Wildebeest analysis examples for:   ory-ory   Word’Word    February 11, 2023 at 19:20    Script wb_pprint_html.py   by Ulf Hermjakob

89  GEN 4:9  ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କ’ଣ ମୋ’ ଭାଇର ରକ୍ଷକ ?”
328  GEN 13:9  ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋ’ଠାରୁ ପୃଥକ୍ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଡାହାଣକୁ ଯାଏ; ନୋହିଲେ ତୁମ୍ଭେ ଡାହାଣକୁ ଯାଅ, ମୁଁ ବାମକୁ ଯିବି।
363  GEN 15:2  ତହିଁରେ ଅବ୍ରାମ ଉତ୍ତର କଲେ, “ହେ ପ୍ରଭୁ ସଦାପ୍ରଭୁ, ତୁମ୍ଭେ ମୋତେ କ’ଣ ଦେବ ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି, ଦମ୍ମେଶକୀୟ ଇଲୀୟେଜର ମୋ’ ଗୃହର ଧନାଧିକାରୀ ଅଟେ।”
506  GEN 20:10  ଅବିମେଲକ ଅବ୍ରହାମଙ୍କୁ ଆହୁରି କହିଲେ, “ତୁମ୍ଭେ କ’ଣ ଦେଖି ଏରୂପ କର୍ମ କଲ ?”
544  GEN 21:30  ଅବ୍ରହାମ କହିଲେ, “ମୁଁ ଯେ ଏହି କୂପ ଖୋଳିଅଛି, ତହିଁର ପ୍ରମାଣ ନିମନ୍ତେ ମୋ’ଠାରୁ ଏହି ସାତଗୋଟି ମେଷବତ୍ସା ନେବାକୁ ହେବ।”
821  GEN 29:25  ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା ! ତହୁଁ ଯାକୁବ ଲାବନଙ୍କୁ କହିଲା, “ତୁମ୍ଭେ ମୋ’ ସହିତ ଏ କି ବ୍ୟବହାର କରିଅଛ ? ମୁଁ କ’ଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କାହିଁକି ମୋତେ ପ୍ରବଞ୍ଚନା କରିଅଛ ?”
830  GEN 29:34  ପୁନର୍ବାର ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ଏଥର ସ୍ୱାମୀ ମୋ’ଠାରେ ଆସକ୍ତ ହେବେ, ଯେହେତୁ ମୁଁ ତାଙ୍କର ତିନି ପୁତ୍ର ପ୍ରସବ କରିଅଛି,” ଏହେତୁ ତାହାର ନାମ ଲେବୀ (ଆସକ୍ତ) ଦେଲା।
833  GEN 30:2  ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ଜ୍ୱଳିତ ହେଲା; ପୁଣି, ସେ କହିଲା, “ମୁଁ କ’ଣ ପରମେଶ୍ୱରଙ୍କର ପ୍ରତିନିଧି ? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇ ନାହାନ୍ତି।”
905  GEN 31:31  ତହିଁରେ ଯାକୁବ ଲାବନକୁ ଉତ୍ତର କଲା, “ମୋହର ଭୟ ହେଲା; କାରଣ କେଜାଣି ତୁମ୍ଭେ ମୋ’ଠାରୁ ଆପଣା କନ୍ୟାଗଣଙ୍କୁ ବଳପୂର୍ବକ ଛଡ଼ାଇ ନେବ, ଏପରି ବିଚାର କଲି।
906  GEN 31:32  ମାତ୍ର ତୁମ୍ଭେ ଯାହା ନିକଟରୁ ତୁମ୍ଭର ଦେବତାମାନଙ୍କୁ ପାଇବ, ସେ ବଞ୍ଚିବ ନାହିଁ; ମୋ’ଠାରେ ତୁମ୍ଭର ଯାହା ଅଛି, ତାହା ଆମ୍ଭମାନଙ୍କ କୁଟୁମ୍ବଗଣର ସାକ୍ଷାତରେ ଚିହ୍ନି କରି ନିଅ,” ଯେହେତୁ ଯାକୁବ ରାହେଲର ସେହି ଚୋରି କରିବା ବିଷୟ ଜାଣି ନ ଥିଲା।
1143  GEN 38:23  ତେବେ ଯିହୁଦା କହିଲା, “ତାହାଠାରେ ଯାହା ଅଛି, ସେ ତାହା ରଖୁ, ଆମ୍ଭେମାନେ କାହିଁକି ଲଜ୍ଜାସ୍ପଦ ହେବା ? ଦେଖ, ମୁଁ ଏହି ଛେଳିଛୁଆ ପଠାଇଲି, ମାତ୍ର ତୁମ୍ଭେ ତା’ର ଦେଖା ପାଇଲ ନାହିଁ।”
1146  GEN 38:26  ତହୁଁ ଯିହୁଦା ସେହି ସକଳ ପଦାର୍ଥ ଆପଣାର ବୋଲି ସ୍ୱୀକାର କରି କହିଲା, “ସେ ମୋ’ଠାରୁ ଅଧିକ ଧର୍ମିଷ୍ଠା, କାରଣ ମୁଁ ତାକୁ ମୋର ପୁତ୍ର ଶେଲାକୁ ଦେଲି ନାହିଁ।” ମାତ୍ର ଯିହୁଦା ଆଉ ତାହା କତିକି ଗଲା ନାହିଁ।
1159  GEN 39:9  ଏହି ଗୃହରେ ମୋ’ଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋ’ ପ୍ରତି ଆଉ କିଛି ମନା ନାହିଁ। ଏହେତୁ ମୁଁ କିପରି ଏଡ଼େ ବଡ଼ ଦୁଷ୍ଟତା ଓ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିପାରେ ?”
1440  GEN 47:19  ଏଥିପାଇଁ ଆମ୍ଭେମାନେ ଓ ଆମ୍ଭମାନଙ୍କର ଭୂମି ଦୁହେଁ କାହିଁକି ଆପଣଙ୍କ ଦୃଷ୍ଟିଗୋଚରରେ ମରିବୁ ? ଆପଣ ଭକ୍ଷ୍ୟ ଦେଇ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଭୂମି କିଣି ନେଉନ୍ତୁ, ତହିଁରେ ଆମ୍ଭେମାନେ ଓ ଆମ୍ଭମାନଙ୍କ ଭୂମି ଫାରୋଙ୍କର ଦାସ ହେବୁ; ତା’ପରେ ଆମ୍ଭମାନଙ୍କୁ ବିହନ ଦେଉନ୍ତୁ, ତହିଁରେ ବଞ୍ଚିବୁ; ନୋହିଲେ ଆମ୍ଭେମାନେ ମରିଯିବୁ, ପୁଣି, ଭୂମି ମଧ୍ୟ ବିନଷ୍ଟ ହେବ।”
1526  GEN 50:19  ତହିଁରେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ କିଛି ଭୟ କର ନାହିଁ, ମୁଁ କ’ଣ ପରମେଶ୍ୱରଙ୍କର ପ୍ରତିନିଧି ?”
1604  EXO 4:2  ତେବେ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭ ହସ୍ତରେ କ’ଣ ଅଛି ?” ସେ କହିଲେ, “ଯଷ୍ଟି।”
1881  EXO 13:13  ପୁଣି, ତୁମ୍ଭେ ମେଷଶାବକ ଦେଇ ପ୍ରତ୍ୟେକ ପ୍ରଥମଜାତ ଗର୍ଦ୍ଦଭକୁ ମୁକ୍ତ କରିବ; ଯଦି ମୁକ୍ତ ନ କରିବ, ତେବେ ତା’ର ବେକ ଭାଙ୍ଗିବ; ମାତ୍ର ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ମନୁଷ୍ୟର ପ୍ରଥମଜାତ ସମସ୍ତଙ୍କୁ ମୁକ୍ତ କରିବାକୁ ହେବ।
1963  EXO 16:15  ଆଉ ଇସ୍ରାଏଲ ସନ୍ତାନଗଣ ତାହା ଦେଖି ପରସ୍ପରକୁ କହିଲେ, “ଏହା କ’ଣ ଅଟେ ?” ଯେହେତୁ ତାହା କ’ଣ ଥିଲା, ସେମାନେ ଜାଣିଲେ ନାହିଁ। ତହିଁରେ ମୋଶା କହିଲେ, “ଏହା ତୁମ୍ଭମାନଙ୍କ ଭୋଜନ ନିମନ୍ତେ ସଦାପ୍ରଭୁଙ୍କ ଦତ୍ତ ଅନ୍ନ।”
1988  EXO 17:4  ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ଏହି ଲୋକମାନଙ୍କ ନିମନ୍ତେ କ’ଣ କରିବି ? ସେମାନେ ମୋତେ ପଥର ପକାଇ ମାରିବାକୁ ପ୍ରାୟ ଉଦ୍ୟତ।”
2114  EXO 21:36  ମାତ୍ର ଗୋରୁ ପୂର୍ବେ ବିନ୍ଧୁଥିବାର ଜାଣି ଯଦି ତା’ର ସ୍ୱାମୀ ତାକୁ ସାବଧାନରେ ରଖି ନ ଥାଏ, ତେବେ ସେ ଗୋରୁ ପରିଶୋଧରେ ଗୋରୁ ଅବଶ୍ୟ ଦେବ, ମାତ୍ର ମୃତ ଗୋରୁ ତାହାର ନିଜର ହେବ।
2342  EXO 29:5  ତା’ପରେ ସେହି ସମସ୍ତ ବସ୍ତ୍ର ନେଇ ହାରୋଣକୁ ଜାମା, ଏଫୋଦର ଚୋଗା, ଏଫୋଦ ଓ ବୁକୁପଟା ପରିଧାନ କରାଇବ, ଆଉ ଏଫୋଦର ଚିତ୍ରିତ ପଟୁକାରେ ତାହାର କଟି ବାନ୍ଧିବ।
2460  EXO 32:21  ତହୁଁ ମୋଶା ହାରୋଣଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭ ପ୍ରତି କ’ଣ କଲେ ଯେ, ତୁମ୍ଭେ ସେମାନଙ୍କ ଉପରେ ଏପରି ମହାପାପ ବର୍ତ୍ତାଇଅଛ ?”
2517  EXO 34:20  ମାତ୍ର ପ୍ରଥମଜାତ ଗର୍ଦ୍ଦଭ ପରିବର୍ତ୍ତରେ ତୁମ୍ଭେ ମେଷଶାବକ ଦେଇ ତାକୁ ମୁକ୍ତ କରିବ; ଯଦି ମୁକ୍ତ ନ କରିବ, ତେବେ ତା’ର ବେକ ଭାଙ୍ଗିବ। ତୁମ୍ଭର ପ୍ରଥମଜାତ ପୁତ୍ର ସକଳକୁ ତୁମ୍ଭେ ମୁକ୍ତ କରିବ। ଆଉ, କେହି ଶୂନ୍ୟ ହସ୍ତରେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବ ନାହିଁ।
2997  LEV 10:19  ତେବେ ହାରୋଣ ମୋଶାଙ୍କୁ କହିଲେ, “ଦେଖ, ସେମାନେ ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ପାପାର୍ଥକ ବଳି ଓ ଆପଣାମାନଙ୍କର ହୋମାର୍ଥକ ବଳି ଉତ୍ସର୍ଗ କଲେ, ତଥାପି ମୋ’ ପ୍ରତି ଏପରି ଘଟିଲା; ଯେବେ ମୁଁ ଆଜି ପାପାର୍ଥକ ବଳି ଭୋଜନ କରିଥା’ନ୍ତି, ତେବେ ତାହା କି ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ ହୋଇଥା’ନ୍ତା ?”
2999  LEV 11:1  ତା’ପରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
3054  LEV 13:1  ତା’ପରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
3056  LEV 13:3  ତହୁଁ ଯାଜକ ତାହା ଶରୀରର ଚର୍ମସ୍ଥିତ ଘା’ ଦେଖିବ; ଆଉ ଯଦି ଘା’ର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ପୁଣି ଘା’ ଯଦି ତାହା ଶରୀରର ଚର୍ମଠାରୁ ନୀଚ ଦେଖାଯାଏ, ତେବେ ତାହା କୁଷ୍ଠରୋଗର ଘା’ ଅଟେ; ଆଉ ଯାଜକ ତାହାକୁ ଦେଖିବ ଓ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ।
3065  LEV 13:12  ଆଉ, ଯଦି କୁଷ୍ଠ ରୋଗ ଚର୍ମରେ ଫୁଟି ବାହାରେ ଓ ଯେତେ ଦୂର ଯାଜକକୁ ଦେଖାଯାଏ, ତଦନୁସାରେ ଘା’ଯୁକ୍ତ ଲୋକର ମସ୍ତକ ଠାରୁ ପାଦ ପର୍ଯ୍ୟନ୍ତ ଚର୍ମ କୁଷ୍ଠରୋଗରେ ଆଚ୍ଛନ୍ନ ହୋଇଥାଏ,
3070  LEV 13:17  ଆଉ, ଯାଜକ ତାହାକୁ ଦେଖିବ; ପୁଣି ଦେଖ, ଯଦି ସେହି ଘା’ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ସେ ଘା’ଯୁକ୍ତ ଲୋକକୁ ଶୁଚି ବୋଲି ପ୍ରକାଶ କରିବ; ସେ ଶୁଚି ଅଟେ।
3084  LEV 13:31  ଆଉ, ଯାଜକ ଛଉର ଘା’ ଦେଖନ୍ତେ, ଯଦି ତାହା ଚର୍ମର ନୀଚସ୍ଥ ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ନ ଥାଏ, ତେବେ ଯାଜକ ସେହି ଛଉ ଘା’ଯୁକ୍ତ ଲୋକକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।
3096  LEV 13:43  ତହୁଁ ଯାଜକ ତାହା ଦେଖିବ; ପୁଣି, ଯଦି ଶରୀରର ଚର୍ମସ୍ଥିତ କୁଷ୍ଠରୋଗ ପରି ଚନ୍ଦା ମସ୍ତକ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘା’ର ଫୁଲା ଦେଖାଯାଏ;
3144  LEV 14:32  ଯେଉଁ କୁଷ୍ଠରୋଗର ଘା’ଯୁକ୍ତ ଲୋକ ଆପଣାର ଶୁଚିକାର୍ଯ୍ୟ ସମ୍ବନ୍ଧୀୟ ଦ୍ରବ୍ୟ ପାଇବାକୁ ଅସମର୍ଥ, ତାହା ପାଇଁ ଏହି ବ୍ୟବସ୍ଥା।”
3270  LEV 18:18  ଆଉ ଭଗିନୀ ଜୀବିତା ଥାଉ ଥାଉ ତୁମ୍ଭେ ତାହା ପାର୍ଶ୍ୱରେ ତାହାର ସପତ୍ନୀ ରୂପେ ଆବରଣୀୟ ଅନାବୃତ କରିବା ପାଇଁ ତା’ର ଭଗିନୀକୁ ଗ୍ରହଣ କରିବ ନାହିଁ।
4037  NUM 11:12  ମୁଁ କ’ଣ ଏହି ସମସ୍ତ ଲୋକଙ୍କୁ ଗର୍ଭରେ ଧାରଣ କରିଅଛି ? ମୁଁ କ’ଣ ସେମାନଙ୍କୁ ଜନ୍ମ କରିଅଛି ଯେ, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲ, ସେହି ଦେଶ ପର୍ଯ୍ୟନ୍ତ ଦୁଗ୍ଧପୋଷ୍ୟ ଶିଶୁ-ପାଳନକାରୀ ପିତା ତୁଲ୍ୟ ସେମାନଙ୍କୁ କୋଳରେ ବହି ଘେନି ଯିବା ପାଇଁ ମୋତେ କହୁଅଛ ?
4040  NUM 11:15  ଆଉ ଯଦି ତୁମ୍ଭେ ମୋ’ପ୍ରତି ଏପରି ବ୍ୟବହାର କର, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଥିଲେ, ସେହି କ୍ଷଣି ମୋତେ ମାରି ପକାଅ; ପୁଣି, ମୋତେ ଆପଣା ଦୁର୍ଗତି ଦେଖିବାକୁ ଦିଅ ନାହିଁ।”
4047  NUM 11:22  ସେମାନଙ୍କୁ ଅଣ୍ଟିବା ଭଳି କ’ଣ ପଲ ପଲ ଗୋମେଷ ବଧ କରାଯିବ ? ଅବା ସେମାନଙ୍କୁ ଅଣ୍ଟିବା ଭଳି ସମୁଦ୍ରର ସବୁ ମାଛ କ’ଣ ଏକତ୍ର କରାଯିବ ?
4054  NUM 11:29  ତେବେ ମୋଶା କହିଲେ, “ତୁମ୍ଭେ ମୋ’ ସକାଶୁ କ’ଣ ଈର୍ଷା କରୁଅଛ ? ପରମେଶ୍ୱର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍‍ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ !”
4111  NUM 14:2  ପୁଣି, ଇସ୍ରାଏଲ ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ଡଳୀ ସେମାନଙ୍କ ଆଗରେ କହିଲେ, “ଆହା, ଆମ୍ଭେମାନେ ମିସର ଦେଶରେ ନଚେତ୍ ଏହି ପ୍ରାନ୍ତରରେ ମରିଥା’ନ୍ତୁ ! ଆହା, ଆମ୍ଭେମାନେ ଯଦି ଏହି ପ୍ରାନ୍ତରରେ ମରିଥା’ନ୍ତୁ !
4459  NUM 24:12  ତହିଁରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ମୋ’ ନିକଟକୁ ତୁମ୍ଭେ ଯେଉଁ ଦୂତମାନଙ୍କୁ ପଠାଇଥିଲ, ସେମାନଙ୍କୁ ମୁଁ କ’ଣ କହି ନାହିଁ ?”
5557  DEU 25:8  ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ତାହାକୁ ଡାକି କହିବେ; ତହିଁରେ ଯେବେ ସେ ଠିଆ ହୋଇ କହେ ଯେ, ତାହାକୁ ଗ୍ରହଣ କରିବାକୁ ମୋ’ର ଇଚ୍ଛା ନାହିଁ;
5742  DEU 31:12  ପୁଣି, ସେମାନେ ଯେପରି ତାହା ଶୁଣି ଶିକ୍ଷା ପା’ନ୍ତି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗୀ ହୁଅନ୍ତି, ଏଥିପାଇଁ ତୁମ୍ଭେମାନେ ପୁରୁଷ ଓ ସ୍ତ୍ରୀ ଓ ବାଳକ ଓ ଆପଣା ନଗରଦ୍ୱାରବର୍ତ୍ତୀ ବିଦେଶୀ ସମସ୍ତ ଲୋକଙ୍କୁ ସମାଜରେ ଏକତ୍ର କରିବ।
5780  DEU 32:20  ଆଉ ସେ କହିଲେ, “ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ସେମାନଙ୍କର ଶେଷ ଦଶା କ’ଣ ହେବ, ତାହା ଆମ୍ଭେ ଦେଖିବା; କାରଣ ସେମାନେ ନିତାନ୍ତ ବକ୍ରଗାମୀ ବଂଶ, ଏପରି ସନ୍ତାନ, ଯେଉଁମାନଙ୍କଠାରେ କିଛି ବିଶ୍ୱସ୍ତତା ନାହିଁ।
5790  DEU 32:30  ଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥା’ନ୍ତେ ଓ ଯେବେ ସଦାପ୍ରଭୁ ସେମାନଙ୍କୁ ସମର୍ପଣ କରି ଦେଇ ନ ଥା’ନ୍ତେ, ତେବେ ସହସ୍ର ଜଣଙ୍କୁ ଏକ ଜଣ କିପରି ତଡ଼ି ଦିଅନ୍ତା, ପୁଣି ଦଶ ସହସ୍ର ଜଣଙ୍କୁ ଦୁଇ ଜଣ କିପରି ବିମୁଖ କରନ୍ତେ ?
5918  JOS 4:6  ତାହା ତୁମ୍ଭମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପ ହେବ, ପୁଣି ତୁମ୍ଭମାନଙ୍କର ଏସବୁ ପଥର କ’ଣ ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଏହା ପଚାରିଲେ,
5985  JOS 7:7  ପୁଣି ଯିହୋଶୂୟ କହିଲେ, ହାୟ ହାୟ ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଏହି ଲୋକମାନଙ୍କୁ ଯର୍ଦ୍ଦନ ପାର କରାଇ ଆଣିଲ କାହିଁକି, କି ଆମ୍ଭମାନଙ୍କୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବାକୁ? ଆହା, ଯେବେ ଆମ୍ଭେମାନେ ସନ୍ତୁଷ୍ଟ ହୋଇ ଯର୍ଦ୍ଦନ ସେପାରିରେ ରହିଥା’ନ୍ତୁ !
5987  JOS 7:9  କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କ’ଣ କରିବ?
6201  JOS 14:12  ଏହେତୁ ସେଦିନ ଏହି ଯେଉଁ ପର୍ବତ ବିଷୟରେ ସଦାପ୍ରଭୁ କହିଥିଲେ, ତାହା ମୋତେ ଦିଅ; କାରଣ ଅନାକୀୟମାନେ ସେଠାରେ ଥା’ନ୍ତି ଓ ନଗରମାନ ବୃହତ ଓ ପ୍ରାଚୀରବେଷ୍ଟିତ, ଏହା ତୁମ୍ଭେ ସେଦିନ ଶୁଣିଥିଲ; ହୋଇପାରେ, ସଦାପ୍ରଭୁ ମୋହର ସଙ୍ଗରେ ହେବେ, ପୁଣି ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ତଡ଼ି ଦେବି।
6444  JOS 22:16  “ସଦାପ୍ରଭୁଙ୍କ ସମଗ୍ର ମଣ୍ଡଳୀ ଏରୂପ କହନ୍ତି, “ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେବା ନିମନ୍ତେ ଆପଣାମାନଙ୍କ ପାଇଁ ଏକ ଯଜ୍ଞବେଦି ନିର୍ମାଣ କରି ତୁମ୍ଭେମାନେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହୋଇ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ଏହି ଯେ ସତ୍ୟ-ଲଙ୍ଘନ କରିଅଛ, ଏ କ’ଣ ?
7009  JDG 18:14  ସେତେବେଳେ ଯେଉଁ ପାଞ୍ଚ ଜଣ ଲୟିଶ୍‍ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନେ ଆପଣା ଭ୍ରାତୃଗଣକୁ କହିଲେ, ଏହି ଗୃହରେ ଯେ ଏକ ଏଫୋଦ ଓ ଠାକୁରମାନ, ଆଉ ଏକ ଖୋଦିତ ପ୍ରତିମା ଓ ଏକ ଢଳା ପ୍ରତିମା ଅଛି, ଏହା କ’ଣ ତୁମ୍ଭେମାନେ ଜାଣ ? ଏଣୁ ତୁମ୍ଭମାନଙ୍କର କି କର୍ତ୍ତବ୍ୟ, ତାହା ବିବେଚନା କର।
7178  RUT 3:4  ସେ ଯେତେବେଳେ ଶୟନ କରିବ, ସେତେବେଳେ ତୁମ୍ଭେ ତାହାର ଶୟନ ସ୍ଥାନ ଦେଖି ନିର୍ଣ୍ଣୟ କର; ତହୁଁ ସେଠାକୁ ଯାଇ ତାହାର ଚରଣ-ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କର, ତହିଁରେ ତୁମ୍ଭକୁ କ’ଣ କରିବାକୁ ହେବ, ତାହା ସେ ଜଣାଇବ।”
7186  RUT 3:12  ଯେହେତୁ ତୁମ୍ଭେ ଯେ ସମ୍ମାନୀୟ ସ୍ତ୍ରୀ, ଏହା ମୋହର ନଗରସ୍ଥ ସମସ୍ତ ଲୋକ ଜାଣନ୍ତି। ମୁଁ ମୁକ୍ତିକର୍ତ୍ତା ଜ୍ଞାତି ଅଟେ, ଏହା ସତ୍ୟ, ମାତ୍ର ମୋ’ଠାରୁ ନିକଟ ସମ୍ପର୍କୀୟ ଆଉ ଜଣେ ମୁକ୍ତିକର୍ତ୍ତା ଜ୍ଞାତି ଅଛି।
7192  RUT 3:18  ତହୁଁ ତାହାର ଶାଶୁ ତାହାକୁ କହିଲା, “ଆହେ ଆମ୍ଭର କନ୍ୟା,” ଏ ବିଷୟ କ’ଣ ହେବ, ଏହା ତୁମ୍ଭକୁ ଜଣା ହେବା ପର୍ଯ୍ୟନ୍ତ ବସିଥାଅ; କାରଣ ସେ ମନୁଷ୍ୟ ଆଜି ଏ କର୍ମ ସମାପ୍ତ ନ କରି ବିଶ୍ରାମ କରିବ ନାହିଁ।”
7295  1SA 3:17  ତେବେ ସେ ପଚାରିଲେ, ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ ? ବିନୟ କରୁଅଛି, ମୋ’ଠାରୁ ତାହା ଗୁପ୍ତ ନ କର; ସେ ଯେସମସ୍ତ କଥା କହିଅଛନ୍ତି, ତହିଁରୁ କୌଣସି କଥା ତୁମ୍ଭେ ମୋ’ଠାରୁ ଗୁପ୍ତ କଲେ, ପରମେଶ୍ୱର ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ତୁମ୍ଭକୁ ଦେଉନ୍ତୁ।
7435  1SA 10:15  ଏଥିରେ ଶାଉଲଙ୍କର ପିତୃବ୍ୟ କହିଲେ, ମୁଁ ନିବେଦନ କରୁଅଛି, ଶାମୁୟେଲ ତୁମ୍ଭମାନଙ୍କୁ କ’ଣ କହିଲେ, ମୋତେ କୁହ।
7547  1SA 14:37  ତହୁଁ ଶାଉଲ ପରମେଶ୍ୱରଙ୍କ ନିକଟରେ ପଚାରିଲେ, ମୁଁ କ’ଣ ପଲେଷ୍ଟୀୟମାନଙ୍କ ପଛରେ ଯିବି ? ତୁମ୍ଭେ କ’ଣ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରିବ ? ମାତ୍ର ସେଦିନ ସେ ତାଙ୍କୁ ଉତ୍ତର ଦେଲେ ନାହିଁ।
7555  1SA 14:45  ଏଥିରେ ଲୋକମାନେ ଶାଉଲଙ୍କୁ କହିଲେ, ଇସ୍ରାଏଲ ମଧ୍ୟରେ ଯେ ଏହି ମହାଉଦ୍ଧାର ସାଧନ କରିଅଛି, ସେହି ଯୋନାଥନ କ’ଣ ମରିବ ? ଏହା ଦୂରେ ଥାଉ; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତାହାର ମସ୍ତକର ଗୋଟିଏ କେଶ ହିଁ ତଳେ ପଡ଼ିବ ନାହିଁ; କାରଣ, ସେ ଆଜି ପରମେଶ୍ୱରଙ୍କ ସହିତ କର୍ମ କରିଅଛି; ଏହିରୂପେ ଲୋକମାନେ ଯୋନାଥନକୁ ମୁକ୍ତ କରିବାରୁ ତାହାର ମୃତ୍ୟୁୁ ହେଲା ନାହିଁ।
7635  1SA 17:15  ମାତ୍ର ଦାଉଦ ଆପଣା ପିତାର ମେଷପଲ ଚରାଇବା ନିମନ୍ତେ ଶାଉଲଙ୍କ ନିକଟରୁ ବେଥଲିହିମକୁ ଯା’ଆସ କରୁଥାଆନ୍ତି।
7645  1SA 17:25  ତହୁଁ ଇସ୍ରାଏଲ ଲୋକମାନେ କହିଲେ, ଏହି ଯେ ଲୋକ ଉଠି ଆସିଅଛି, ଏହାକୁ କ’ଣ ତୁମ୍ଭେମାନେ ଦେଖିଲ ? ନିଶ୍ଚୟ ଇସ୍ରାଏଲକୁ ତୁଚ୍ଛ କରିବା ପାଇଁ ସେ ଉଠି ଆସିଅଛି; ପୁଣି, ଏହାକୁ ଯେଉଁ ଲୋକ ବଧ କରିବ, ରାଜା ତାହାକୁ ବହୁତ ଧନରେ ଧନବାନ କରିବେ ଓ ତାହାକୁ ଆପଣା କନ୍ୟା ଦେବେ, ଆଉ ଇସ୍ରାଏଲ ମଧ୍ୟରେ ତାହାର ପିତୃଗୃହକୁ କରମୁକ୍ତ କରିବେ।
7646  1SA 17:26  ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କ’ଣ କରାଯିବ ? କାରଣ, ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିବ ?
7734  1SA 20:2  ତହୁଁ ସେ ତାଙ୍କୁ କହିଲା; ଏହା ନ ହେଉ; ତୁମ୍ଭେ ମରିବ ନାହିଁ; ଦେଖ, ମୋହର ପିତା ମୋର କର୍ଣ୍ଣଗୋଚର ନ କରି ବଡ଼ କି ସାନ କୌଣସି କର୍ମ କରନ୍ତି ନାହିଁ; ତେବେ ମୋହର ପିତା ମୋ’ଠାରୁ ଏହି କଥା କାହିଁକି ଗୋପନ କରିବେ ? ସେପରି ନୁହେଁ।
7762  1SA 20:30  ଏଥିରେ ଯୋନାଥନ ପ୍ରତି ଶାଉଲଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସେ ତାହାକୁ କହିଲେ, ଆରେ ବିପଥଗାମିନୀ ଦ୍ରୋହିଣୀର ପୁତ୍ର, ତୁ ଯେ ଆପଣାର ଲଜ୍ଜା ଓ ଆପଣା ମାତାର ଆବରଣୀୟର ଲଜ୍ଜା ନିମନ୍ତେ ଯିଶୀର ପୁତ୍ରକୁ ମନୋନୀତ କରିଅଛୁ, ଏହା କ’ଣ ମୁଁ ଜାଣୁ ନାହିଁ ?
7790  1SA 21:16  ମୋହର କ’ଣ ବାତୁଳ ଲୋକର ଅଭାବ ଅଛି ଯେ, ତୁମ୍ଭେମାନେ ଏହାକୁ ମୋର ଆଗରେ ବାତୁଳ ବ୍ୟବହାର କରିବାକୁ ଆଣିଅଛ ? ଏ ଲୋକ କ’ଣ ମୋହର ଘରକୁ ଆସିବ ?
7797  1SA 22:7  ତହିଁରେ ଶାଉଲ ଚାରିଆଡ଼େ ଠିଆ ହୋଇଥିବା ଆପଣା ଦାସମାନଙ୍କୁ କହିଲେ, ହେ ବିନ୍ୟାମୀନୀୟ ଲୋକମାନେ, ଶୁଣ; ଯିଶୀର ପୁତ୍ର କ’ଣ ତୁମ୍ଭମାନଙ୍କ ପ୍ରତିଜଣକୁ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଦେବ, ସେ କ’ଣ ତୁମ୍ଭ ସମସ୍ତଙ୍କୁ ସହସ୍ରପତି ଓ ଶତପତି କରିବ,
7798  1SA 22:8  ଏଥିପାଇଁ କ’ଣ ତୁମ୍ଭେ ସମସ୍ତେ ମୋହର ବିରୁଦ୍ଧରେ କୁମନ୍ତ୍ରଣା କରୁଅଛ ? ଆଉ, ମୋହର ପୁତ୍ର ଯିଶୀର ପୁତ୍ର ସଙ୍ଗେ ନିୟମ କଲା ବେଳେ କେହି ମୋହର କର୍ଣ୍ଣଗୋଚର କଲ ନାହିଁ ଓ ତୁମ୍ଭମାନଙ୍କର କେହି ମୋ’ ପାଇଁ ଚିନ୍ତିତ ହେଲ ନାହିଁ, କିଅବା ଆଜିର ପରି ମୋହର ପ୍ରତିକୂଳରେ ଛକି ବସି ଆକ୍ରମଣ କରିବା ପାଇଁ ମୋର ପୁତ୍ର ଯେ ମୋର ଦାସକୁ ମତାଇ ଅଛି, ଏହା କେହି ମୋର କର୍ଣ୍ଣଗୋଚର କଲ ନାହିଁ ?
7805  1SA 22:15  ମୁଁ କ’ଣ ପରମେଶ୍ୱରଙ୍କ ନିକଟରେ ତାହା ଲାଗି ପଚାରିବାକୁ ଆଜି ଆରମ୍ଭ କଲି ? ତାହା ମୋ’ଠୁ ଦୂର ହେଉ; ମହାରାଜ ଆପଣାର ଏହି ଦାସକୁ ବା ମୋହର ସମସ୍ତ ପିତୃଗୃହକୁ କୌଣସି ଦୋଷ ନ ଦେଉନ୍ତୁ; କାରଣ ଆପଣଙ୍କ ଦାସ ଏସବୁ ବିଷୟରେ ଅଳ୍ପ କି ବହୁତ କିଛି ଜାଣେ ନାହିଁ।
7824  1SA 23:11  କିୟୀଲା ନିବାସୀମାନେ କ’ଣ ମୋତେ ତାଙ୍କ ହସ୍ତରେ ସମର୍ପି ଦେବେ ? ତୁମ୍ଭ ଦାସ ଯେପରି ଶୁଣିଅଛି, ସେପରି କ’ଣ ଶାଉଲ ଆସିବେ ? ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ମୁଁ ବିନୟ କରୁଅଛି, ଆପଣା ଦାସକୁ ଏହା ଜଣାଅ। ତହିଁରେ ସଦାପ୍ରଭୁ କହିଲେ, ସେ ଆସିବ।
7825  1SA 23:12  ତେବେ ଦାଉଦ କହିଲେ, କିୟୀଲା ନିବାସୀମାନେ ମୋତେ ଓ ମୋ’ ଲୋକମାନଙ୍କୁ କ’ଣ ଶାଉଲଙ୍କ ହସ୍ତରେ ସମର୍ପଣ କରିବେ ? ତହିଁରେ ସଦାପ୍ରଭୁ କହିଲେ, ସେମାନେ ତୁମ୍ଭକୁ ସମର୍ପଣ କରିବେ।
7832  1SA 23:19  ଏଉତ୍ତାରେ ସୀଫୀୟ ଲୋକମାନେ ଗିବୀୟାକୁ ଶାଉଲଙ୍କ କତିକି ଆସି କହିଲେ, ଦାଉଦ କ’ଣ ଆମ୍ଭମାନଙ୍କ ମଧ୍ୟରେ ମରୁଭୂମିର ଦକ୍ଷିଣ ଦିଗସ୍ଥ ହଖୀଲା ପର୍ବତର ବଣରେ ନାନା ଦୁର୍ଗମ ସ୍ଥାନରେ ଲୁଚି ରହି ନାହିଁ ?
7858  1SA 24:17  ଦାଉଦ ଶାଉଲଙ୍କୁ ଏହିସବୁ କଥା କହିସାରିଲା ଉତ୍ତାରେ ଶାଉଲ କହିଲେ, ଆମ୍ଭର ପୁତ୍ର ଦାଉଦ, ଏ କ’ଣ ତୁମ୍ଭର ରବ ? ତହୁଁ ଶାଉଲ ରବ ଉଠାଇ ରୋଦନ କଲେ।
7859  1SA 24:18  ପୁଣି, ସେ ଦାଉଦଙ୍କୁ କହିଲେ, ତୁମ୍ଭେ ମୋ’ଠାରୁ ଅଧିକ ଧାର୍ମିକ; କାରଣ ମୁଁ ତୁମ୍ଭର ମନ୍ଦ କଲେ ହେଁ ତୁମ୍ଭେ ମୋହର ଭଲ କରିଅଛ।
7861  1SA 24:20  ମନୁଷ୍ୟ ଆପଣା ଶତ୍ରୁକୁ ପାଇଲେ, ସେ କ’ଣ ତାକୁ ଭଲରେ ଯିବାକୁ ଦେବ ? ଏଣୁ ଆଜି ତୁମ୍ଭେ ମୋ’ ପ୍ରତି ଯାହା କରିଅଛ, ତହିଁ ଲାଗି ସଦାପ୍ରଭୁ ତୁମ୍ଭକୁ ଉତ୍ତମ ପୁରସ୍କାର ଦେଉନ୍ତୁ।
7875  1SA 25:11  ତେବେ ମୁଁ କ’ଣ ଆପଣା ରୁଟି ଓ ଆପଣା ଜଳ ଓ ଆପଣା ଲୋମଛେଦକମାନଙ୍କ ନିମନ୍ତେ ହତ ପଶୁମାନଙ୍କ ମାଂସ ନେଇ କେଉଁଆଡ଼ର ଅଜ୍ଞାତ ଲୋକମାନଙ୍କୁ ଦେବି ?
7909  1SA 26:1  ଏଥିଉତ୍ତାରେ ସୀଫୀୟମାନେ ଗିବୀୟାକୁ ଶାଉଲଙ୍କ ନିକଟକୁ ଆସି କହିଲେ, ଦାଉଦ କ’ଣ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଆପଣାକୁ ଲୁଚାଇ ନାହିଁ।
7919  1SA 26:11  ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବି, ଏହା ସଦାପ୍ରଭୁ ମୋ’ଠାରୁ ଦୂର କରନ୍ତୁ; ମାତ୍ର ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇ ଆସ, ଆମ୍ଭେମାନେ ଯିବା।
7922  1SA 26:14  ଆଉ ଦାଉଦ ଲୋକମାନଙ୍କୁ ଓ ନେର୍‍ର ପୁତ୍ର ଅବ୍‍ନରକୁ ଡାକି କହିଲେ, ହେ ଅବ୍‍ନର, ତୁମ୍ଭେ କ’ଣ ଉତ୍ତର ଦେବ ନାହିଁ ? ତେବେ ଅବ୍‍ନର ଉତ୍ତର ଦେଇ କହିଲା, ରାଜାଙ୍କୁ ଡାକ ପକାଇବା ଲୋକ ତୁମ୍ଭେ କିଏ ?
7925  1SA 26:17  ସେତେବେଳେ ଶାଉଲ ଦାଉଦଙ୍କର ରବ ବାରି କହିଲେ, ହେ ମୋର ପୁତ୍ର ଦାଉଦ, ଏ କ’ଣ ତୁମ୍ଭର ରବ ? ତହିଁରେ ଦାଉଦ କହିଲେ, ମୋହର ରବ, ମୋହର ପ୍ରଭୁ, ମହାରାଜ।
7973  1SA 29:3  ତହିଁରେ ପଲେଷ୍ଟୀୟ ଅଧିପତିମାନେ କହିଲେ, ଏହି ଏବ୍ରୀୟମାନେ ଏଠାରେ କଅଣ କରୁଅଛନ୍ତି ? ତହୁଁ ଆଖୀଶ୍‍ ପଲେଷ୍ଟୀୟ ଅଧିପତିମାନଙ୍କୁ କହିଲେ, ଏ କ’ଣ ଇସ୍ରାଏଲର ରାଜା ଶାଉଲଙ୍କର ଦାସ ଦାଉଦ ନୁହେଁ ? ସେ ଏତେ ଦିନ ଓ ଏତେ ବର୍ଷ ହେଲା ମୋ’ ସଙ୍ଗରେ ଅଛି ଓ ମୋହର ପକ୍ଷ ହେବା ଦିନଠାରୁ ଆଜି ପର୍ଯ୍ୟନ୍ତ ମୁଁ ତାହାଠାରେ କୌଣସି ଦୋଷ ପାଇ ନାହିଁ।
7978  1SA 29:8  ତହୁଁ ଦାଉଦ ଆଖୀଶ୍‍କୁ କହିଲେ, ମାତ୍ର ମୁଁ କଅଣ କଲି ? ଓ ମୁଁ ଆପଣଙ୍କ ସମ୍ମୁଖରେ ଥିବା ଦିନାବଧି ଆଜି ପର୍ଯ୍ୟନ୍ତ ଆପଣଙ୍କ ଏହି ଦାସଠାରେ ଆପଣ କ’ଣ ପାଇଲେ ଯେ, ମୁଁ ଯାଇ ମୋ’ ପ୍ରଭୁ ରାଜାଙ୍କ ଶତ୍ରୁମାନଙ୍କ ବିପକ୍ଷରେ ଯୁଦ୍ଧ କରିବି ନାହିଁ ?
7996  1SA 30:15  ତହିଁରେ ଦାଉଦ ତାହାକୁ କହିଲେ, ତୁମ୍ଭେ କ’ଣ ଆମ୍ଭକୁ ସେହି ସୈନ୍ୟଦଳ ନିକଟକୁ ନେଇଯିବ ? ତହୁଁ ସେ କହିଲା, ତୁମ୍ଭେ ଯେ ମୋତେ ବଧ କରିବ ନାହିଁ, ଅବା ମୋହର ମୁନିବ ହସ୍ତରେ ମୋତେ ସମର୍ପଣ କରିବ ନାହିଁ, ଏହା ପରମେଶ୍ୱରଙ୍କ ନାମରେ ଶପଥ କର, ତେବେ ମୁଁ ସେହି ସୈନ୍ୟଦଳ ନିକଟକୁ ତୁମ୍ଭକୁ ନେଇଯିବି।
8034  2SA 1:9  ତେବେ ସେ ମୋତେ କହିଲେ, “ବିନୟ କରୁଅଛି, ମୋ’ ଉପରେ ଠିଆ ହୋଇ ମୋତେ ବଧ କର, ମୋତେ ବଡ଼ କଷ୍ଟ ହେଉଅଛି; କାରଣ ଏପର୍ଯ୍ୟନ୍ତ ମୋ’ଠାରେ ପ୍ରାଣ ସମ୍ପୂର୍ଣ୍ଣ ରହିଅଛି।”
8053  2SA 2:1  ଏଥିଉତ୍ତାରେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, “ମୁଁ କ’ଣ ଯିହୁଦାର କୌଣସି ଏକ ନଗରକୁ ଯିବି” ? ସଦାପ୍ରଭୁ ତାଙ୍କୁ କହିଲେ, “ଯାଅ।” ପୁଣି ଦାଉଦ କହିଲେ, “ମୁଁ କେଉଁ ସହରକୁ ଯିବି ?” ସେ କହିଲେ “ହିବ୍ରୋଣକୁ।”
8078  2SA 2:26  ତେବେ ଅବ୍‍ନର ଯୋୟାବକୁ ଡାକି କହିଲା, “ଖଡ୍ଗ କ’ଣ ସର୍ବଦା ଗ୍ରାସ କରିବ ? ଶେଷରେ ତାହା ଯେ ତିକ୍ତ ହେବ, ଏହା କ’ଣ ତୁମ୍ଭେ ଜାଣ ନାହିଁ ? ତେବେ ତୁମ୍ଭେ ଲୋକମାନଙ୍କୁ ସେମାନଙ୍କ ଭାଇମାନଙ୍କ ପଶ୍ଚାଦ୍‍ଗମନରୁ ଫେରିବା ପାଇଁ କେତେ କାଳ ଆଜ୍ଞା ନ ଦେବ ?”
8109  2SA 3:25  ଆପଣ କ’ଣ ଜାଣନ୍ତି ନାହିଁ, ନେର୍‍ର ପୁତ୍ର ଅବ୍‍ନର ଆପଣଙ୍କୁ ଭୁଲାଇବାକୁ ଓ ଆପଣଙ୍କ ଗମନାଗମନ ଜାଣିବାକୁ ଓ ଆପଣ ଯାହା ଯାହା କରନ୍ତି, ସେହିସବୁ ଜାଣିବାକୁ ଆସିଥିଲା ?”
8202  2SA 7:19  ତଥାପି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭ ଦୃଷ୍ଟିରେ ଏହା ହିଁ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘକାଳର କଥା ମଧ୍ୟ କହିଅଛ; ହେ ପ୍ରଭୁ, ସଦାପ୍ରଭୁ, ଏହା କ’ଣ ମନୁଷ୍ୟର ବ୍ୟବସ୍ଥା ?
8265  2SA 11:3  ତେଣୁ ଦାଉଦ ସେହି ସ୍ତ୍ରୀର ବିଷୟ ବୁଝିବା ପାଇଁ ଲୋକ ପଠାନ୍ତେ ଜଣେ କହିଲା, “ସେ କ’ଣ ଇଲୀୟାମର କନ୍ୟା ହିତ୍ତୀୟ ଊରୀୟର ଭାର୍ଯ୍ୟା ବତ୍‍ଶେବା ନୁହେଁ ?”
8272  2SA 11:10  ଏଥିରେ ଊରୀୟ ଆପଣା ଗୃହକୁ ଯାଇ ନାହିଁ, ଏହା ଲୋକମାନେ ଦାଉଦଙ୍କୁ ଜଣାନ୍ତେ, ଦାଉଦ ଊରୀୟକୁ କହିଲେ, “ତୁମ୍ଭେ କ’ଣ ଯାତ୍ରାରୁ ଆସି ନାହଁ ? ଆପଣା ଗୃହକୁ କାହିଁକି ଗଲ ନାହିଁ ?”
8273  2SA 11:11  ତେବେ ଊରୀୟ ଦାଉଦଙ୍କୁ କହିଲା, “ସିନ୍ଦୁକ ଓ ଇସ୍ରାଏଲ ଓ ଯିହୁଦା ପତ୍ରକୁଟୀରରେ ଅଛନ୍ତି ଓ ମୋ’ ପ୍ରଭୁ ଯୋୟାବ ଓ ମୋହର ପ୍ରଭୁଙ୍କ ଦାସମାନେ ପଦାରେ ଛାଉଣି କରିଅଛନ୍ତି, ତେବେ ମୁଁ କ’ଣ ଭୋଜନ କରିବାକୁ ଓ ପାନ କରିବାକୁ ଓ ଭାର୍ଯ୍ୟା ସଙ୍ଗେ ଶୟନ କରିବାକୁ ଆପଣା ଗୃହକୁ ଯିବି ? ଆପଣ ଜୀବିତ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଏକଥା କରିବି ନାହିଁ।”
8282  2SA 11:20  ଯଦି ରାଜାଙ୍କର କ୍ରୋଧ ଉଠେ ଓ ସେ ତୁମ୍ଭକୁ କହନ୍ତି, ‘କାହିଁକି ତୁମ୍ଭେମାନେ ଯୁଦ୍ଧ କରିବା ପାଇଁ ନଗରର ଏତେ ନିକଟକୁ ଗଲ ? ସେମାନେ ପ୍ରାଚୀରରୁ ବାଣ ମାରିବେ ବୋଲି କ’ଣ ତୁମ୍ଭେମାନେ ଜାଣିଲ ନାହିଁ ?
8283  2SA 11:21  ଯିରୁବ୍ବେଶତର ପୁତ୍ର ଅବୀମେଲକ୍‍କୁ କିଏ ମାରିଲା ? ଜଣେ ସ୍ତ୍ରୀ ପ୍ରାଚୀରରୁ ତାହା ଉପରକୁ ଚକି ଉପର-ପଟ ପକାନ୍ତେ, ସେ କ’ଣ ତେବେସରେ ମଲା ନାହିଁ ? କାହିଁକି ତୁମ୍ଭେମାନେ ପ୍ରାଚୀରର ଏତେ ନିକଟକୁ ଗଲ ?’ ତେବେ ତୁମ୍ଭେ କହିବ, ‘ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମରିଅଛି।’”
8324  2SA 13:4  ଏଣୁ ଯୋନାଦବ୍‍ ଅମ୍ନୋନକୁ କହିଲା, “ହେ ରାଜପୁତ୍ର, ତୁମ୍ଭେ କାହିଁକି ଦିନକୁ ଦିନ ଏପରି କ୍ଷୀଣ ହୋଇ ଯାଉଅଛ; ମୋତେ କ’ଣ ତାହା କହିବ ନାହିଁ ?” ଏଥିରେ ଅମ୍ନୋନ ତାହାକୁ କହିଲା, “ମୁଁ ମୋର ଭ୍ରାତା ଅବଶାଲୋମର ଭଉଣୀ ତାମର ପ୍ରତି କାମାସକ୍ତ ଅଟେ।”
8335  2SA 13:15  ଏଉତ୍ତାରେ ଅମ୍ନୋନ ତାହାକୁ ଅତିଶୟ ଘୃଣା କଲା; ସେ ତାହାକୁ ଯେପରି ପ୍ରେମ କରିଥିଲା, ତା’ଠାରୁ ଅଧିକ ଘୃଣା କଲା। ଏଣୁ ଅମ୍ନୋନ ତାହାକୁ କହିଲା, ଉଠ୍‍, ଯା।
8348  2SA 13:28  ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ‘ଅମ୍ନୋନକୁ ମାର,’ ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କ’ଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ।”
8377  2SA 14:18  ଏଥିରେ ରାଜା ଉତ୍ତର ଦେଇ ସେହି ସ୍ତ୍ରୀକୁ କହିଲେ, “ଭଲ, ମୁଁ ତୁମ୍ଭକୁ ଯାହା ପଚାରିବି, ତାହା ମୋ’ଠାରୁ ଗୋପନ କରିବ ନାହିଁ।” ତହୁଁ ସେହି ସ୍ତ୍ରୀ କହିଲା, “ମୋର ପ୍ରଭୁ ମହାରାଜ କହନ୍ତୁ।”
8391  2SA 14:32  ତହୁଁ ଅବଶାଲୋମ ଯୋୟାବଙ୍କୁ ଉତ୍ତର କଲା, “ଦେଖ ମୁଁ ତୁମ୍ଭ ନିକଟକୁ ଲୋକ ପଠାଇ କହିଲି, ‘ତୁମ୍ଭେ ଏଠାକୁ ଆସ, “ମୁଁ କାହିଁକି ଗଶୂରରୁ ଆସିଲି ? ଏକଥା ପଚାରିବା ପାଇଁ ମୁଁ ରାଜାଙ୍କ ନିକଟକୁ ତୁମ୍ଭକୁ ପଠାଇବି। ଆଜି ପର୍ଯ୍ୟନ୍ତ ସେଠାରେ ଥିଲେ, ମୋହର ଭଲ ହୋଇଥା’ନ୍ତା; ଏବେ ମୋତେ ରାଜାଙ୍କ ମୁଖ ଦେଖିବାକୁ ଦିଅ, ଯେବେ ମୋ’ଠାରେ ଅପରାଧ ଥାଏ, ତେବେ ସେ ମୋତେ ବଧ କରନ୍ତୁ।’”
8420  2SA 15:28  ଦେଖ, ତୁମ୍ଭମାନଙ୍କଠାରୁ ମୋ’ଠାକୁ ତଥ୍ୟ-ବାର୍ତ୍ତା ଆସିବା ପର୍ଯ୍ୟନ୍ତ ମୁଁ ପ୍ରାନ୍ତରସ୍ଥ ଘାଟୀ ପାଖରେ ଅପେକ୍ଷା କରିବି।”
8439  2SA 16:10  ତହିଁରେ ରାଜା କହିଲେ, “ହେ ସରୁୟାର ପୁତ୍ରମାନେ, ତୁମ୍ଭମାନଙ୍କ ସହିତ ମୋ’ର କ’ଣ କରିବାର ଅଛି ? ସେ ତ ଅଭିଶାପ ଦେଉଅଛି, ପୁଣି ଦାଉଦକୁ ‘ଅଭିଶାପ ଦିଅ’ ବୋଲି ସଦାପ୍ରଭୁ ତାହାକୁ କହିଅଛନ୍ତି ? ‘ଏଥିପାଇଁ କିଏ କହିବ, ତୁମ୍ଭେ କାହିଁକି ଏପରି କଲ ?’”
8457  2SA 17:5  ତେବେ ଅବଶାଲୋମ କହିଲା, “ଅର୍କୀୟ ହୂଶୟକୁ ମଧ୍ୟ ଡାକ, ଆଉ ସେ କ’ଣ କହେ, ତାହା ମଧ୍ୟ ଶୁଣିବା।”
8520  2SA 19:7  କାରଣ ଯେଉଁମାନେ ଆପଣଙ୍କୁ ଘୃଣା କରୁଅଛନ୍ତି, ଆପଣ ସେମାନଙ୍କୁ ପ୍ରେମ କରୁଅଛନ୍ତି ଓ ଯେଉଁମାନେ ଆପଣଙ୍କୁ ପ୍ରେମ କରୁଅଛନ୍ତି, ଆପଣ ସେମାନଙ୍କୁ ଘୃଣା କରୁଅଛନ୍ତି। ଯେହେତୁ ଆପଣ ଆଜି ଜଣାଇ ଅଛନ୍ତି ଯେ, ଅଧିପତିମାନେ ଓ ଦାସମାନେ ଆପଣଙ୍କ ପ୍ରତି କିଛି ନୁହନ୍ତି; କାରଣ ମୁଁ ଆଜି ଦେଖୁଅଛି ଯେ, ଯଦି ଅବଶାଲୋମ ବଞ୍ଚିଥା’ନ୍ତା ଓ ଆମ୍ଭେ ସମସ୍ତେ ଆଜି ମରିଥା’ନ୍ତୁ, ତେବେ ଆପଣଙ୍କ ଦୃଷ୍ଟିରେ ଭଲ ହୋଇଥା’ନ୍ତା।
8536  2SA 19:23  ଏଥିରେ ଦାଉଦ କହିଲେ, “ହେ ସରୁୟାର ପୁତ୍ରଗଣ, ତୁମ୍ଭମାନଙ୍କ ସହିତ ଆମ୍ଭର ବିଷୟ କ’ଣ ଯେ, ତୁମ୍ଭେମାନେ ଆଜି ମୋର ବିପକ୍ଷ ହେଉଅଛ ? ଆଜି ଇସ୍ରାଏଲ ମଧ୍ୟରେ କ’ଣ କାହାରି ପ୍ରାଣଦଣ୍ଡ ହେବ ? ଆଜି ମୁଁ ଇସ୍ରାଏଲ ଉପରେ ରାଜା ଅଟେ, ଏହା କ’ଣ ମୁଁ ଜାଣୁ ନାହିଁ ?”
8549  2SA 19:36  ଆଜି ମୁଁ ଅଶୀ ବର୍ଷ ବୟସ୍କ; ମୁଁ କ’ଣ ଭଲ ଓ ମନ୍ଦର ପ୍ରଭେଦ କରିପାରେ ? ଆପଣଙ୍କ ଦାସ ମୁଁ ଯାହା ଭୋଜନ କି ପାନ କରେ, କ’ଣ ତହିଁର ଆସ୍ୱାଦ ପାଇ ପାରେ ? ମୁଁ କି ଗାୟକ ଓ ଗାୟିକାମାନଙ୍କ ସ୍ୱର ଆଉ ଶୁଣି ପାରେ ? ତେବେ କାହିଁକି ଆପଣଙ୍କ ଦାସ ମୋହର ସ୍ୱାମୀ ମହାରାଜଙ୍କ ପ୍ରତି ଭାର ସ୍ୱରୂପ ହେବ ?