତି, ତେଣୁ ସେ ଅତି ଧନବାନ୍ ହୋଇଅଛନ୍ତି; ଆଉ ସଦାପ୍ରଭୁ ତାଙ୍କୁ ପଲ ପଲ ଗୋମେଷାଦି ଓ ରୂପା ସୁନା ଓ ଦାସଦାସୀ, ପୁଣି, ଓଟ ଗଧ ଦେଇଅଛନ୍ତି। |
628 | GEN 24:36 | ପୁଣି, ମୋ’ ପ୍ରଭୁଙ୍କ ଭାର୍ଯ୍ୟା ସାରା ବୃଦ୍ଧାବସ୍ଥାରେ ତାଙ୍କ ପାଇଁ ଏକ ପୁତ୍ର ପ୍ରସବ କରିଅଛନ୍ତି ଓ ସେ ତାଙ୍କୁ ଆପଣା ସର୍ବସ୍ୱ ଦେଇଅଛନ୍ତି। |
631 | GEN 24:39 | ସେତେବେଳେ ମୁଁ ପ୍ରଭୁଙ୍କୁ କହିଲି, “କେଜାଣି କୌଣସି କନ୍ୟା ମୋ’ ସଙ୍ଗରେ ନ ଆସିବ।” |
636 | GEN 24:44 | ପୁଣି, ସେ କନ୍ୟା ଯଦି କହେ, ତୁମ୍ଭେ ପାନ କର ଓ ତୁମ୍ଭ ଓଟମାନଙ୍କ ନିମନ୍ତେ ହେଁ ପାଣି କାଢ଼ି ଦେବି; ତେବେ ସେ ମୋ’ କର୍ତ୍ତାଙ୍କ ପୁତ୍ର ନିମନ୍ତେ ସଦାପ୍ରଭୁଙ୍କ ଦ୍ୱାରା ନିରୂପିତା କନ୍ୟା ହେଉ। |
640 | GEN 24:48 | ଆଉ ମୁଁ ମସ୍ତକ ନୁଆଁଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କଲି, ପୁଣି, ଯେ ମୋ’ କର୍ତ୍ତାଙ୍କ ପୁତ୍ର ନିମନ୍ତେ ତାଙ୍କ ଭ୍ରାତୃକନ୍ୟା ଗ୍ରହଣ କରିବାକୁ ମୋତେ ପ୍ରକୃତ ପଥରେ କଢ଼ାଇ ଆଣିଲେ, ମୋ’ କର୍ତ୍ତା ଅବ୍ରହାମଙ୍କର ସେହି ସଦାପ୍ରଭୁ ପରମେଶ୍ୱରଙ୍କର ଧନ୍ୟବାଦ କଲି। |
641 | GEN 24:49 | ଏହେତୁ ତୁମ୍ଭେମାନେ ଯଦି ମୋ’ ପ୍ରଭୁଙ୍କ ସହିତ ଦୟା ଓ ସତ୍ୟ ବ୍ୟବହାର କରିବାକୁ ସମ୍ମତ ହୁଅ, ତେବେ ତାହା କୁହ; ଆଉ ଯଦି ନ ହୁଅ, ତାହା ମଧ୍ୟ କୁହ; ତହିଁରେ ମୁଁ ଡାହାଣ ଅଥବା ବାମରେ ଫେରିଯିବି।” |
692 | GEN 25:33 | ଯାକୁବ କହିଲା, “ତୁମ୍ଭେ ଆଜି ମୋ’ ନିକଟରେ ଶପଥ କର,” ତହିଁରେ ସେ ତାହା ନିକଟରେ ଶପଥ କଲା। ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା। |
720 | GEN 26:27 | ତହିଁରେ ଇସ୍ହାକ ସେମାନଙ୍କୁ କହିଲେ, “ତୁମ୍ଭେମାନେ ତ ମୋତେ ଘୃଣା କରୁଅଛ, ପୁଣି, ଆପଣାମାନଙ୍କ ମଧ୍ୟରୁ ମୋତେ ଦୂର କରି ଦେଇଥିଲ, ଏବେ ମୋ’ ନିକଟକୁ କାହିଁକି ଆସିଅଛ ?” |
731 | GEN 27:3 | ଏବେ ବିନୟ କରୁଅଛି, “ତୁମ୍ଭେ ଏତେବେଳେ ତୂଣ ଓ ଧନୁକାଦି ଶସ୍ତ୍ର ଘେନି ପ୍ରାନ୍ତରକୁ ଯାଇ ମୋ’ ନିମନ୍ତେ ମୃଗ ଆଣ। |
732 | GEN 27:4 | ପୁଣି, ମୁଁ ଯେଉଁପରି ଖାଦ୍ୟ ଭଲ ପାଏ, ସେହିପରି ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମୋ’ ନିକଟକୁ ଆଣ; ତହିଁରେ ମୋହର ପ୍ରାଣ ମୃତ୍ୟୁୁ ପୂର୍ବରେ ତୁମ୍ଭକୁ ଆଶୀର୍ବାଦ କରିବ।” |
741 | GEN 27:13 | ମାତ୍ର ତାହାର ମାତା କହିଲା, “ପୁଅ, ସେହି ଅଭିଶାପ ମୋତେ ଘଟୁ, କେବଳ ତୁମ୍ଭେ ମୋ’ କଥା ମାନ ଓ ଯାଇ ଛେଳିଛୁଆ ଆଣ।” |
749 | GEN 27:21 | ଇସ୍ହାକ ଯାକୁବଙ୍କୁ ଆହୁରି କହିଲେ, “ପୁତ୍ର, ମୋ’ ପାଖକୁ ଆସ, ତୁମ୍ଭେ ପ୍ରକୃତରେ ମୋହର ପୁତ୍ର ଏଷୌ କି ନାହିଁ, ତୁମ୍ଭକୁ ସ୍ପର୍ଶ କରି ଜାଣିବି।” |
753 | GEN 27:25 | ସେତେବେଳେ ଇସ୍ହାକ କହିଲେ, “ତାହା ମୋ’ ପାଖକୁ ଆଣ; ମୁଁ ଆପଣା ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରିବି, ତହୁଁ ମୁଁ ତୁମ୍ଭକୁ ଆଶୀର୍ବାଦ କରିବ।” ତହିଁରେ ସେ ନିକଟକୁ ଆଣି ଦିଅନ୍ତେ, ଇସ୍ହାକ ତାହା ଭୋଜନ କଲେ; ପୁଣି, ଦ୍ରାକ୍ଷାରସ ଆଣି ଦିଅନ୍ତେ, ତାହା ପାନ କଲେ। |
754 | GEN 27:26 | ଏଥିଉତ୍ତାରେ ତାହାର ପିତା ଇସ୍ହାକ କହିଲେ, “ପୁତ୍ର, ଏବେ ମୋ’ ନିକଟକୁ ଆସି ମୋତେ ଚୁମ୍ବନ କର।” |
755 | GEN 27:27 | ସେତେବେଳେ ସେ ନିକଟକୁ ଯାଇ ଚୁମ୍ବନ କରନ୍ତେ, ଇସ୍ହାକ ତାହାର ବସ୍ତ୍ରର ଗନ୍ଧ ପାଇ ତାଙ୍କୁ ଆଶୀର୍ବାଦ କରି କହିଲେ, “ଦେଖ, ସଦାପ୍ରଭୁଙ୍କ ଆଶୀର୍ବାଦପ୍ରାପ୍ତ କ୍ଷେତ୍ରର ସୁଗନ୍ଧି ତୁଲ୍ୟ ମୋ’ ପୁତ୍ରର ସୁଗନ୍ଧି; |
761 | GEN 27:33 | ସେତେବେଳେ ଇସ୍ହାକ ଅତିଶୟ କମ୍ପିତ ହୋଇ କହିଲେ, “ତେବେ ଯେ ମୋ’ ନିକଟକୁ ମୃଗୟା ମାଂସ ଆଣିଥିଲା, ସେ କିଏ ? ତୁମ୍ଭ ଆସିବା ପୂର୍ବେ ମୁଁ ତାହା ଭୋଜନ କରି ତାକୁ ଆଶୀର୍ବାଦ କଲି, ଆହୁରି ସେ ଆଶୀର୍ବାଦ ପ୍ରାପ୍ତ ହେବ।” |
764 | GEN 27:36 | ତହିଁରେ ଏଷୌ କହିଲା, “ତାହାର ଯଥାର୍ଥ ନାମ କି ଯାକୁବ ନୁହେଁ ? ଯେହେତୁ ସେ ଦୁଇଥର ମୋତେ ପ୍ରବଞ୍ଚନା କରିଅଛି, ସେ ପୂର୍ବରେ ମୋର ଜ୍ୟେଷ୍ଠାଧିକାର ହରଣ କରିଥିଲା, ପୁଣି, ଦେଖ, ଏବେ ମୋର (ପ୍ରାପ୍ତବ୍ୟ) ଆଶୀର୍ବାଦ ମଧ୍ୟ ହରଣ କରିଅଛି।” ସେ ପୁନର୍ବାର କହିଲା, “ଆପଣ କି ମୋ’ ନିମନ୍ତେ ଗୋଟିଏ ଆଶୀର୍ବାଦ ରଖି ନାହାନ୍ତି ?” |
799 | GEN 29:3 | ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତା’ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି। |
815 | GEN 29:19 | ତହିଁରେ ଲାବନ କହିଲା, “ଅନ୍ୟ ପୁରୁଷକୁ ଦାନ କରିବା ଅପେକ୍ଷା ତୁମ୍ଭକୁ ଦାନ କରିବା ଅଧିକ ଉତ୍ତମ; ମୋ’ ନିକଟରେ ଥାଅ।” |
817 | GEN 29:21 | ଏଥିଉତ୍ତାରେ ଯାକୁବ ଲାବନକୁ କହିଲା, “ମୋହର ନିୟମିତ କାଳ ସମ୍ପୂର୍ଣ୍ଣ ହେଲା, ଏବେ ମୋ’ ଭାର୍ଯ୍ୟା ମୋତେ ଦିଅ, ମୁଁ ତାହାର ସହବାସ କରିବି।” |
821 | GEN 29:25 | ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା ! ତହୁଁ ଯାକୁବ ଲାବନଙ୍କୁ କହିଲା, “ତୁମ୍ଭେ ମୋ’ ସହିତ ଏ କି ବ୍ୟବହାର କରିଅଛ ? ମୁଁ କ’ଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କାହିଁକି ମୋତେ ପ୍ରବଞ୍ଚନା କରିଅଛ ?” |
828 | GEN 29:32 | ଏଥିପାଇଁ ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, “ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋ’ ସ୍ୱାମୀ ମୋତେ ଭଲ ପାଇବେ।” |
834 | GEN 30:3 | ସେତେବେଳେ ରାହେଲ କହିଲା, “ଏହି ଦେଖ, ମୋହର ଦାସୀ ବିଲ୍ହା ଅଛି, ତାହାର ସହବାସ କର; ସେ ପୁତ୍ର ପ୍ରସବ କରି ମୋ’ କୋଳରେ ଦେଲେ ତାହା ଯୋଗୁଁ ମୁଁ ମଧ୍ୟ ପୁତ୍ରବତୀ ହେବି।” |
846 | GEN 30:15 | ତହିଁରେ ସେ କହିଲା, “ତୁମ୍ଭେ ମୋ’ ସ୍ୱାମୀକୁ ହରଣ କରିଅଛ, ଏ କି ଅଳ୍ପ ବିଷୟ ? ତୁମ୍ଭେ ମୋ’ ପୁତ୍ରର ଦୂଦାଫଳ ମଧ୍ୟ କି ହରଣ କରିବ ?” ତେବେ ରାହେଲ କହିଲା, “ତୁମ୍ଭର ପୁତ୍ରର ଦୂଦାଫଳ ପରିବର୍ତ୍ତରେ ସେ ଆଜି ରାତ୍ର ତୁମ୍ଭ ସଙ୍ଗେ ଶୟନ କରିବେ।” |
847 | GEN 30:16 | ଏଥିଉତ୍ତାରେ ସନ୍ଧ୍ୟା ବେଳେ କ୍ଷେତ୍ରରୁ ଯାକୁବର ଆଗମନ ସମୟରେ ଲେୟା ତାହା ସହିତ ସାକ୍ଷାତ କରିବା ନିମିତ୍ତ ବାହାରକୁ ଯାଇ କହିଲା, “ତୁମ୍ଭକୁ ମୋ’ କତିକି ଆସିବାକୁ ହେବ; କାରଣ ମୁଁ ଆପଣା ପୁତ୍ରର ଦୂଦାଫଳ ଦେଇ ତୁମ୍ଭକୁ ଭଡ଼ା ନେଲି।” ଏଣୁ ସେ ସେହି ରାତ୍ରି ତାହା ସହିତ କ୍ଷେପଣ କଲା। |
851 | GEN 30:20 | ତହୁଁ ଲେୟା କହିଲା, “ପରମେଶ୍ୱର ମୋତେ ଉତ୍ତମ ଯୌତୁକ ଦେଲେ; ଏବେ ମୋ’ ସ୍ୱାମୀ ମୋ’ ସଙ୍ଗେ ବାସ କରିବେ, ଯେହେତୁ ମୁଁ ତାଙ୍କର ଛଅ ପୁତ୍ର ଜନ୍ମ କରିଅଛି,” ଏହେତୁ ସେ ତାହାର ନାମ ସବୂଲୂନ ରଖିଲା। |
858 | GEN 30:27 | ସେତେବେଳେ ଲାବନ ତାହାକୁ କହିଲା, “ବିନୟ କରୁଅଛି, ତୁମ୍ଭେ ମୋ’ ପ୍ରତି ଅନୁଗ୍ରହ କର, କାରଣ ତୁମ୍ଭ ସକାଶୁ ସଦାପ୍ରଭୁ ମୋତେ ଆଶୀର୍ବାଦ କରିଅଛନ୍ତି, ଏହା ମୁଁ ଗଣକତା ଦ୍ୱାରା ଜାଣିଅଛି। |
860 | GEN 30:29 | ତହୁଁ ଯାକୁବ ତାହାଙ୍କୁ କହିଲା, “ମୁଁ ତୁମ୍ଭର ଯେଉଁ ପ୍ରକାର ଦାସ୍ୟକର୍ମ କରିଅଛି ଓ ମୋ’ ନିକଟରେ ତୁମ୍ଭର ପଶୁଗଣ ଯେପରି ଅଛନ୍ତି, ତାହା ତୁମ୍ଭକୁ ଜଣାଅଛି। |
862 | GEN 30:31 | ତହିଁରେ ଲାବନ କହିଲା, “ମୁଁ ତୁମ୍ଭକୁ କଅଣ ଦେବି ?” ଯାକୁବ କହିଲା, “ତୁମ୍ଭକୁ କିଛି ଦେବାକୁ ପଡ଼ିବ ନାହିଁ; ଯଦି ତୁମ୍ଭେ ମୋ’ ପାଇଁ ଗୋଟିଏ କର୍ମ କରିବ, ତେବେ ମୁଁ ତୁମ୍ଭର ପଶୁମାନଙ୍କୁ ପୁନର୍ବାର ଚରାଇ ପ୍ରତିପାଳନ କରିବି। |
864 | GEN 30:33 | ଏଥିଉତ୍ତାରେ ଯେତେବେଳେ ତୁମ୍ଭ ସାକ୍ଷାତରେ ମୋହର ବେତନ ବିଷୟ ଉପସ୍ଥିତ ହେବ, ସେତେବେଳେ ମୋହର ଧାର୍ମିକତା ମୋ’ ବିଷୟରେ ସାକ୍ଷ୍ୟ ଦେବ, ଅର୍ଥାତ୍, ଛାଗଳମାନଙ୍କ ମଧ୍ୟରେ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଛାଗଳ ଭିନ୍ନ ଓ ମେଷଗଣ ମଧ୍ୟରେ କଳାବର୍ଣ୍ଣର ମେଷ ଭିନ୍ନ ଯେତେ ଥିବେ, ତାହା ମୋହର ଚୋରି ରୂପେ ଗଣ୍ୟ ହେବ।” |
879 | GEN 31:5 | “ମୁଁ ଦେଖୁଅଛି, ତୁମ୍ଭମାନଙ୍କ ପିତାଙ୍କର ମୁଖ ମୋ’ ପ୍ରତି ପୂର୍ବ ପରି ନୁହେଁ; ମାତ୍ର ମୋହର ପୈତୃକ ପରମେଶ୍ୱର ମୋହର ସହାୟ ଅଟନ୍ତି। |
900 | GEN 31:26 | ପୁଣି, ଲାବନ ଯାକୁବକୁ କହିଲା, “ତୁମ୍ଭେ କାହିଁକି ଏହିପରି କର୍ମ କଲ ? ମୋତେ ପ୍ରବଞ୍ଚନା କଲ, ପୁଣି, ମୋ’ କନ୍ୟାମାନଙ୍କୁ ଖଡ୍ଗଧୃତ ବନ୍ଦୀ ଲୋକଙ୍କ ପରି ଘେନି ଆସିଲ। |
910 | GEN 31:36 | ତହୁଁ ଯାକୁବ କ୍ରୋଧ ହୋଇ ଲାବନକୁ ଭର୍ତ୍ସନା କଲା; ପୁଣି, ଯାକୁବ ଲାବନକୁ ଉତ୍ତର କରି କହିଲା, “ମୋହର କି ଦୋଷ ଓ କି ପାପ ହେଲା ଯେ, ତୁମ୍ଭେ ପ୍ରଜ୍ଜ୍ୱଳିତ ହୋଇ ମୋ’ ପଛେ ପଛେ ଦୌଡ଼ି ଆସିଲ ? |
913 | GEN 31:39 | ବରଞ୍ଚ ହିଂସ୍ରକ ଜନ୍ତୁ ଯାହାକୁ ଖଣ୍ଡିଆ କଲା, ତାହା ସୁଦ୍ଧା ତୁମ୍ଭ କତିକି ଆଣିଲି ନାହିଁ; ସେ କ୍ଷତି ଆପେ ସହିଲି; ଦିନରେ ଚୋରି ଯାଉ କି ରାତିରେ ଚୋରି ଯାଉ, ତାହା ତୁମ୍ଭେ ମୋ’ ହାତରୁ ନେଲ। |
914 | GEN 31:40 | ଦିନରେ ଖରା, ରାତିରେ କାକର, ମୋତେ ଗ୍ରାସ କଲା; ମୋ’ ଆଖିରୁ ନିଦ ପଳାଇ ଗଲା; ଏହିପରି ମୁଁ ଥିଲି; |
924 | GEN 31:50 | ତୁମ୍ଭେ ଯଦି ମୋ’ କନ୍ୟାମାନଙ୍କୁ ଦୁଃଖ ଦେବ, ଅଥବା ମୋହର କନ୍ୟାମାନେ ଥାଉ ଥାଉ ଅନ୍ୟ ସ୍ତ୍ରୀମାନଙ୍କୁ ବିବାହ କରିବ, ତେବେ ସେହି ସମୟରେ କୌଣସି ମନୁଷ୍ୟ ଆମ୍ଭମାନଙ୍କ ନିକଟରେ ନ ଥିବ, ମାତ୍ର ଦେଖ, ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ସାକ୍ଷୀ ହେବେ।” |
926 | GEN 31:52 | ମୁଁ ଅହିତ କରିବା ପାଇଁ ଏହି ରାଶି ପାର ହୋଇ ତୁମ୍ଭ ନିକଟକୁ ଯିବି ନାହିଁ, ମଧ୍ୟ ତୁମ୍ଭେ ଏହି ରାଶି ଓ ଏହି ସ୍ତମ୍ଭ ପାର ହୋଇ ମୋ’ ନିକଟକୁ ଆସିବ ନାହିଁ; ଏଥିର ସାକ୍ଷୀ ଏହି ରାଶି ଓ ଏଥିର ସାକ୍ଷୀ ଏହି ସ୍ତମ୍ଭ। |
940 | GEN 32:12 | ବିନୟ କରୁଅଛି, ମୋ’ ଭ୍ରାତାର ହସ୍ତରୁ, ଏଷୌର ହସ୍ତରୁ ମୋତେ ରକ୍ଷା କର; କାରଣ ମୁଁ ତାହାକୁ ଭୟ କରୁଅଛି, କେଜାଣି ସେ ଆସି ମୋତେ ଓ ମାତା ଓ ବାଳକମାନଙ୍କୁ ବଧ କରିବ। |
945 | GEN 32:17 | ଏଥିଉତ୍ତାରେ ପଲ ସବୁ ପୃଥକ ପୃଥକ କରି ଆପଣା ଦାସମାନଙ୍କ ହସ୍ତରେ ଏକ ପଲ ସମପର୍ଣ କରି ସେମାନଙ୍କୁ ଆଜ୍ଞା ଦେଲା, “ତୁମ୍ଭେମାନେ ମୋ’ ଆଗେ ଆଗେ ଯାଅ, ପୁଣି, ମଧ୍ୟେ ମଧ୍ୟେ ସ୍ଥାନ ରଖି ପ୍ରତ୍ୟେକ ପଲକୁ ପୃଥକ କର।” |
971 | GEN 33:10 | ଯାକୁବ କହିଲା, “ନା, ବିନୟ କରୁଅଛି, ମୁଁ ଆପଣଙ୍କ ଦୃଷ୍ଟିରେ ଯଦି ଅନୁଗ୍ରହ ପାଇଲି, ତେବେ ମୋ’ ହସ୍ତରୁ ସେହି ଭେଟି ଗ୍ରହଣ କରନ୍ତୁ; କାରଣ ପରମେଶ୍ୱରଙ୍କ ମୁଖ ଦର୍ଶନ କଲା ପରି ମୁଁ ଆପଣଙ୍କ ମୁଖ ଦର୍ଶନ କରିଅଛି; ମଧ୍ୟ ଆପଣ ମୋ’ ପ୍ରତି ପ୍ରସନ୍ନ ହୋଇଅଛନ୍ତି। |
974 | GEN 33:13 | ତହିଁରେ ଯାକୁବ କହିଲା, “ମୋହର ପ୍ରଭୁ ଜାଣନ୍ତି, ଏହି ବାଳକମାନେ କୋମଳ, ଆଉ ଦୁଗ୍ଧବତୀ ମେଷୀ ଓ ଗାଭୀ ମୋ’ ସଙ୍ଗରେ ଅଛନ୍ତି; ଦିନେ ଅଧିକ ଚଳାଇଲେ ସବୁ ପଲ ମରିଯିବେ। |
975 | GEN 33:14 | ଏଣୁ ନିବେଦନ କରୁଅଛି, “ମୋହର ପ୍ରଭୁ ଆପଣା ଦାସର ଆଗେ ଆଗେ ଗମନ କରନ୍ତୁ; ସେୟୀର ପ୍ରଦେଶରେ ମୋ’ ପ୍ରଭୁଙ୍କ ନିକଟରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ମୁଁ ପଶୁଗଣର ଗମନ ଶକ୍ତି ଅନୁସାରେ ଓ ବାଳକଗଣର ଗମନ ଶକ୍ତି ଅନୁସାରେ ଧୀରେ ଧୀରେ ଚଳାଇ ନେବି।” |
976 | GEN 33:15 | ଏଷୌ କହିଲା, “ତେବେ ମୋ’ ସଙ୍ଗୀ କେତେକ ଲୋକଙ୍କୁ ତୁମ୍ଭ ନିକଟରେ ରଖି ଯାଉଅଛି।” ଯାକୁବ କହିଲା, “କି ପ୍ରୟୋଜନ ? ମୋ’ ପ୍ରତି କେବଳ ପ୍ରଭୁଙ୍କର ଅନୁଗ୍ରହ ଦୃଷ୍ଟି ଥାଉ।” |
989 | GEN 34:8 | ସେତେବେଳେ ହମୋର ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରି କହିଲା, “ତୁମ୍ଭମାନଙ୍କର ଏହି କନ୍ୟାଠାରେ ମୋ’ ପୁତ୍ର ଶିଖିମର ମନ ଆସକ୍ତ ହୋଇଅଛି; ମୁଁ ନିବେଦନ କରୁଅଛି, ମୋ’ ପୁତ୍ର ସଙ୍ଗେ ତାହାକୁ ବିବାହ କରିଦିଅ। |
993 | GEN 34:12 | ଯୌତୁକ ଓ ଦାନ ଯେତେ ଅଧିକ ମାଗିବ, ତୁମ୍ଭମାନଙ୍କ କଥାନୁସାରେ ତାହା ଦେବି; ମାତ୍ର କୌଣସିମତେ ମୋ’ ସଙ୍ଗେ ଏହି କନ୍ୟାକୁ ବିବାହ କରିଦିଅ।” |
1011 | GEN 34:30 | ତହୁଁ ଯାକୁବ ଶିମୀୟୋନ ଓ ଲେବୀକୁ କହିଲା, “ତୁମ୍ଭେମାନେ ଏ ଦେଶରେ, ଅର୍ଥାତ୍, କିଣାନୀୟ ଓ ପରିଷୀୟ ଲୋକମାନଙ୍କ ନିକଟରେ ମୋତେ ଦୁର୍ଗନ୍ଧ ସ୍ୱରୂପ କରି ବ୍ୟାକୁଳ କଲ; ମୋହର ଲୋକ ଅଳ୍ପ, ଏଥିପାଇଁ ସେମାନେ ମୋ’ ବିରୁଦ୍ଧରେ ଏକତ୍ର ହୋଇ ମୋତେ ବଧ କରିବେ; ତହିଁରେ ସପରିବାରରେ ବିନଷ୍ଟ ହେବି।” |
1015 | GEN 35:3 | ପୁଣି, ଆସ, ଆମ୍ଭେମାନେ ଉଠି ବେଥେଲ୍କୁ ଯାଉ; ଯେଉଁ ପରମେଶ୍ୱର ମୋର ଦୁଃଖର ଦିନରେ ମୋ’ ପ୍ରାର୍ଥନାର ଉତ୍ତର ଦେଲେ, ଓ ମୋର ଗମନର ପଥରେ ମୋର ସହାୟ ହୋଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ମୁଁ ସେହି ସ୍ଥାନରେ ଗୋଟିଏ ଯଜ୍ଞବେଦି ନିର୍ମାଣ କରିବି।” |
1091 | GEN 37:7 | ଦେଖ, ଆମ୍ଭେମାନେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ, ତହିଁରେ ଦେଖ, ମୋହର ବିଡ଼ା ଉଠି ଛିଡ଼ା ହେଲା; ପୁଣି, ଦେଖ, ତୁମ୍ଭମାନଙ୍କ ବିଡ଼ାସବୁ ମୋ’ ବିଡ଼ାକୁ ଚାରିଆଡ଼େ ଘେରି ପ୍ରଣାମ କଲେ। |
1094 | GEN 37:10 | ମାତ୍ର ସେ ଆପଣା ପିତା ଓ ଭାଇମାନଙ୍କ ସାକ୍ଷାତରେ ତାହା କହନ୍ତେ, ତାହାର ପିତା ତାହାକୁ ଧମକାଇ କହିଲେ, “ତୁ ଏ କି ପ୍ରକାର ସ୍ୱପ୍ୱ ଦେଖିଲୁ ? ମୁଁ ଓ ତୋ’ ମାତା ଓ ତୋ’ ଭ୍ରାତୃଗଣ, ଆମ୍ଭେମାନେ କି ଭୂମିଷ୍ଠ ହୋଇ ତୋତେ ପ୍ରଣାମ କରିବାକୁ ଆସିବୁ ?” |
1098 | GEN 37:14 | ସେତେବେଳେ ଇସ୍ରାଏଲ ତାହାକୁ କହିଲେ, “ତୁମ୍ଭେ ଯାଇ ତୁମ୍ଭର ଭ୍ରାତୃଗଣ ଓ ପଶୁପଲ ଭଲ ଅଛନ୍ତି କି ନାହିଁ, ତାହା ଦେଖି ମୋ’ ନିକଟକୁ ସମ୍ବାଦ ଆଣ।” ଏହିରୂପେ ସେ ହିବ୍ରୋଣର ତଳ ଭୂମିରୁ ଯୋଷେଫକୁ ପଠାନ୍ତେ, ସେ ଶିଖିମରେ ଉପସ୍ଥିତ ହେଲା। |
1117 | GEN 37:33 | ତହିଁରେ ସେ ତାହା ଚିହ୍ନି କହିଲେ, “ଏହି ଅଙ୍ଗରଖା ତ ମୋ’ ପୁତ୍ରର; କୌଣସି ହିଂସ୍ରକ ଜନ୍ତୁ ତାହାକୁ ଖାଇ ପକାଇଅଛି, ଯୋଷେଫ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି।” |
1136 | GEN 38:16 | ଏନିମନ୍ତେ ସେ ପଥପାଶ୍ୱର୍ରେ ତାହା ନିକଟକୁ ଯାଇ ପୁତ୍ରବଧୂକୁ ଚିହ୍ନି ନ ପାରି କହିଲା, “ନିବେଦନ କରୁଅଛି, ତୁମ୍ଭ କତିକି ମୋତେ ଯିବାକୁ ଦିଅ।” ତହୁଁ ତାମର କହିଲା, “ତୁମ୍ଭେ ମୋ’ କତିକି ଆସିବା ପାଇଁ କଅଣ ଦେବ ?” |
1157 | GEN 39:7 | ଆଉ ଉକ୍ତ ଘଟଣା ଉତ୍ତାରେ ତାଙ୍କର ପ୍ରଭୁର ଭାର୍ଯ୍ୟା ଯୋଷେଫଙ୍କ ଉପରେ ଦୃଷ୍ଟି ପକାଇବାକୁ ଲାଗିଲା; ତହୁଁ ତାଙ୍କୁ କହିଲା, “ତୁମ୍ଭେ ମୋ’ ସଙ୍ଗେ ଶୟନ କର।” |
1158 | GEN 39:8 | ମାତ୍ର ଯୋଷେଫ ଅସ୍ୱୀକାର କରି ଆପଣା ପ୍ରଭୁର ଭାର୍ଯ୍ୟାକୁ କହିଲେ, “ଦେଖ, ଏ ଗୃହରେ ଯାହା ଅଛି ମୋ’ ପ୍ରଭୁ ତହିଁର ତତ୍ତ୍ୱ ନିଅନ୍ତି ନାହିଁ, ସେ ମୋ’ ହସ୍ତରେ ଆପଣାର ସର୍ବସ୍ୱ ସମର୍ପଣ କରିଅଛନ୍ତି। |
1159 | GEN 39:9 | ଏହି ଗୃହରେ ମୋ’ଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋ’ ପ୍ରତି ଆଉ କିଛି ମନା ନାହିଁ। ଏହେତୁ ମୁଁ କିପରି ଏଡ଼େ ବଡ଼ ଦୁଷ୍ଟତା ଓ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିପାରେ ?” |
1162 | GEN 39:12 | ତେଣୁ ସେ ଯୋଷେଫଙ୍କର ବସ୍ତ୍ର ଧରି ମୋ’ ସଙ୍ଗେ ଶୟନ କର ବୋଲି ଟଣାଟଣି କଲା; ମାତ୍ର ଯୋଷେଫ ତାହା ହସ୍ତରେ ଆପଣା ବସ୍ତ୍ର ଛାଡ଼ି ବାହାରକୁ ପଳାଇ ଗଲେ। |
1164 | GEN 39:14 | ସେତେବେଳେ ସେ ନିଜ ଗୃହର ଲୋକମାନଙ୍କୁ ଡାକି କହିଲା, “ଦେଖ, ସେ ଆମ୍ଭମାନଙ୍କ ସଙ୍ଗରେ ପରିହାସ କରିବା ନିମନ୍ତେ ଜଣେ ଏବ୍ରୀୟକୁ ଆଣିଅଛନ୍ତି; ସେ ମୋ’ ସଙ୍ଗେ ଶୟନ କରିବା ପାଇଁ ଭିତରକୁ ମୋ’ କତିକି ଆସିଥିଲା; ତହିଁରେ ମୁଁ ବଡ଼ ପାଟି କରି ଡାକ ପକାଇଲି; |
1165 | GEN 39:15 | ମୋହର ବଡ଼ ପାଟି କରି ଡାକିବାର ଶୁଣି ସେ ଆପଣା ବସ୍ତ୍ର ମୋ’ ନିକଟରେ ପକାଇ ଦେଇ ବାହାରକୁ ପଳାଇଗଲା।” |
1167 | GEN 39:17 | ଏଥିଉତ୍ତାରେ ସେ ଆପଣା ସ୍ୱାମୀକୁ ସେହି କଥାନୁସାରେ କହିଲା, “ତୁମ୍ଭେ ଯେଉଁ ଏବ୍ରୀୟ ଦାସକୁ ଆମ୍ଭମାନଙ୍କ ପାଖକୁ ଆଣିଅଛ, ସେ ମୋ’ ସଙ୍ଗେ ପରିହାସ କରିବା ନିମନ୍ତେ ମୋ’ କତିକି ଆସିଥିଲା, |
1168 | GEN 39:18 | ପୁଣି, ମୁଁ ବଡ଼ ପାଟି କରି ଡାକ ପକାଇବାରୁ ସେ ମୋ’ ନିକଟରେ ଏହି ବସ୍ତ୍ର ପକାଇ ଦେଇ ବାହାରକୁ ପଳାଇଗଲା।” |
1169 | GEN 39:19 | ସେତେବେଳେ “ତୁମ୍ଭର ଦାସ ମୋ’ ପ୍ରତି ଏପ୍ରକାର ବ୍ୟବହାର କରିଅଛି,” ଆପଣା ଭାର୍ଯ୍ୟାର ମୁଖରୁ ଏ କଥା ଶୁଣି ଯୋଷେଫଙ୍କର ପ୍ରଭୁ କ୍ରୋଧରେ ପ୍ରଜ୍ଜ୍ୱଳିତ ହେଲା। |
1182 | GEN 40:9 | ତହୁଁ ପ୍ରଧାନ ପାନପାତ୍ର ବାହକ ଯୋଷେଫଙ୍କୁ ଆପଣା ସ୍ୱପ୍ନ କଥା ପ୍ରକାଶ କରି କହିଲା, “ଦେଖ, ଗୋଟିଏ ଦ୍ରାକ୍ଷାଲତା ମୋ’ ସମ୍ମୁଖରେ ଥିଲା, |
1184 | GEN 40:11 | ସେତେବେଳେ ମୋ’ ହସ୍ତରେ ଫାରୋଙ୍କର ପାନପାତ୍ର ଥିବାରୁ ସେହି ପାତ୍ରରେ ମୁଁ ସେହି ଦ୍ରାକ୍ଷାଫଳ ଘେନି ଚିପୁଡ଼ି ଫାରୋଙ୍କର ହସ୍ତରେ ସେହି ପାତ୍ର ଦେଲି।” |
1187 | GEN 40:14 | ମାତ୍ର ତୁମ୍ଭର ମଙ୍ଗଳ ହେଲେ, ମୋତେ ସ୍ମରଣ କରିବ, ପୁଣି, ମୋ’ ପ୍ରତି ଦୟା କରି ଫାରୋଙ୍କ ଛାମୁରେ ମୋ’ ବିଷୟ କହି ମୋତେ ଏହି କାରାଗାରରୁ ମୁକ୍ତ କରିବ। |
1189 | GEN 40:16 | ତହିଁରେ ସେ ଉତ୍ତମ ଅର୍ଥ କଲେ, ପ୍ରଧାନ ସୂପକାର ଏହା ଦେଖି ଯୋଷେଫଙ୍କୁ କହିଲା, “ମୁଁ ମଧ୍ୟ ସ୍ୱପ୍ନ ଦେଖିଅଛି; ଦେଖ, ମୋ’ ମସ୍ତକ ଉପରେ ଶୁକ୍ଳ ପିଷ୍ଟକର ତିନୋଟି ଡାଲା। |
1206 | GEN 41:10 | ଫାରୋ ଆପଣା ଦାସ ମୋ’ ପ୍ରତି ଓ ପ୍ରଧାନ ସୂପକାର ପ୍ରତି କ୍ରୋଧାନ୍ୱିତ ହୋଇ ଆମ୍ଭମାନଙ୍କୁ ରକ୍ଷକ ସୈନ୍ୟାଧିପତିର କାରାଗାରରେ ବନ୍ଦ କରି ରଖି ଥିଲେ। |
1281 | GEN 42:28 | ତହିଁରେ ସେ ଭାଇମାନଙ୍କୁ କହିଲା, “ମୋହର ଟଙ୍କା ଫେରି ଆସିଅଛି; ଏହି ଦେଖ, ତାହା ମୋ’ ପଟରେ ଅଛି।” ଏଣୁ ସେମାନଙ୍କର ହଂସା ଉଡ଼ିଗଲା, ଆଉ ସେମାନେ କମ୍ପିତ ହୋଇ ପରସ୍ପର ପ୍ରତି ଅନାଇ କହିଲେ, “ପରମେଶ୍ୱର ଆମ୍ଭମାନଙ୍କର ପ୍ରତି ଏ କି କର୍ମ କରିଅଛନ୍ତି ?” |
1290 | GEN 42:37 | ତହିଁରେ ରୁବେନ୍ ପିତାଙ୍କୁ କହିଲା, “ମୁଁ ଯଦି ତୁମ୍ଭ ପାଖକୁ ତାକୁ ନ ଆଣେ, ତେବେ ତୁମ୍ଭେ ମୋର ଦୁଇ ପୁଅଙ୍କୁ ବଧ କରିବ; ମୋ’ ହସ୍ତରେ ତାକୁ ସମର୍ପଣ କର; ମୁଁ ତାକୁ ପୁନର୍ବାର ତୁମ୍ଭ ପାଖକୁ ଆଣି ଦେବି।” |
1297 | GEN 43:6 | ତହିଁରେ ଇସ୍ରାଏଲ କହିଲେ, “ତୁମ୍ଭମାନଙ୍କର ଆଉ ଏକ ଭାଇ ଅଛି, ଏହା ସେହି ମନୁଷ୍ୟକୁ କହି ମୋ’ ପ୍ରତି ଏପରି କୁବ୍ୟବହାର କାହିଁକି କଲ ?” |
1299 | GEN 43:8 | ଯିହୁଦା ଆପଣା ପିତା ଇସ୍ରାଏଲଙ୍କୁ ଆହୁରି କହିଲା, “ତୁମ୍ଭେ ସେହି ଯୁବାକୁ ମୋ’ ସଙ୍ଗରେ ପଠାଇ ଦିଅ; ଆମ୍ଭେମାନେ ଉଠି ପ୍ରସ୍ଥାନ କରୁ, ତହିଁରେ ଆମ୍ଭେମାନେ ଓ ତୁମ୍ଭେ ଓ ବାଳକମାନେ, ସମସ୍ତେ ବଞ୍ଚିବା, ମରିବା ନାହିଁ।” |
1300 | GEN 43:9 | ମୁଁ ତାହାର ଲଗା ହେଲି, ମୋ’ ହସ୍ତରୁ ତାକୁ ବୁଝି ନେବ; ମୁଁ ଯଦି ତାକୁ ଆଣି ତୁମ୍ଭ ସମ୍ମୁଖରେ ନ ରଖେ, ତେବେ ସେହି ଦୋଷ ସର୍ବଦା ମୋ’ ଉପରେ ବର୍ତ୍ତିବ। |
1314 | GEN 43:23 | ତହିଁରେ ସେ ଗୃହାଧ୍ୟକ୍ଷ କହିଲା, “ତୁମ୍ଭମାନଙ୍କର ମଙ୍ଗଳ ହେଉ, ଭୟ କର ନାହିଁ; ତୁମ୍ଭମାନଙ୍କ ପରମେଶ୍ୱର ଓ ତୁମ୍ଭମାନଙ୍କ ପୈତୃକ ପରମେଶ୍ୱର ତୁମ୍ଭମାନଙ୍କ ପଟରେ ତୁମ୍ଭମାନଙ୍କୁ ଗୁପ୍ତଧନ ଦେଇ ଅଛନ୍ତି; ତୁମ୍ଭମାନଙ୍କ ଟଙ୍କା ମୋ’ ପାଖରେ ଥିଲା।” ତହୁଁ ସେ ଶିମୀୟୋନକୁ ବାହାର କରି ସେମାନଙ୍କ ନିକଟକୁ ଆଣିଲା। |
1349 | GEN 44:24 | ଏଥିଉତ୍ତାରେ ଆମ୍ଭେମାନେ ଆପଣଙ୍କ ଦାସ ଯେ ମୋ’ ପିତା, ତାଙ୍କ ନିକଟରେ ଉପସ୍ଥିତ ହୋଇ ତାଙ୍କୁ ପ୍ରଭୁଙ୍କର ଏହିସବୁ କଥା କହିଲୁ। |
1355 | GEN 44:30 | ଏହେତୁ ଆପଣଙ୍କ ଦାସ ଯେ ମୋ’ ପିତା, ତାଙ୍କ ନିକଟରେ ମୁଁ ଉପସ୍ଥିତ ହେଲେ, ଆମ୍ଭମାନଙ୍କ ସଙ୍ଗରେ ଯଦି ଏହି ଯୁବା ନ ଥିବ, ତେବେ ଏହି ଯୁବା ନ ଥିବାର ଦେଖି ସେ ତତ୍କ୍ଷଣାତ୍ ମରିଯିବେ। |
1359 | GEN 44:34 | କାରଣ ଏହି ଯୁବା ମୋ’ ସଙ୍ଗରେ ନ ଥିଲେ, ମୁଁ କି ପ୍ରକାରେ ପିତାଙ୍କ ନିକଟକୁ ଯାଇ ପାରିବି ? ପୁଣି, ପିତାଙ୍କୁ ଯେଉଁ ବିପଦ ଘଟିବ, ତାହା କି ପ୍ରକାରେ ଅବା ଦେଖି ପାରିବି ? |